Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଚିଲିକା ବିରିବାଡି ଗ୍ରାମ ପଞ୍ଚାୟତର ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି
    ଆଜିର ଖବର

    ଚିଲିକା ବିରିବାଡି ଗ୍ରାମ ପଞ୍ଚାୟତର ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି

    June 9, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଖୋର୍ଦ୍ଧା: ଆଜି ସକାଳ ୭ ଘଟିକା ସମୟରୁ ପୂର୍ବାହ୍ ୧୧ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ଜିଲ୍ଲାର ଚିଲିକା ବ୍ଲକ ଅନ୍ତର୍ଗତ, ବିରିବାଡି ଗ୍ରାମ ପଂଚାୟତର ଶ୍ରୀ ଲୋକନାଥ ଦେବ ମାନସିଂ ବିଦ୍ୟାପୀଠ ପରିସରରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥଙ୍କ ମିଳିତ ଜନ ଅଭିଯୋଗ ଶୁଣlଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଖୋର୍ଦ୍ଧା ଉପଜିଲ୍ଲାପାଳ କିଶୋର କୁମାର ପଣ୍ଡା, ଚିଲିକା ପଂଚାୟତ ସମିତି ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାନି ବେହେରା, ବିଡିବାଡ଼ି ଗ୍ରାମପଞ୍ଚାୟତ ସରପଞ୍ଚ ବିଷ୍ଣୁ ପ୍ରିୟା ସେନ୍, ବି ଡି ଓ ପୂର୍ଣ୍ଣ ମହାପାତ୍ର, ତହସିଲଦାର କାହ୍ନୁ ଚରଣ ଦଳାଇ, ଡେପୁଟି କଲେକ୍ଟର ଶ୍ରିତପା ମିଶ୍ର, ସହକାରୀ ଜିଲ୍ଲାପାଳ (ଅଭିଯୋଗ) ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ।

    ଆଜିର ଅଭିଯୋଗ ଶିବିରକୁ ମୋଟ ୧୬୬ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୧୫୫ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୧୫ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା। ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୦୫ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ।

    ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ବିରିବାଡି ର ମନୋଜ କୁମାର ଗୁମାନସିଂ ଙ୍କୁ ପନ୍ଦର ହଜାର, ହରିପୁରର ହକିମ୍ ଦଲାଇଙ୍କୁ ପନ୍ଦର ହଜାର ଏବଂ କୁହୁଡିର ମେଘ ନାଦ ତରାଇଙ୍କୁ ଦଶ ହଜାରକୁ ନେଇ ଚିକିତ୍ସା ନିମନ୍ତେ ସି ଏମ ଆର ଏଫ୍ ପାଣ୍ଠିରୁ ପଚାଶ ହଜାର ଓ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ସୋରଣର ରଞ୍ଜିତା ବାରିକଙ୍କୁ କୋଡ଼ିଏ ହଜାର ଟଙ୍କା ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତାକୁ ନେଇ ସର୍ବମୋଟ ଷାଠିଏ ହଜାର ଟଙ୍କା ଚିକିତ୍ସା ସହାୟତା ରାଶି ପ୍ରଦାନ କରିଥିଲେ। ପରେ ଜିଲ୍ଲାପାଳ ଶ୍ରୀ ରାଣା ସମନ୍ୱିତ ଶିଶୁ ବିକାଶ ଯୋଜନା, ମିଶନ ଶକ୍ତି ଓ ଓଡିଶା ଜୀବିକା ମିଶନ ଷ୍ଟଲ୍, ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରାଞ୍ଚଳ) ସରକାରଙ୍କ ଯୋଜନା ସହ ଆର୍ଥିକ ଅନଗ୍ରସରଙ୍କୁ ଯୋଡ଼ିବାର ମାଧ୍ୟମ (ସହଯୋଗ ଷ୍ଟଲ୍) ସ୍ୱଚ୍ଛ ସର୍ବେକ୍ଷଣ ଷ୍ଟଲ୍, ପ୍ରାଥମିକ ଚିକିତ୍ସା ଶିବିର, ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ସ୍ବଚ୍ଛତା ଷ୍ଟଲ୍, ମୁଖ୍ୟମନ୍ତ୍ରୀ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଯୋଜନା ଷ୍ଟଲ୍, ଆଦ୍ଵିକା ଷ୍ଟଲ୍, ପୋଷଣ ମାସ ଏବଂ ସମନ୍ୱିତ ଶିଶୁ ପ୍ରକଳ୍ପ ଯୋଜନା ଆଦି ନିର୍ମିତ ସଚେତନତା ଷ୍ଟଲ୍ଲ ବୁଲି ଦେଖିଥିଲେ।

    ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ, ଖୋର୍ଦ୍ଧା ଅଧିକ୍ଷଣ ଯନ୍ତ୍ରୀ (ପୂର୍ତ୍ତ) ଇଂ ଶିବ ଲାଲ ସାହୁ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ ସୁଗୁଡା ମୁର୍ମୁ, ଏସ ଡି ଓ, ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ, ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି ସ୍ମିତା ମହାନ୍ତି ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ।

    ଖୋର୍ଦ୍ଧା ଜିଲ୍ଲାପାଳ ବିରିବାଡି ଗ୍ରାମ ପଞ୍ଚାୟତ ମିଳିତ ଅଭିଯୋଗ ଶୁଣାଣି
    Share. Facebook Twitter LinkedIn Email WhatsApp Copy Link
    Previous Articleବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ: ଘର ଭାଙ୍ଗିଲେ ମିଳିବ ସହାୟତା
    Next Article ବେକରେ ଓଢ଼ଣୀ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.