Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଜାତୀୟ ଖବର»ଆସ୍କାରେ ଯୁବ ଶକ୍ତି ସମାବେଶରେ ୫୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
    ଜାତୀୟ ଖବର

    ଆସ୍କାରେ ଯୁବ ଶକ୍ତି ସମାବେଶରେ ୫୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    June 23, 2025No Comments4 Mins Read
    Facebook Twitter LinkedIn Email WhatsApp Copy Link
    AskaSamabesha
    ଆସ୍କାରେ ଯୁବ ଶକ୍ତି ସମାବେଶରେ ୫୫୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଓଡ଼ିଶା ଯୁବ ବର୍ଗ ପାଇଁ ଅସୀମ ସମ୍ଭାବନାର ରାଜ୍ୟ ହେବ, ଓଡ଼ିଶାର ଯୁବ ସମାଜ ପାଇଁ ଏକ ସୁବର୍ଣ୍ଣ ଯୁଗ ଆସୁଛି, ସବୁ କ୍ଷେତ୍ରରେ ବ୍ୟାପକ ସୁଯୋଗ ସୃଷ୍ଟି ହେଇଛି। ଓଡ଼ିଶା ୨୦୩୬ ସୁଦ୍ଧା ୫୦୦ ବିଲିଅନ ଡଲାର ଓ ୨୦୪୭ ସୁଦ୍ଧା ୧.୫ ଟ୍ରିଲିଅନ ଡଲାର ଅର୍ଥନୀତି ହେବ। ଓଡ଼ିଶାର ଏହି ଲକ୍ଷ୍ୟ ହାସଲରେ ଯୁବ ଶକ୍ତି ହିଁ ମୁଖ୍ୟ ଭୂମିକା ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ଆସ୍କା ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଯୁବ ଶକ୍ତି ସମାବେଶରେ କହିଛନ୍ତି।

    ଗଞ୍ଜାମ ବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗଞ୍ଜାମ ଜିଲ୍ଲାର ପ୍ରତ୍ୟେକ କୋଣ ଅନୁକୋଣରେ ଭରି ରହିଛି କଳା, ସଙ୍ଗୀତ, ନୃତ୍ୟ ଓ ଗୀତର ସମ୍ଭାର। କେବଳ କଳା ନୈପୁଣ୍ୟ ନୁହେଁ ରାଜନୀତିରେ ମଧ୍ୟ ପାରଙ୍ଗମ ଗଞ୍ଜାମ ବାସୀ। ଗଞ୍ଜାମରେ ଗଞ୍ଜାମ ବାସୀ ଡବଲ ନୁହେଁ ଟ୍ରିପଲ୍ ଇଞ୍ଜିନ ସରକାର ଗଠନ କରିଛନ୍ତି। ସେ କହିଥିଲେ ଜୁନ ୧୨ ତାରିଖ ଆମ ପାଇଁ ବର୍ଷ ପୂର୍ତ୍ତିର ମହତ୍ତ୍ୱପୂର୍ଣ୍ଣ ଦିବସ ଥିଲା କିନ୍ତୁ ଆମେ ଆମ ସଫଳତାରେ ଆତ୍ମ ବିଭୋର ନହୋଇ ଜୁନ ୧୩ ତାରିଖରୁ ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗ କରିଛୁ।

    ମୁଖ୍ୟମନ୍ତ୍ରୀ ଏହି ଅବସରରେ ଜିଲ୍ଲାରେ ୫୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ, ଏଥିରେ ୫ଟି ଜଳସେଚନ ପ୍ରକଳ୍ପ, ଗୋଟିଏ ସଡ଼କ ପ୍ରଶସ୍ତୀ କରଣ ପ୍ରକଳ୍ପ, ଗୋଟିଏ ହାଇ ଲେଭେଲ୍ ପ୍ରକଳ୍ପ ଓ ଅନ୍ୟାନ୍ୟ ପ୍ରକଳ୍ପ ରହିଛି। ମା ତାରତାରେଣୀ ମନ୍ଦିର ଉନ୍ନତିକରଣ ପାଇଁ ରିଭାଇଜ୍ ଡି ପି ଆର ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପୋଲସରାରେ ଏକ ବିଶ୍ବସ୍ତରୀୟ ଶିଳ୍ପ ତାଲିମ ପ୍ରତିଷ୍ଠାନ ପାଇଁ ଜାଗା ଯୋଗାଇ ଦିଆଯିବ ବୋଲି ସେ କହିଥିଲେ।

