Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ରଥଯାତ୍ରାରେ ‘ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ’କୁ ବର୍ଜନ କରିବା ପାଇଁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
    ଆଜିର ଖବର

    ରଥଯାତ୍ରାରେ ‘ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ’କୁ ବର୍ଜନ କରିବା ପାଇଁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    June 25, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ଵର: ପବିତ୍ର ରଥଯାତ୍ରାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଏକ ଭିଡ଼ିଓ ବାର୍ତ୍ତା ଜାରି କରି ରଥଯାତ୍ରାରେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ତଥା ଥରେ ମାତ୍ର ବ୍ୟବହାର ହେଉଥିବା ପ୍ଲାଷ୍ଟିକ୍ ସାମଗ୍ରୀକୁ ବର୍ଜନ କରିବା ପାଇଁ ଜନସାଧାରଣଙ୍କୁ ଆହ୍ୱାନ କରିଛନ୍ତି। ଏହି ସଚେତନତା ବାର୍ତ୍ତାରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଗକୁ ରଥଯାତ୍ରା ଆସୁଛି। ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନର ଅବସର ହେଉଛି ରଥଯାତ୍ରା। ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ର ପୁରୀରେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ଘୋଷଯାତ୍ରାକୁ ଭବ୍ୟ ଭାବରେ ପାଳନ କରିବା ପାଇଁ କାମରେ ଲାଗିଛନ୍ତି। ରଥଯାତ୍ରାରେ ଜଗତର ନାଥ – ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ ଦେଉଳର ରତ୍ନ ସିଂହାସନ ଛାଡି ବଡଦାଣ୍ଡକୁ ଆସିବେ।

    ମହାପ୍ରଭୁଙ୍କ ସହ ପ୍ରଭୁ ବଳଭଦ୍ର, ମାଆ ସୁଭଦ୍ରା ଏବଂ ଚକ୍ରରାଜ ସୁଦର୍ଶନ ରଥରେ ଭକ୍ତମାନଙ୍କୁ ଦର୍ଶନ ଦେବେ। ଚତୁର୍ଦ୍ଧାମୂରତିଙ୍କ ଦିବ୍ୟ ଦର୍ଶନ ଲାଭ କରିବା ପାଇଁ ବିଶ୍ୱର କୋଣ ଅନୁକୋଣରୁ ଭକ୍ତମାନେ ପୁରୀ ଆସିବେ। ରଥ ଭିଡ଼ିବା ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ବିଶେଷ ଭାବରେ ରଥଯାତ୍ରା ସମୟରେ ପୁରୀକୁ ଆସୁଥିବା ଜନସାଧାରଣ ଓ ପର୍ଯ୍ୟଟକମାନେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ଅଧିକ ବ୍ୟବହାର କରିଥାନ୍ତି। ଭକ୍ତମାନେ ଭୋଗ ଓ ଫୁଲ ପାଇଁ ପଲିଥିନ, ପାଣି ବୋଟଲ, ପାଣି ଗ୍ଲାସ ଏବଂ ଖାଦ୍ୟ ସାମଗ୍ରୀ ନେବା ପାଇଁ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ଆଦିର ବ୍ୟବହାର କରିଥା’ନ୍ତି। ଏହା ଦ୍ୱାରା ପୁରୀ ବଡଦାଣ୍ଡ ଦୂଷିତ ହେବା ସହ ପ୍ରଦୂଷଣର ପ୍ରଭାବ ସ୍ଥାନୀୟ ପରିବେଶ ଉପରେ ପଡିଥାଏ । ଗୋ-ମାତା, ପଶୁ ପକ୍ଷୀ ଏହାର ପ୍ରତ୍ୟକ୍ଷ ଶୀକାର ହୁଅନ୍ତି। ସମୁଦ୍ର, ପୋଖରୀ, ନାଳ ଉପରେ ମଧ୍ୟ ଏହାର ପ୍ରଭାବ ପଡିଥାଏ।

