ସବୁବେଳେ ଅନ୍ୟ ଉପରେ ନିର୍ଭର କଲେ କଥା ସରିଲା, ପଢନ୍ତୁ ଚାଣକ୍ୟଙ୍କ ଏହି ୨ ଟି ପରାମର୍ଶ

thesamikhsya
1 Min Read

ଚାଣକ୍ୟ ନୀତି: ଆଚର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କହିଛନ୍ତି ଯେ, ଯଦି ଯେ କେହି ଅନ୍ୟ ଉପରେ ନିର୍ଭର କରି ରହିବେ ତେବେ ସେ କେବେବି ସଫଳତା ହାସଲ କରିବେ ନାହିଁ। ଯେତେ ବାଧାବିଘ୍ନ ଆସୁ ଆପଣ ନିଜେ ନିଜର ଶକ୍ତି ପ୍ରୟୋଗ କରିବା ଆବଶ୍ୟକ। ଆପଣ ଯେତେ ବଡ ଶକ୍ତିଶାଳୀ ହେଉଥାନ୍ତୁ ନା କାହିଁକି ଅନ୍ୟ ଉପରେ ନିର୍ଭର କଲେ କଥା ସରିଲା। କାରଣ ଯେତେବେଳେ ନିର୍ଭର କରୁଥିବା ବ୍ୟକ୍ତି ବା ଯାହାକିଛି , ସେ ଛାଡିଦେଇ ଗଲେ ଆପଣ ସଂପୂର୍ଣ୍ଣ ଅଚଳ ହୋଇଯିବେ।

ଦୁଇଟି ଉଦାହରଣ ଦେଇ ଚାଣକ୍ୟ କହିଛନ୍ତି ଯେ, ନଦୀ କୂଳରେ ବୃକ୍ଷଟିଏ ଥିଲେ ସେ ଯେତେ ଶକ୍ତିଶାଳୀ ହୋଇଥିଲେ ମଧ୍ୟ କୂଳଖାଇଲେ ଗଛଟି ପଡିଯିବ। ସେହିପରି ରାଜା ସବୁବେଳେ ମନ୍ତ୍ରୀ ପରିଷଦଙ୍କ ଉପରେ ନିର୍ଭର କରନ୍ତି। ଯଦି କୌଣସି କାରଣରୁ ମନ୍ତ୍ରୀ ପରିଷଦଙ୍କର ଅନୁପସ୍ଥିତ ରହିବ, ତେବେ ରଜା କୈଣସି ନିଷ୍ପତି ନେଇପାରିବେ ନାହିଁ। ସେଥିପାଇଁ ଅନ୍ୟର ଉପଦେଶ ଗ୍ରହଣ କର, ହେଲେ ନିଜେ ନିଷ୍ପତି ନେବାର ଶିକ୍ଷାଲାଭ କର।

Share this Article