Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ବିଶେଷ ଖବର»ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସପି, ଡିସିପି ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ
    ବିଶେଷ ଖବର

    ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସପି, ଡିସିପି ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ

    June 29, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ବଦଳିଲେ ପୁରୀ ଜିଲ୍ଲାପାଳ ଏବଂ ଏସପି, ଡିସିପି ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢ଼ୀ ନିଲମ୍ବିତ

    ଭୁବନେଶ୍ବର: ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ବିଶ୍ଵ ପ୍ରସିଦ୍ଧ। ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି।
    ସେହି ଉତ୍କଣ୍ଠା ଜନିତ ବ୍ୟଗ୍ରତା ଓ ଭିଡ କାରଣରୁ ତିନି ଜଣ ଶ୍ରଦ୍ଧାଳୁଙ୍କ ପରଲୋକ ଘଟିଛି।

    ଏ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅତ୍ୟନ୍ତ ବ୍ୟଥିତ ହୋଇ ଦୁଃଖ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏ ଘଟଣାରେ ବ୍ୟକ୍ତିଗତ ଭାବେ ତଥା ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି।

    ପରଲୋକଗତ ଭକ୍ତ ମାନଙ୍କ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହିତ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି।

    ଏହି ଘଟଣାର ସଂପୂର୍ଣ୍ଣ ପ୍ରଶାସନିକ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏହି ତଦନ୍ତ କରାଯିବ।

    ଏହା ସହିତ ପୁରୀ ଜିଲ୍ଲାପାଳ ଓ ଏସ.ପି ଙ୍କୁ ମଧ୍ୟ ବଦଳି କରାଯାଇଛି। ନୂତନ ଜିଲ୍ଲାପାଳ ଭାବେ ଶ୍ରୀ ଚଞ୍ଚଲ୍ ରାଣାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ନୂତନ ଏସ. ପି ଭାବେ ଶ୍ରୀ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆ ଯାଇଛି।

    ଏହା ସହିତ DCP ଶ୍ରୀ ବିଷ୍ଣୁ ପତି ଓ କମାଣ୍ଡାନ୍ଟ ଶ୍ରୀ ଅଜୟ ପାଢୀଙ୍କୁ ଦାୟିତ୍ବରେ ଅବହେଳା ଅଭିଯୋଗ ଯୋଗୁଁ ନିଲମ୍ବିତ କରାଯାଇଛି ।

    ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାପ୍ରଭୁଙ୍କ ରଥଯାତ୍ରା ଆମ ଓଡିଆ ଜାତିର ଗର୍ବ ଓ ଗୌରବ। ଏଥିରେ ସାମାନ୍ୟ ଅବହେଳା ବରଦାସ୍ତ କରାଯିବ ନାହିଁ। ସମସ୍ତ ଦାୟୀ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

    Puri Stameped ପୁରୀ ରଥଯାତ୍ରା ବଦଳିଲେ ପୁରୀ ଏସପି ବଦଳିଲେ ପୁରୀ ଜିଲ୍ଲାପାଳ ରଥଯାତ୍ରା ଅଘଟଣ
    Share. Facebook Twitter LinkedIn Email WhatsApp Copy Link
    Previous Articleତେଲେଙ୍ଗାନା ବିଆରଏସ ସଭାପତି ଗେଲୁ ଶ୍ରୀନିବାସ ଗିରଫ, ଦଳୀୟ କାର୍ଯ୍ୟାଳୟରେ ଚଢାଉ
    Next Article ପୁରୀ ଦଳାଚକଟାରେ ମୃତକଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କଲେ ସହାୟତା, ୨୫ ଲକ୍ଷ ଟଙ୍କା

    Related Posts

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    କୋରାପୁଟ-କିରାଣ୍ଡୁଲ ରେଳ ଲାଇନରେ ଭୂସ୍ଖଳନ ଯୋଗୁଁ ଟ୍ରେନ ସେବା ପ୍ରଭାବିତ

    ଗଛ ପ୍ରତି ଆଦର, ପୃଥିବୀ ପ୍ରତି ଦାୟିତ୍ୱ: ବଜ୍ରକୋଟ ବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.