Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»କଳିଙ୍ଗ ଷ୍ଟୁଡ଼ିଓ ହେବ ଅତ୍ୟାଧୁନିକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓ: ଡିପିଆର୍‌ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ
    ଆଜିର ଖବର

    କଳିଙ୍ଗ ଷ୍ଟୁଡ଼ିଓ ହେବ ଅତ୍ୟାଧୁନିକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓ: ଡିପିଆର୍‌ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ

    June 2, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି  ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

    ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ ଖ୍ୟାତି ଅର୍ଜନ କରିଥିଲା। ସମୟକ୍ରମେ ଆଧୁନିକ ଯନ୍ତ୍ରପାତି ଓ ବୈଷୟିକ ଉପକରଣ ଅଭାବରୁ ଷ୍ଟୁଡ଼ିଓଟିର ଚାହିଦା ହ୍ରାସ ପାଇଥିଲା। ଏହାର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି।

    ନୂଆ ସରକାର ଦାୟିତ୍ୱ ନେବା ପରେ ଏହି ଷ୍ଟୁଡ଼ିଓର ଅତ୍ୟାଧୁନିକୀକରଣକୁ ଗୁରୁତ୍ୱ ଦେବାପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ଷ୍ଟୁଡ଼ିଓର ଟେକ୍‍ ବିଲଡ଼ିଙ୍ଗ, ଏଣ୍ଟ୍ରାନ୍‍ସ ପ୍ଲାଜା, ଇନଡୋର୍‍ ସୁଟିଙ୍ଗ ବ୍ୟବସ୍ଥା, କଳିଙ୍ଗ ମୁଭି ମ୍ୟାଜିକ୍‍, ଆଭେନ୍ୟୁ ଲ୍ୟାଣ୍ଡ, ଭିଲେଜ୍‍ ଏରିଆ, ଆଇକନିକ୍‍ ଲ୍ୟାଣ୍ଡ ମାର୍କ, ସ୍ନୋ ୱାର୍ଲଡ, କମ୍ୟୁନିଟି ହଲ୍‍, ବାମ୍ୱୋ ଷ୍ଟ୍ରକ୍‍ଚର, ୱାଟର ବଡ଼ି, ଗ୍ରୀନ ଏରିଆ ଇତ୍ୟାଦି ବିକଶିତ କରାଯାଇଛି। ବାକି ରହିଥିବା କାମ ଗୁଡ଼ିକ ଯଥାଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଇଡ୍‌କୋ ପକ୍ଷରୁ ଏହି ବିକାଶ କାର୍ଯ୍ୟ କରାଯାଉଛି।

    ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଆ ଚଳଚ୍ଚିତ୍ରର ବିକାଶ ପାଇଁ ଏହି ଷ୍ଟୁଡ଼ିଓର ବିକାଶ ଅତ୍ୟନ୍ତ ଆବଶ୍ୟକ। ସମସ୍ତ ଅତ୍ୟାଧୁନିକ ସୁବିଧା ସୁଯୋଗ ଥାଇ ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଷ୍ଟୁଡ଼ିଓରେ ପରିଣତ କରାଯିବ। ଚଳଚ୍ଚିତ୍ର ଜଗତ ସହିତ ଜଡ଼ିତ ସମସ୍ତଙ୍କ ସହ ଆଲୋଚନା କରାଯାଇ ଏହି ଷ୍ଟୁଡ଼ିଓର ବିକାଶ କରାଯିବ ବୋଲି ସେ କହିଛନ୍ତି।

    ମୁଖ୍ୟମନ୍ତ୍ରୀଙ୍କ ସହିତ ଶିଳ୍ପ ଓ ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ଚରଣ ସ୍ୱାଇଁ ଷ୍ଟୁଡ଼ିଓ ବୁଲି ଦେଖିଥିଲେ। ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ପରିଚାଳନା ନିର୍ଦ୍ଦେଶକ ସମର୍ଥ ବର୍ମା ଏବଂ ଇଡ୍‌କୋର ପରିଚାଳନା ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଉପସ୍ଥିତ ଥିଲେ।

    କଳିଙ୍ଗ ଷ୍ଟୁଡ଼ିଓ ଡିପିଆର୍‌ ପ୍ରସ୍ତୁତ କରିବା ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ମୋହନ ଚରଣ ମାଝୀ ହେମନ୍ତ ଶର୍ମା
    Share. Facebook Twitter LinkedIn Email WhatsApp Copy Link
    Previous Articleବିଜେଡିରୁ ଇସ୍ତଫା ଦେଲେ ଏହି ନେତା, କହିଲେ ମୋତେ ଦଳରେ ଅଣଦେଖା କରାଯାଉଛି
    Next Article ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଅନ୍ତିମ ସୁଡଙ୍ଗ ଖନନ କାର୍ଯ୍ୟ ସଫଳତା ସହିତ ସମାପ୍ତ,

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.