ମେରୁରେ ଓହଳତୋପ ଖେଳିଲେ ଭଗତା, ଆସନ୍ତାକାଲି ନିଆଁରେ ଚାଲିବେ ଶ୍ରଦ୍ଧାଳୁ

thesamikhsya
1 Min Read

ରଣପୁର: ଆଜି ପବିତ୍ର ମେରୁ ଉପବାସ ରଣପୁରରେ ମହାସମାରୋହରେ ପାଳିତ ହୋଇଯାଇଛି। ଓଡିଶାର ଧର୍ମ ସଂସ୍କୃତି କହିଲେ ବିଷ୍ନୁ ଏବଂ ଶିବଙ୍କୁ ନେଇ ଆଧାରିତ ହୋଇଥାଏ। କିଛି ବ୍ୟକ୍ତି ବିଷ୍ଣୁଙ୍କୁ ଉପାସନା କରୁଥିଲା ବେଳେ ଆଉ କିଛି ବ୍ୟକ୍ତି ଶିବଙ୍କୁ ଉପାସନା କରିଥାନ୍ତି। ଗାଁ ଗହଳି ପୁରପଲ୍ଲୀରେ ଜୁଆଡେ ଦେଖିବ ଉପବାସ୍ୟାଙ୍କ ଭିଡ।

ଆଜି ଶୈବ ଉପାସକମାନେ ରଣପୁର ଅଚଂଳରେ ଏକ ଗଣ ପର୍ବ ଭାବରେ ମେରୁ ପର୍ବକୁ ପାଳନ କରିଥାନ୍ତି। ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ନିର୍ଜଳ ଉପବାସ କରି ଅପରାହ୍ନରେ ଦଣ୍ଡ ଠାକୁରଙ୍କ ସ୍ନାନ ପରେ ସମସ୍ତେ ସ୍ନାନ କରି ପ୍ରଭୁଙ୍କ ଅଧରପଣା ସେବନ କରିଥାନ୍ତି। ଏବଂ ସନ୍ଧ୍ୟାରେ ସମସ୍ତ ଦଣ୍ଡ ପାଟବେତ କୋଠୀ ସାମ୍ନାରେ ଭକ୍ତା ମାନେ ନିଷ୍ଠା ପରାକାଷ୍ଠାର ସହ ଓହଳତୋପ କରିଥାନ୍ତି। ଗୋଡ ଦୁଇଟିକୁ ଉପରେ ବାନ୍ଧି ରଖି ଅଗ୍ନି କୁଣ୍ଡରେ ଓହଳି ଦଣ୍ଡ ପାଟବେତଙ୍କୁ ଆରାଧନା କରିଥିବାର ଦେଖିବାକୁ ମିଳିଥିଲା।

ରଣପୁର ସ୍ୱପ୍ନେଶ୍ୱର ଦେବ, ଚଣ୍ଡେଶ୍ୱର ଦେବ, ଲେମ୍ବୋଡି ବାଲୁଙ୍କେଶ୍ୱର, ଲତାର ବାଲୁଙ୍କେଶ୍ୱର ଦେବ, କଙ୍କିଆ ଲୋକେଶ୍ୱର, ପୁରୁଣାବସନ୍ତ ବାଲୁଙ୍କେଶ୍ୱର, ଗୋପାଳପୁର ନୀଳକଣ୍ଠେଶ୍ୱର ଦେବ, ମଝିଆଖଣ୍ଡର କମଳେଶ୍ୱର ଦେବ ଆଦି ସମସ୍ତ ୨୭ କୋଠରୀରେ ଏହି ଓହଳତମ ଦେଖିବା ପାଇଁ ମେରୁ ସନ୍ଧ୍ୟାରେ ପ୍ରବଳ ଭିଡ ଜମିଥିବାର ଦେଖିବାକୁ ମିଳିଥିଲା। ଶୁକ୍ରବାର ଦଣ୍ଡ ଯାତ୍ରାର ଶେଷ ପର୍ବରେ ଭଗତା ମାନେ ନିଆଁରେ ଝାମୁ ଚାଲିବେ।

Share this Article