Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଆସନ୍ତା ୨୭ ରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା: ସକ୍ରିୟ ତଥା ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
    ଆଜିର ଖବର

    ଆସନ୍ତା ୨୭ ରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା: ସକ୍ରିୟ ତଥା ସଜାଗ ରହିବାକୁ ନିର୍ଦ୍ଦେଶ ଦେଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

    June 2, 2025No Comments3 Mins Read
    Facebook Twitter LinkedIn Email WhatsApp Copy Link

    କଟକ: ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟ।ଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ  ନିର୍ଦ୍ଦେଶ ଦେଇଥିଲେ। ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ମଧ୍ୟରେ ଜୁନ ୧୧ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା, ଜୁନ ୨୬ ତାରିଖରେ  ନବଯୌବନ ଦର୍ଶନ, ଜୁନ ୨୭ ତାରିଖରେ ରଥଯାତ୍ରା,ଜୁଲାଇ ୦୧ ତାରିଖରେ ହେରା ପଞ୍ଚମୀ, ଜୁଲାଇ ୦୪ରେ ସନ୍ଧ୍ୟା ଦର୍ଶନ,  ଜୁଲାଇ ୦୫  ରେ ବାହୁଡା ଯାତ୍ରା, ଜୁଲାଇ ୦୬ ତାରିଖରେ ସୁନାବେଶ, ଜୁଲାଇ ୦୭ ରେ ଅଧରପଣା  ଓ ଜୁଲାଇ ୮  ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ।

    ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୋଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ। ସହରର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡିକରେ  ସିସିଟିଭି ସ୍ଥାପନ, ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏହାବ୍ୟତୀତ ରେଳବାଇ ପୋଲିସ ପକ୍ଷରୁ ପୁରୀ, ଭୁବନେଶ୍ବର, ଖୋର୍ଦ୍ଧା, ଜଟଣୀ ଆଦି  ରେଳ  ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ  ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।

    ଏହା ସହ ପୁରୀ ସହରରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ  ଅପରାଧୀଙ୍କ ବିରୋଧରେ ସ୍ଵତନ୍ତ୍ର ଡ୍ରାଇଭ, ହୋଟେଲ ଏବଂ ଲଜ ଗୁଡିକରେ ନିୟମିତ ଯାଞ୍ଚ, ରକ୍ଷକ ଯାନ ମୁତୟନ, K-୯ ସ୍କ୍ବାର୍ଡ ମୁତୟନ, ଦଳା ଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ର ବ୍ୟବସ୍ଥା,  ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ  ଭାବେ ଆଲୋଚନା କରିଥିଲେ। ଏହାସହ ବୈଠକରେ ଆପାତକାଳୀନ ପରିସ୍ଥିତିର ମୁକାବିଲା  ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

    ଏହି ବୈଠକରେ  ଆଭାସୀ ମାଧ୍ୟମରେ ନିର୍ଦ୍ଦେଶକ (ଗୁଇନ୍ଦା) ଆର. ପି. କୋଚେ,  ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ  ମହାନିର୍ଦ୍ଦେଶକ (ରେଳ ଏବଂ ଉପକୂଳ ସୁରକ୍ଷା) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ  ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ପରିବହନ କମିଶନର ଅମିତାଭ ଠାକୁର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଦୟାଲ ଗଙ୍ଗୱାର, ଅତିରିକ୍ତ ଆରକ୍ଷୀ  ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର, ଆଇଜି (କେନ୍ଦ୍ରାଞ୍ଚଳ) ଏସ. ପ୍ରବୀଣ କୁମାର, ଆଇଜି (ଅପରେସନ) ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଅନୁପ ସାହୁ, ଆଇଜି (କ୍ରାଇମବ୍ରାଞ୍ଚ) ଡ. ସାର୍ଥକ ଷଡଙ୍ଗୀ, ଡିଆଇଜି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜି (ଏସଆଇଡବ୍ଲୁ) ଡ. କନୱାର ବିଶାଳ ସିଂ ,ଡିଆଇଜି (ଏସଟିଏଫ) ପିନାକ ମିଶ୍ର, ଏସପି (ରେଲୱେ) ବିବେକାନନ୍ଦ ଶର୍ମା, ଏସପି (ପୁରୀ) ଭିନୀତ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

    ପୁରୀ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଯୋଗେଶ ବାହାଦୁର ଖୁରାନିଆ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ
    Share. Facebook Twitter LinkedIn Email WhatsApp Copy Link
    Previous Articleଜୁନ୍ ୧୫ ରେ ହେବ ନାହିଁ NEET PG ପରୀକ୍ଷା, ଖୁବ୍ ଶୀଘ୍ର ପ୍ରକାଶ ପାଇବ ନୂତନ ତାରିଖ
    Next Article ଖୋର୍ଦ୍ଧା: ୨୬ ଲକ୍ଷ ମୂଲ୍ୟର ବ୍ରାଉନସୁଗର ଜବତ, ଦୁଇ ଗିରଫ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.