Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ଭିନ୍ନ ଭିନ୍ନ ସମସ୍ୟା ନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ସହିତ ଓଷ୍ଟାର ଆଲୋଚନା
    ଆଜିର ଖବର

    ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ଭିନ୍ନ ଭିନ୍ନ ସମସ୍ୟା ନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ସହିତ ଓଷ୍ଟାର ଆଲୋଚନା

    June 13, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର କର୍ମକର୍ତ୍ତା ମାନଙ୍କ ସହିତ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କର ଏକ ଆଲୋଚନା ନିର୍ଦ୍ଦେଶକଙ୍କର କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ସକରାତ୍ମକ ଥିଲା ବୋଲି ସଂଗଠନର ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ଇସ୍ତାହାରରେ କହିଛନ୍ତି।

    ପ୍ରକାଶ ଥାଉକି, ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ର କର୍ମକର୍ତ୍ତା ମାନଙ୍କର ଏକ ପ୍ରତିନିଧି ମଣ୍ଡଳୀ ମାଧ୍ୟମିକ ଶିକ୍ଷାନିର୍ଦ୍ଦେଶକଙ୍କୁ ଭେଟି ଶିକ୍ଷକ ଓ ଶିକ୍ଷାକର୍ମଚାରୀ ମାନଙ୍କର ଭିନ୍ନ ଭିନ୍ନ ସମସ୍ୟାର ସମାଧାନ ସମ୍ପର୍କରେ ତାଙ୍କର ଦୃଷ୍ଟି ଆକର୍ଷଣ କରିବା ସହିତ ଏ ଦିଗରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଛନ୍ତି। ୨୦୧୩ ଅନୁଦାନ ଆଇନ୍‌ରୁ ବଞ୍ଚିତ ହୋଇଥିବା ଯୋଗ୍ୟବିବେଚିତ ସମସ୍ତ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବା ସହ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରୁ ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ ଓ ଶିକ୍ଷା କର୍ମଚାରୀମାନଙ୍କ ପାଇଁ ୧୯୮୧ ପେନସନ୍ ରୁଲ୍ ଆଧାରରେ ୧୨.୦୧.୨୦୨୪ରେ ପ୍ରକାଶ ପାଇଥିବା ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ଅବସରକାଳୀନ ସୁବିଧା ଏବଂ ଚାକିରି ସର୍ତ୍ତାବଳୀ ଓ ପେନସନ୍ ପ୍ରଦାନ କରିବା, ବାଦ୍ ପଡ଼ିଥିବା ଦୁଇଟି ପିଅନ ଏବଂ ୪୬ ଓ ୬୩ ବିଦ୍ୟାଳୟଗୁଡ଼ିକର ଆଣ୍ଟିଡେସନ, ୦୧.୦୪.୨୦୦୮ ପରିବର୍ତ୍ତେ ୦୧.୦୧.୨୦୦୪ରୁ ଲାଗୁ କରିବା, ସପ୍ତମ ବେତନରୁ ବଞ୍ଚିତ ଶିକ୍ଷକ ମାନଙ୍କୁ ସପ୍ତମ ବେତନ ପ୍ରଦାନ, ୪୮ ବର୍ଷରେ ପଦାର୍ପଣ କରିଥିବା ହିନ୍ଦୀ, ସଂସ୍କୃତ ଶିକ୍ଷକମାନଙ୍କୁ ସର୍ବୋଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶାନୁସାରେ ଟିଜି ମାନ୍ୟତା ପ୍ରଦାନ, ୨୮୦୦, ୨୨୦୦ ଓ ୧୯୦୦ ଗ୍ରେଡ଼ ପେ ରେ ଥିବା ଅସଙ୍ଗତି ଦୂରିକରଣ, ସର୍ବୋଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ ଅନୁସାରେ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ଶିକ୍ଷକ କର୍ମଚାରୀଙ୍କ ପାଇଁ ଚାକରି ସର୍ତ୍ତାବଳୀ ସହ ଆର.ଏ.ସି.ପି. ଓ ଏମ୍‌.ଏ.ସି.ପି. ପ୍ରଦାନ, ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ବଦଳି କ୍ଷେତ୍ରରେ ସ୍ପାଉସ୍ ଗ୍ରାଉଣ୍ଡ ଏବଂ ମ୍ୟୁଚୁଆଲ୍ ଗ୍ରାଉଣ୍ଡକୁ ବିଚାରକୁ ନେବା, ଜୁନିୟର ଏସ୍‌.ଇ.ଏସ୍‌. ରୁ ସିନିୟର ଏସ୍‌.ଇ.ଏସ୍ କୁ ପଦୋନ୍ନତି, ସିନିୟର ଏସ୍‌.ଇ.ଏସ୍ ରୁ କ୍ଲାସ୍‌-୨ କୁ ପ୍ରମୋଶନ କ୍ଷେତ୍ରରେ ବାଦ୍ ପଡ଼ିଥିବା ପ୍ରଧାନ ଶିକ୍ଷକ ମାନଙ୍କର ପଦୋନ୍ନତି, କ୍ରୀଡ଼ା ଶିକ୍ଷକ ମାନଙ୍କୁ ଅତିଥି ଶିକ୍ଷକ ଭାବରେ ନିଯୁକ୍ତି, ଅତିଥି ଶିକ୍ଷକମାନଙ୍କର ପାରିଶ୍ରମିକ ବୃଦ୍ଧି କରିବା, ବିଭିନ୍ନ ଜିଲ୍ଲାର ମାସ ଦରମାର ସଟ୍‌ଫଲ ପ୍ରଦାନ କରିବା, ୨୦୦୪ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ଛଅଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ କରିବା, ପ୍ରଧାନଶିକ୍ଷକମାନଙ୍କର ଗଇଉଚ ଓ ପେନ୍‌ସନ୍ ଶୀଘ୍ର ପ୍ରଦାନ କରିବା, ନବମ ଓ ଦଶମ ଶ୍ରେଣୀ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ, ସାଇକେଲ୍‌ର ଅର୍ଥରାଶି ପ୍ରଦାନ ଆଦି ସମସ୍ୟାଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।

    ଆଲୋଚନାରେ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ସାଧାରଣ ସମ୍ପାଦକ ରଞ୍ଜନ କୁମାର ଦାଶଙ୍କ ସମେତ ଯୁଗ୍ମ ସାଧାରଣ ସମ୍ପାଦକ ବ୍ରଜକିଶୋର ବିଶ୍ୱାଳ, କୋଷାଧ୍ୟକ୍ଷ ଅଶୋକ କୁମାର ମହାପାତ୍ର, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ୍ତ କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।

    ଓଷ୍ଟା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ
    Share. Facebook Twitter LinkedIn Email WhatsApp Copy Link
    Previous Articleଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ବିକାଶ ମେଳା ଏବଂ ପାରମ୍ପାରିକ ଖାଦ୍ୟ ମେଳା ଉଦ୍ଗାଟିତ
    Next Article କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁରଙ୍କ ମୃତ୍ୟୁ, ସ୍ୱାମୀ ସୈଫଙ୍କ ଭଉଣୀ ଘରେ ପହଞ୍ଚିଲେ କରୀନା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.