Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାମୂହିକ ଯୋଗ ପ୍ରଦର୍ଶନରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ
    ଆଜିର ଖବର

    ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସାମୂହିକ ଯୋଗ ପ୍ରଦର୍ଶନରେ ରାଷ୍ଟ୍ରପତିଙ୍କ ଅଂଶଗ୍ରହଣ

    June 21, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (ଜୁନ ୨୧,୨୦୨୫) ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଡେରାଡୁନର ଉତ୍ତରାଖଣ୍ଡ ରାଜ୍ୟ ପୁଲିସ ଲାଇନ ମଇଦାନରେ ଏକ ସାମୂହିକ ଯୋଗ ପ୍ରଦର୍ଶନରେ ଅଂଶଗ୍ରହଣ କରିଥିଲେ।

    ଯୋଗ ଅଧିବେଶନ ପରେ ନିଜର ମନ୍ତବ୍ୟରେ ରାଷ୍ଟ୍ରପତି ସାରା ବିଶ୍ୱରେ ‘ଅନ୍ତର୍ଜାତୀୟ ଯୋଗ ଦିବସ’ ଅବସରରେ ଯୋଗ ଅଭ୍ୟାସ କରୁଥିବା ସମସ୍ତ ଅଂଶଗ୍ରହଣକାରୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ କହିଥିଲେ ଯେ ୨୦୧୫ ମସିହାରୁ ଯୋଗ ସମଗ୍ର ମାନବଜାତିର ଏକ ସାଧାରଣ ଅଭ୍ୟାସରେ ପରିଣତ ହୋଇଛି। ଏହା ଭାରତର ‘‘ସଫ୍ଟ ପାୱାର” ର ଏକ ଗୁରୁତ୍ୱପୂର୍ଣ୍ଣ ଉଦାହରଣ।

    ରାଷ୍ଟ୍ରପତି କହିଲେ ଯେ ଯୋଗ ହେଉଛି ଏକ ସୁସ୍ଥ ଜୀବନ ବଞ୍ଚିବାର କଳା, ଯାହାକୁ ଗ୍ରହଣ କରିବା ଦ୍ୱାରା ମଣିଷର ଶରୀର, ମନ ଏବଂ ସାମଗ୍ରିକ ବ୍ୟକ୍ତିତ୍ୱ ବିକଶିତ ହୋଇଥାଏ। ଯେତେବେଳେ ଜଣେ ବ୍ୟକ୍ତି ସୁସ୍ଥ ରୁହେ, ପରିବାର ସୁସ୍ଥ ରହିଥାଏ। ଯେତେବେଳେ ପରିବାର ଏବଂ ସମାଜ ସୁସ୍ଥ ରହିବ, ସେତେବେଳେ ଦେଶ ସୁସ୍ଥ ରହିବ।

    ରାଷ୍ଟ୍ରପତି କହିଲେ ଯେ ‘‘ଯୋଗ” ର ଅର୍ଥ ହେଉଛି ‘‘ଯୋଡ଼ି ହେବା”। ଯୋଗ ଅଭ୍ୟାସ ବ୍ୟକ୍ତିର ଶରୀର, ମନ ଏବଂ ଆତ୍ମାକୁ ଯୋଡ଼ିଥାଏ ଏବଂ ବ୍ୟକ୍ତିକୁ ସୁସ୍ଥ ରଖିଥାଏ। ଯୋଗ ଜଣେ ବ୍ୟକ୍ତିଙ୍କୁ ଅନ୍ୟ ଜଣେ ବ୍ୟକ୍ତିଙ୍କ ସହ, ଗୋଟିଏ ସମ୍ପ୍ରଦାୟକୁ ଅନ୍ୟ ସମ୍ପ୍ରଦାୟ ସହିତ ଏବଂ ଗୋଟିଏ ଦେଶକୁ ଅନ୍ୟ ଦେଶ ସହିତ ଯୋଡ଼ି ପାରିବ।

    ରାଷ୍ଟ୍ରପତି କହିଛନ୍ତି ଏହା ଏକ ସାଧାରଣ ବିଶ୍ୱାସ ଯେ ଚିକିତ୍ସା ଅପେକ୍ଷା ପ୍ରତିରୋଧ ନୀତି ଅଧିକ ଫଳପ୍ରଦ। ରୋଗ ପ୍ରତିରୋଧରେ ଯୋଗ ଅତ୍ୟନ୍ତ ଉପଯୋଗୀ ବୋଲି ବିବେଚନା କରାଯାଏ । ସେ ସମସ୍ତଙ୍କୁ ଯୋଗକୁ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଏବଂ ଯୋଗ ଅଭ୍ୟାସ କରିବା ସହିତ ଅନ୍ୟମାନଙ୍କୁ ଏଥିପାଇଁ ପ୍ରେରଣା ଦେବାକୁ ଅନୁରୋଧ କରିଥିଲେ।

    ଅନ୍ତର୍ଜାତୀୟ ଯୋଗ ଦିବସ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତିଙ୍କ ସଚିବାଳୟ
    Share. Facebook Twitter LinkedIn Email WhatsApp Copy Link
    Previous Articleମୋଦୀଜୀଙ୍କ ନେତୃତ୍ୱରେ ଭାରତର ଅମୂଲ୍ୟ ଐତିହ୍ୟ ‘ଯୋଗ” କୁ ସମଗ୍ର ବିଶ୍ୱ ଗ୍ରହଣ କରିଛି: ଅମିତ ଶାହ
    Next Article ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ରବିବାରରେ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.