    ଯୁବ ସମାଜକୁ ଉଦବୋଧନ ଦେଇ ସେ କହିଥିଲେ ଯେ, ଯୁବ ବର୍ଗ ହେଉଛନ୍ତି ଆମ ସମାଜର ଶକ୍ତି, ସାମର୍ଥ୍ୟ ଓ ଭବିଷ୍ୟତ। ଅସୀମିତ ଶକ୍ତିର ଭଣ୍ଡାର। ଆମ ଓଡ଼ିଶାରେ ଏହି ପ୍ରଡକ୍ଟିଭ ଏଜ୍ ଗ୍ରୁପରେ ୧୫ ରୁ ୩୫ ବର୍ଷ ମଧ୍ୟରେ ଜନସଂଖ୍ୟା ହେଉଛି ୧.୭ କୋଟି । ଆମର ଏହି ବିପୁଳ ଯୁବ ଶକ୍ତିର ସାମର୍ଥ୍ୟ ଉପରେ ଭରସା କରି ଆମେ ଭବିଷ୍ୟତ ପାଇଁ ରୋଡମ୍ୟାପ ପ୍ରସ୍ତୁତ କରିଛୁ। ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ପାଇଁ ଜାତୀୟ ଶିକ୍ଷା ନୀତି ଲାଗୁ କରିଛୁ। ମୌଳିକ ଶିକ୍ଷାର ଉନ୍ନତି ପାଇଁ ନିପୁଣ ଓଡ଼ିଶା କାର୍ଯ୍ୟକ୍ରମ ସହିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଆରମ୍ଭ କରିଛୁ।

    ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗ ପିଲାମାନଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ୧୧.୨୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରିଛୁ। ପିଲାମାନଙ୍କୁ ନିଯୁକ୍ତି ଯୋଗ୍ୟ କରିବା ପାଇଁ ୫୮ ଟି କଲେଜରେ ଶିଳ୍ପ ସମ୍ପର୍କ ଓ ବ୍ୟବହାରିକ ଶିକ୍ଷା ଜ୍ଞାନରେ ତାଲିମ ଦେଉଛୁ। ଯୁବ ବର୍ଗଙ୍କ ଦକ୍ଷତା ବୃଦ୍ଧି ଉପରେ ଆମେ ସର୍ବାଧିକ ଗୁରୁତ୍ଵ ଦେଉଛୁ। ଆମର ଏହି ସବୁ କାର୍ଯ୍ୟକ୍ରମ ଆଗାମୀ ଦିନରେ ଓଡ଼ିଶାର ଯୁବ ବର୍ଗଙ୍କୁ ନିଯୁକ୍ତି କ୍ଷେତ୍ରରେ ସବୁଠାରୁ ଅଧିକ ଯୋଗ୍ୟ କରି ଗଢିତୋଳିବ। ସାରା ବିଶ୍ବରେ ସେମାନଙ୍କର ଚାହିଦା ବଢିବ।

    ସେ ପୁଣି କହିଥିଲେ କ୍ରୀଡ଼ା ହେଉଛି ଏପରି ଏକ କ୍ଷେତ୍ର ଯେଉଁଠାରେ ଆପଣ ଦକ୍ଷତା ବଳରେ ଯଶ ଓ ଅର୍ଥ ପାଇପାରିବେ। ଆମ ସରକାର ରାଜ୍ୟରେ ଖେଳକୁଦ ପାଇଁ ଅନେକ ବ୍ୟବସ୍ଥା କରିଛନ୍ତି, ତେଣୁ ଯୁବ ସମାଜ ଏହାର ସୁବିଧା ନେଇ ନିଜ ପ୍ରତିଭାକୁ ବ୍ୟବହାର କରି ସେ କ୍ରୀଡାକୁ କ୍ୟାରିଅର କରିବା ପାଇଁ ପରାମର୍ଶ ଦେଇଥିଲେ।

    ରାଜ୍ୟର ଶିଳ୍ପାୟନ ଉପରେ ଆଲୋକପାତ କରି ସେ କହିଥିଲେ, ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ୧୭ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ସହିତ ୧୩ ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ପ୍ରସ୍ତାବ ଗୁଡିକ କାର୍ଯ୍ୟକାରୀ କରିବା ପାଇଁ ଆମେ ଗୋଟିଏ ବି ମୁହୂର୍ତ୍ତ ନଷ୍ଟ କରିନାହିଁ। ମାତ୍ର ୧୫୦ ଦିନ ମଧ୍ୟରେ ୧ ଲକ୍ଷ ୮୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରିଛୁ। ଏହା ମାଧ୍ୟମରେ ୧.୧୦ ଲକ୍ଷ ନିଯୁକ୍ତି ମିଳିବା ନିଶ୍ଚିତ ହୋଇଛି। ଏକବର୍ଷ ମଧ୍ୟରେ ୨୮ ହାଜର ୩୪୬ ସରକାରୀ ନିଯୁକ୍ତି ଦେଇଛୁ। ଯୁବ ବର୍ଗଙ୍କ ପାଇଁ ଆମେ କୌଣସି ସୁଯୋଗ ହାତଛଡ଼ା କରିବୁ ନାହିଁ।