    କେନ୍ଦ୍ରମନ୍ତ୍ରୀ କହିଛନ୍ତି ଆଜି ପରିବେଶ ସୁରକ୍ଷା ; ବିଶ୍ୱ ପାଇଁ ଏକ ବଡ଼ ଆହ୍ୱାନ ହୋଇଛି। ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ମୁଖ୍ୟ କାରଣ ହୋଇଛି। ଯେତେବେଳେ “ଆମେ ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା”ର କଳ୍ପନା କରୁଛେ, ସେହି ସମୟରେ ଏହା ପ୍ରମୁଖ ପ୍ରସଙ୍ଗ ଭାବରେ ଉଭା ହେଉଛି। ଭାରତ ସରକାର ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ସାମଗ୍ରୀକୁ ବନ୍ଦ କରିବା ପାଇଁ ବିହିତ ପଦକ୍ଷେପ ନେଉଛନ୍ତି। ପୂଜ୍ୟ ଗାନ୍ଧିଜୀଙ୍କ ଆଗ୍ରହର ବିଷୟ ଥିଲା – ସ୍ୱଚ୍ଛତା, ପରିବେଶ ସୁରକ୍ଷା ଏବଂ ଜୀବନ ସୁରକ୍ଷା। ଏହି ତିନୋଟି ଲକ୍ଷ୍ୟକୁ ହାସଲ କରିବା ପାଇଁ ହେଲେ ଆମକୁ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ବର୍ଜନ କରିବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି। ଏଥିପାଇଁ ଆମେ ସମସ୍ତେ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ବ୍ୟବହାରକୁ କମ କରିବା। ପୁରୀରେ ଜୁନ ୨୭ ତାରିଖ “ରଥଯାତ୍ରା”ରୁ ଜୁଲାଇ ୫ “ବାହୁଡ଼ା ଯାତ୍ରା” ପର୍ଯ୍ୟନ୍ତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକକୁ ବର୍ଜନ କରିବା।

    ପୁରୀକୁ ଆସୁଥିବା ଜନସାଧାରଣ ତଥା ଭକ୍ତମାନଙ୍କ ମଧ୍ୟରେ ଏଥିପ୍ରତି ସଚେତନତା ତିଆରି କରିବା। ଭକ୍ତିଭାବ ଓ ନିଷ୍ଠା ସହକାରେ ପୁରୀର ପରିବେଶକୁ ସ୍ୱଚ୍ଛ ଓ ସୁରକ୍ଷିତ ରଖିବା ପାଇଁ ସଂକଳ୍ପ ନେବା। ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକର ରି-ୟୁଜ୍ ଏବଂ ରି-ସାଇକ୍ଲିଂ କରିବା ପାଇଁ ପୁଣି ଥରେ ବ୍ୟାପକ ଜନଆନ୍ଦୋଳନ ଆରମ୍ଭ କରିବା ପାଇଁ ଶ୍ରୀ ପ୍ରଧାନ ଅପିଲ କରିବା ସହ ଏ ଦିଗରେ ସାମାଜିକ ସଂଗଠନ ବିଶେଷ ଭାବରେ ଯୁବ ସ୍ୱେଚ୍ଛାସେବୀମାନଙ୍କୁ ଆଗେଇ ଆସିବା ପାଇଁ ଅନୁରୋଧ କରିଛନ୍ତି। ଏହି ପ୍ରୟାସ ; ଆମର ଆଗାମୀ ପିଢିର ଭବିଷ୍ୟତକୁ ସୁରକ୍ଷିତ ରଖିବାରେ ଏକ ବଡ଼ ଓ ପ୍ରଭାବଶାଳୀ ପଦକ୍ଷେପ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ଆପଣମାନଙ୍କ ଜୀବନ ସୁଖ ଓ ସମୃଦ୍ଧମୟ ହେଉ। ରଥଯାତ୍ରାରେ ମହାପ୍ରଭୁଙ୍କ ମାନବୀୟ ଲୀଳାର ମହାନ ବାର୍ତ୍ତା ଅଧିକ ସୁଦୂରପ୍ରସାର ହେଉ ବୋଲି ସେ କାମନା କରିଛନ୍ତି।

    ଧର୍ମେନ୍ଦ୍ର ପ୍ରଧାନ ରଥଯାତ୍ରା ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ
    Share. Facebook Twitter LinkedIn Email WhatsApp Copy Link
    Previous Articleଭାରତକୁ ପରାସ୍ତ କରିବା ପରେ WTC ରାଙ୍କିଙ୍ଗର ଶୀର୍ଷରେ ଇଂଲଣ୍ଡ, ଜାଣନ୍ତୁ ଟିମ୍ ଇଣ୍ଡିଆର ସ୍ଥିତି
    Next Article ରଥଯାତ୍ରା ଶ୍ରଦ୍ଧାଳୁଙ୍କ ସେବାରେ ଭାରତୀୟ ରେଳ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.