Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ବିଶେଷ ଖବର»ପୁରୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଗୌତମ ଆଦାନୀ, କଲେ ଆଲୋଚନା
    ବିଶେଷ ଖବର

    ପୁରୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଗୌତମ ଆଦାନୀ, କଲେ ଆଲୋଚନା

    June 28, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    AdniMeetCM
    ପୁରୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଗୌତମ ଆଦାନୀ, କଲେ ଏହି ବିଷୟରେ ଆଲୋଚନା

    ଭୁବନେଶ୍ବର: ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଗୌତମ ଆଦାନୀ ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

    ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା । ବିଶେଷକରି ଶିଳ୍ପ ଭିତ୍ତିକ ବିକାଶ, ସବୁଜ ଶକ୍ତି ବା ଗ୍ରୀନ ଓ ରିନିୱେବ୍‍ଲ ଏନର୍ଜିର ଉତ୍ପାଦନ ଏବଂ କୋଲ ଗ୍ୟାସିଫିକେସନ୍ ପ୍ଲାଣ୍ଟ ସ୍ଥାପନ ଉପରେ ଆଲୋଚନା ହୋଇଥିଲା ।

    ସୂଚନାଯୋଗ୍ୟ ଯେ, ଉତ୍କର୍ଷ ଓଡ଼ିଶା – ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ରାଜ୍ୟ ସରକାର ରାଜ୍ୟରେ ଶିଳ୍ପ ବିକାଶର ଗତିକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ନିକଟରେ ଗୋପାଳପୁର ବନ୍ଦରର ବିକାଶ ପାଇଁ ରାଜ୍ୟ ସରକାର ଏକ କନସେସନ୍‍ ଏଗ୍ରିମେଣ୍ଟ କରିଛନ୍ତି । ଏଥିରେ ଆଦାନୀ ଗ୍ରୁପ ପକ୍ଷରୁ ୧୬,୫୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ଗୋପାଳପୁର ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‍ ଟନକୁ ବୃଦ୍ଧି ପାଇବ । ୫୦୦୦ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ ।

    ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

    AdniMeetCM Goutam Adani ଗୌତମ ଆଦାନୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଆଦାନୀ
    Share. Facebook Twitter LinkedIn Email WhatsApp Copy Link
    Previous Articleବାଣପୁର: ବିଦ୍ୟୁତ ଟ୍ରାନ୍ସଫର୍ମର ଚୋରି ଅଭିଯୋଗରେ ଟିପିସିଓଡିଏଲ ଲାଇନ ମ୍ୟାନ ଅଟକ
    Next Article ଆଦାନୀଙ୍କ ପାଇଁ ରଥ ଟଣା ବନ୍ଦ ହୋଇଥିବା ଚର୍ଚ୍ଚାକୁ ନେଇ ତାତିଲା ଛାତ୍ର କଂଗ୍ରେସ

    Related Posts

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    କୋରାପୁଟ-କିରାଣ୍ଡୁଲ ରେଳ ଲାଇନରେ ଭୂସ୍ଖଳନ ଯୋଗୁଁ ଟ୍ରେନ ସେବା ପ୍ରଭାବିତ

    ଗଛ ପ୍ରତି ଆଦର, ପୃଥିବୀ ପ୍ରତି ଦାୟିତ୍ୱ: ବଜ୍ରକୋଟ ବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.