    ଯୁବ ବର୍ଗଙ୍କୁ ଉତ୍ସାହିତ କରି ସେ କହିଥିଲେ ଆପଣ ମାନେ ନିଜ ନିଜର ପ୍ରତିଭାକୁ ଜାଣନ୍ତୁ ଏବଂ ତାର ବିକାଶ ପାଇଁ କାମ କରନ୍ତୁ। ନିଜର ଚିନ୍ତାଧାରାକୁ ବିଶ୍ବସ୍ତରୀୟ କରନ୍ତୁ। ସବୁବେଳେ ଭାବନ୍ତୁ ଯେ I MUST BE THE BEST. ତାହେଲେ ଆପଣ ସବୁ କରିପାରିବେ। ଆପଣ ନିଜେ ସଫଳ ହେବେ ଏବଂ ଆପଣଙ୍କ ଯୋଗୁ ସାରା ଓଡ଼ିଶା ସଫଳ ହେବ। ଦେଢ଼ କୋଟିରୁ ଅଧିକ ଯୁବ ବର୍ଗ ଯେତେବେଳେ ସଫଳ ହେବେ, ସେତେବେଳେ ଓଡିଶା ଦେଶର ଶ୍ରେଷ୍ଠ ରାଜ୍ୟ ଭାବେ ବିକଶିତ ଭାରତର ଗ୍ରୋଥ ଇଞ୍ଜିନ ହେବ।

    କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲ୍ଲାର ବରପୁତ୍ର ମାନଙ୍କ ସହିତ ମହାନ ଜନନେତା ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ପ୍ରକାଶିତ ପୁସ୍ତିକା ତୃଣମୂଳରୁ ଶୀର୍ଷ ସୋପାନ ଉନ୍ମୋଚନ କରିଥିଲେ।

    କାର୍ଯ୍ୟକ୍ରମରେ ଇସ୍ପାତ ଓ ଖଣିମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା, କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ୍, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ବ୍ରହ୍ମପୁର ସାଂସଦ ଶ୍ରୀ ପ୍ରଦୀପ କୁମାର ପାଣିଗ୍ରାହୀ, କନ୍ଧମାଳ ସାଂସଦ ଶ୍ରୀ ସୁକାନ୍ତ କୁମାର ପାଣିଗ୍ରାହୀ, ଭଞ୍ଜନଗର, କବିସୂର୍ଯ୍ୟନଗର, ବ୍ରହ୍ମପୁର, ଛତ୍ରପୁର, ଖଲିକୋଟ, ଦିଗପହଣ୍ଡି, ଚିକିଟି ଓ ସୋରଡ଼ାର ବିଧାୟକ ଏବଂ କ୍ରୀଡ଼ା ଓ ଯୁବ ସେବା ବିଭାଗର ପ୍ରମୁଖ ଶାସନ ସଚିବ ଉପସ୍ଥିତ ଥିଲେ।

    କାର୍ଯ୍ୟକ୍ରମରେ ଆସ୍କା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶୀନି ସ୍ବାଗତ ଭାଷଣ ଦେଇଥିଲେ ଓ ବିଧାୟକ ଆସ୍କା ଶ୍ରୀ ସରୋଜ କୁମାର ପାଢ଼ୀ ଧନ୍ୟବାଦ୍ ଅର୍ପଣ କରିଥିଲେ।

    AskaSamabesha ମୋହନ ଚରଣ ମାଝୀ
    Share. Facebook Twitter LinkedIn Email WhatsApp Copy Link
    Previous Article‘ବିଜେପି ଶେଷ ପର୍ଯ୍ୟାୟରେ ପହଞ୍ଚିଛି’: ଉପ ନିର୍ବାଚନର ଫାଳାଫଳ ପରେ ଅଖିଳେଶ ଯାଦବଙ୍କ ପ୍ରତିକ୍ରିୟା
    Next Article ସାଂସଦ ଚନ୍ଦ୍ରଶେଖର ଆଜାଦଙ୍କ ସମସ୍ୟା ବଢ଼ିବ!: ଜାତୀୟ ମହିଳା କମିଶନରେ ସଙ୍ଗୀନ ଅଭିଯୋଗ ଆଣିଲେ ମହିଳା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.