Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଲିଟର ପିଛା ମିଳିବ ୩ ଟଙ୍କା ଅଧିକ ଦାମ
    ଆଜିର ଖବର

    ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଲିଟର ପିଛା ମିଳିବ ୩ ଟଙ୍କା ଅଧିକ ଦାମ

    June 1, 2025No Comments4 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ ବୋଲି ଘୋଷଣା କରିବା ସହିତ ଓମଫେଡ ଚାଷୀ ମାନଙ୍କୁ ୧ ଲକ୍ଷ ଟଙ୍କା ଦୁର୍ଘଟଣା ଜନିତ ମୃତ୍ୟୁ ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଥିଲେ।

    ଏହି ଅବସରରେ ଓମଫେଡ୍‌ ବାଲ୍ଟି ଦହି, ଏ-୨ ମିଲ୍କ, ଏ-୨ ଘିଅର ଶୁଭ ଉଦ୍ଘାଟନ ମୁଖ୍ୟମନ୍ତ୍ରୀଙ୍କ କର କମଳରେ ଅନୁଷ୍ଠିତ ହୋଇଥିଲା।

    ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ଅବସରରେ, କାମଧେନୁ ଯୋଜନା ଅନ୍ତର୍ଗତ ଗୋପାଳନ, ମଇଁଷି ଉଦ୍ୟୋଗ ବିକାଶ, ମାଈ ବାଛୁରୀ ପାଳନ, ଗୋମହିଷାଦିଙ୍କ ବୀମାକରଣ, ଗୋପାଳକଙ୍କ ଆୟବୃଦ୍ଧି ନିମନ୍ତେ ନଗଦ ପ୍ରୋତ୍ସାହନ ଏବଂ ଘାସଚାଷ ପାଇଁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ।

    ଏଥିସହିତ, ସେ ୨୦୨୪-୨୫ ଆର୍ଥିକ ବର୍ଷରେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ପ୍ରାୟ ୩ ଲକ୍ଷ ଗୋପାଳକଙ୍କୁ ୭୧ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ ଓ ରାଜ୍ୟର ୭୭ ଗୋଟି ପଞ୍ଜିକୃତ ଗୋଶାଳାରେ ଅସହାୟ ଗାଈଗୋରୁଙ୍କ ରକ୍ଷଣାବେକ୍ଷଣ ପାଇଁ ପ୍ରାଣିକଲ୍ୟାଣ ସଂଗଠନମାନଙ୍କୁ ୧୦.୫ କୋଟି ଟଙ୍କାର ଆର୍ଥିକ ସହାୟତା ବଣ୍ଟନ କରିଥିଲେ।

    ସୂଚନାଯୋଗ୍ୟ, ପୋଷଣୀୟ ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିରେ ପ୍ରାଣୀପାଳକଙ୍କ ଅବଦାନ, ସୁଷମ ଖାଦ୍ୟ ମଧ୍ୟରେ ଦୁଗ୍ଧର ଉପକାରିତା ସମ୍ପର୍କରେ  ବ୍ୟାପକ  ପ୍ରଚାର ପ୍ରସାର ଲକ୍ଷ୍ୟରେ ୨୦୦୧ ମସିହା ଠାରୁ ପ୍ରତ୍ୟେକ ବର୍ଷ ଜୁନ ମାସ ୧ ତାରିଖରେ  ବିଶ୍ଵ ଦୁଗ୍ଧ ଦିବସ ପାଳନ କରାଯାଉଛି। ଚଳିତ ବର୍ଷର ଥିମ ରହିଛି  “ଲେଟସ୍ ସେଲିବ୍ରେଟ୍ ଦ ପାୱାର ଅଫ୍ ଡେରୀ ବା ଆସନ୍ତୁ,  ଦୁଗ୍ଧ ଶକ୍ତି ପାଳନ କରିବା।” ରାଜ୍ୟରେ ଦୁଗ୍ଧ ଉତ୍ପାଦନକୁ ବହୁଗୁଣିତ କରିବା ସହ ଦୁଗ୍ଧ ଚାଷୀଙ୍କ ଜୀବନ ଜୀବିକାକୁ ସୁରକ୍ଷିତ କରିବା ପାଇଁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପ୍ରତିବଦ୍ଧ ଅଛି।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶା ଏକ କୃଷିପ୍ରଧାନ ରାଜ୍ୟ, ଏବଂ ଦୁଗ୍ଧ ଉତ୍ପାଦନ ଆମ ଗ୍ରାମୀଣ ଅର୍ଥନୀତିର ଏକ ପ୍ରମୁଖ ଅଙ୍ଗ। ଏହା କେବଳ ଏକ ଆୟର ଉତ୍ସ ନୁହେଁ, ବରଂ ଆମ ସମାଜରେ ପୁଷ୍ଟିକର ଖାଦ୍ୟ ଯୋଗାଇବାରେ ମଧ୍ୟ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି। ଆମ ରାଜ୍ୟରେ ୨୦୨୩-୨୪ ବର୍ଷରେ ୨୬.୪ ଲକ୍ଷ ମେଟ୍ରିକ ଟନ୍ ଦୁଗ୍ଧ ଉତ୍ପାଦିତ ହୋଇଥିବା ବେଳେ ଏହାକୁ ଆଗାମୀ ୫ ବର୍ଷରେ ଦ୍ବିଗୁଣିତ କରିବା ପାଇଁ ଆମ ସରକାର ପ୍ରୟାସଶୀଳ। ସେଥିପାଇଁ ଆମର ଏହି ଲୋକଙ୍କ ସରକାର ରାଜ୍ୟରେ ଗୋପାଳନର ବିକାଶ ଓ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆରମ୍ଭ କରିଛନ୍ତି, ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’।

