ଜଟଣୀ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

thesamikhsya
1 Min Read

ଜଟଣୀ: ଜଟଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୮୪ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୭୨ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୮ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା। ଦୁଇ ଜଣଙ୍କୁ ରେଡକ୍ରସରୁ ୧୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ମାନ୍ୟବର ବିଧାୟକ, ଜଟଣୀ ସୁରେଶ ଚନ୍ଦ୍ର ରାଉତ ରାୟ, ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଭୁବନେଶ୍ୱର ଡ଼ି ସି ପି ଙ୍କ ପ୍ରତିନିଧି ଭାବେ ଏ ସି ପି ଜୋନ -୪, ଭୁବନେଶ୍ୱର, ଉପ ଜିଲ୍ଲାପାଳ, ଦେବବ୍ରତ ସାହୁ, ବିଡିଓ , ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

Share this Article