Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ
    ଆଜିର ଖବର

    ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ

    June 26, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି  ବୋଲି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା (Concession Agreement) ସ୍ୱାକ୍ଷର ଅବସରରେ କହିଛନ୍ତି।

    ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍‍ଟିଭ୍ ଜେଟି ନିର୍ମାଣ ପାଇଁ ଜେ.ଏସ୍.ଡବ୍ଲୁ ଉତ୍କଳ ଷ୍ଟିଲ୍ ଲିମିଟେଡ୍ ସହିତ ରାଜ୍ୟ ସରକାରଙ୍କ ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଛି। ୫୨ ମିଲିଅନ ମେଟ୍ରିକ ଟନ୍ ପଣ୍ୟ ପରିବହନ କ୍ଷମତା ବିଶିଷ୍ଟ ଏହି ଜେଟି ସ୍ଥାପନ ନିମନ୍ତେ ପ୍ରାରମ୍ଭିକ ସ୍ତରରେ ୨,୧00 କୋଟି ଟଙ୍କା ନିବେଶ କରାଯିବ ଏବଂ ଏହା ମାଧ୍ୟମରେ ୩,୪୫୦ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି ହେବ।

    ସେହିଭଳି ୧୬,୫୫୪ କୋଟି ଟଙ୍କା ନିବେଶରେ ଗୋପାଳପୁର ବନ୍ଦରର ସଂପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟ ପାଇଁ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଛି। ଏହି ଉନ୍ନତିକରଣ କାର୍ଯ୍ୟ ପରେ ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ ଟନ ହେବ। ଏହା ମାଧ୍ୟମରେ ପ୍ରାୟ ୫ ହଜାର ଯୁବକଯୁବତୀଙ୍କ ପାଇଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବରେ ନିଯୁକ୍ତି ସୃଷ୍ଟି ହେବ।

    ଜେ.ଏସ୍.ଡବ୍ଲ ଉତ୍କଳ ଷ୍ଟିଲ ଲିମିଟେଡ୍ ର ପ୍ରେସିଡେଣ୍ଟ ଅନିଲ କୁମାର ସିଂ ଏବଂ ଗୋପାଳପୁର ପୋର୍ଟ୍ସ ଲିମିଟେଡ୍ ର ବିଜିନେସ ହେଡ ସନ୍ଦିପ ଜୟସ୍ୱାଲ ଏବଂ ଓଡିଶା ସରକାରଙ୍କ ପକ୍ଷରୁ ବନ୍ଦର ନିର୍ଦ୍ଦେଶକ ପଦ୍ମଲୋଚନ ରାଉଳଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଏହି ରିହାତି ଚୁକ୍ତିନାମା ସ୍ୱାକ୍ଷର ହୋଇଥିଲା।

    ଲୋକସେବା ଭବନଠାରେ ଆୟୋଜିତ ଏହି ଚୁକ୍ତିନାମା ସ୍ୱାକ୍ଷର କାର୍ଯ୍ୟକ୍ରମରେ, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟରେ ସାମୁଦ୍ରିକ ବାଣିଜ୍ୟର ବିକାଶ ପାଇଁ ବିଭିନ୍ନ ଘରୋଇ କମ୍ପାନୀ ସହିତ ସହଭାଗୀତା ଭିତ୍ତିରେ କାର୍ଯ୍ୟ କରାଯିବାର ଲକ୍ଷ୍ୟ ରଖାଯାଇଛି। ଆଗାମୀ ଦିନରେ ଇଞ୍ଚୁଡି ଓ ବାହୁଡାଠାରେ ଦୁଇଟି ନୂଆ ବନ୍ଦର ପ୍ରତିଷ୍ଠାର ଲକ୍ଷ୍ୟ ରଖାଯାଇଥିବା ବେଳେ ସୁବର୍ଣ୍ଣରେଖା ଓ ଅସ୍ତରଙ୍ଗ ବନ୍ଦରର ବିକାଶ ପାଇଁ ମଧ୍ୟ ଯୋଜନା ରହିଛି।

    ସେ ପୁଣି କହିଥିଲେ ଯେ, ଗୋପାଳପୁର ବନ୍ଦର ଲିମିଟେଡ୍ (Adani Ports) ଏବଂ ଜେ.ଏସ୍.ଡବ୍ଲୁ ଷ୍ଟିଲର ଉଭୟ ବନ୍ଦର ବିକାଶ ଓ ଇସ୍ପାତ ଉତ୍ପାଦନ କ୍ଷେତ୍ରରେ ସମଗ୍ର ବିଶ୍ୱରେ ଖ୍ୟାତି ରହିଛି। ଏହି ଦୁଇଟି କମ୍ପାନୀ ଆମର ବନ୍ଦର ଭିତ୍ତିକ ବିକାଶ (Port Led Development) କ୍ଷେତ୍ରରେ ଏକ ନୂଆ ଯୁଗ ସୃଷ୍ଟି କରିବେ ଏବଂ ଏହି ଦୁଇଟି ପ୍ରକଳ୍ପ ମାଧ୍ୟମରେ ରାଜ୍ୟରେ ୮,୪୫୦ ନିଯୁକ୍ତି ସୃଷ୍ଟି ହେବ।

    ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା କହିଥିଲେ ଯେ, ଓଡିଶାର ସାମଗ୍ରିକ ବିକାଶରେ ବନ୍ଦର ଓ ଜେଟି ଉନ୍ନତିକରଣର ଏକ ପ୍ରମୁଖ ଭୂମିକା ରହିଛି। ଓଡିଶାର ସୁଦୀର୍ଘ ଉପକୂଳରେ ଅନେକ ସମ୍ଭାବିତ ସ୍ଥାନକୁ ନିରୂପିତ କରାଯାଇ ସେଠାରେ ଅଣ-ବୃହତ୍ତ ବନ୍ଦର, ଜେଟି, ମତ୍ସ୍ୟ ପୋତାଶ୍ରୟ ତଥା ଉପକୂଳ ପରିବହନ ଓ ଭିତ୍ତିଭୂମିର ବିକାଶ କରିବା ଆମ ସରକାରଙ୍କ ପ୍ରାଥମିକ ଲକ୍ଷ୍ୟ ଅଟେ।

    ଏହି କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣି ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ଏବଂ ଜେ.ଏସ୍.ଡବ୍ଲୁ ଉତ୍କଳ ଷ୍ଟିଲ  ଓ ଗୋପାଳପୁର ପୋର୍ଟ୍ସ ଲିମିଟେଡ ର ଅଧିକାରୀମାନ ଉପସ୍ଥିତ ଥିଲେ।

    ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ କାର୍ଯ୍ୟକ୍ରମରେ ସମସ୍ତଙ୍କୁ ସ୍ୱାଗତ କରିଥିଲେ ଏବଂ ଅତିରିକ୍ତ ସଚିବ ବିଧାନ ରାୟ ଧନ୍ୟବାଦ ଅର୍ପଣ କରିଥିଲେ।

    Concession Agreement ଗୋପାଳପୁର ବନ୍ଦର ଚୁକ୍ତିନାମା ସ୍ୱାକ୍ଷର ଜଗତସିଂହପୁର ଜିଲ୍ଲା ଜଟାଧାର ମୁହାଣ ଜେ.ଏସ୍.ଡବ୍ଲୁ
    Share. Facebook Twitter LinkedIn Email WhatsApp Copy Link
    Previous Articleସ୍ୱତନ୍ତ୍ର ରାତ୍ରୀଭୋଜନ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ ପଠାଇଲା ବ୍ରାଜିଲ: ଚୀନ୍ କ୍ଷୁବ୍ଧ!
    Next Article ବିପର୍ଯ୍ୟସ୍ତ ଆଇନ୍ ଶୃଙ୍ଖଳାର ସମାଧାନ ପାଇଁ ଗଞ୍ଜାମ ଜିଲ୍ଲା ବିଜେଡ଼ି ପକ୍ଷରୁ ଦକ୍ଷିଣାଞ୍ଚଳ ଆଇଜିଙ୍କୁ ସ୍ମାରକପତ୍ର ପ୍ରଦାନ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.