    ସେ କହିଥିଲେ ଯେ, ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’ ରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି।ଗତ ୨୦୨୪-୨୫ ଆର୍ଥିକ ବର୍ଷରେ ଏହି ଯୋଜନାରେ ୩ ଲକ୍ଷ ହିତାଧିକାରୀ ୭୧ କୋଟି ଟଙ୍କାର ଅନୁଦାନ ରାଶି ପାଇ ଉପକୃତ ହୋଇସାରିଲେଣି। ଏହି କାମଧେନୁ ଯୋଜନା ଅଧିନରେ ଅନେକ ଯୋଜନା ଆଜି ଆମର ରାଜ୍ୟ ଚାଷୀଙ୍କୁ ସମୃଦ୍ଧ କରୁଛି।

    ପ୍ରାଣିକଲ୍ୟାଣ ପ୍ରତି ଆମ ସରକାର ସର୍ବଦା ସମ୍ବେଦନଶୀଳ। ସହାନୁଭୂତି, ସଂବେଦନଶୀଳତା ଓ ପର୍ଯ୍ୟାବରଣ ସୁରକ୍ଷା ପ୍ରତି ଥିବା ଉତ୍ତରଦାୟିତ୍ବକୁ ଭଲଭାବରେ ବୁଝି ନୂତନ ଗୋଶାଳା ପ୍ରତିଷ୍ଠା ଓ ପଞ୍ଜୀକୃତ ଗୋଶାଳାକୁ ସହାୟତା ଲକ୍ଷ୍ୟରେ ଆମ ସରକାର ୧୮୬ କୋଟି ଟଙ୍କା ବ୍ଯୟ-ଅଟକଳରେ ‘ମୁଖ୍ୟମନ୍ତ୍ରୀ ପ୍ରାଣିକଲ୍ୟାଣ ଯୋଜନା’ର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ବୁଲା ଓ ଅସହାୟ ଗୋରୁଗାଈଙ୍କ ଖାଦ୍ୟ, ରକ୍ଷଣାବେକ୍ଷଣ ଓ ପରିଚାଳନା ନିମନ୍ତେ ପଞ୍ଜୀକୃତ ଗୋଶାଳାଗୁଡିକୁ ଗୋରୁ ପିଛା ଦୁଇଟି କିସ୍ତିରେ ୨୦ ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯାଉଛି। ପ୍ରଥମ ପର୍ଯ୍ୟାୟରେ ଗତ ନଭେମ୍ବର ମାସରେ ୬୮ ଟି ଗୋଶାଳାକୁ ୯ କୋଟି ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ୭୭ ଟି ଗୋଶାଳାକୁ ୧୦.୫ କୋଟି ଟଙ୍କାର ଅନୁଦାନ ଆଜି ଦିଆଯାଇଛି। ଏହି ଅର୍ଥ ରାଜ୍ୟର ପ୍ରାୟ ୨୨ ହଜାର ନିରାଶ୍ରୟ ଗୋରୁଗାଈଙ୍କ ରକ୍ଷଣାବେକ୍ଷଣରେ ଖର୍ଚ୍ଚ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

    ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଅତ୍ୟନ୍ତ ଆନନ୍ଦର ବିଷୟ, ରାଜ୍ୟର ଖାଉଟିଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଆଜି ଓମଫେଡ଼ ପକ୍ଷରୁ ତିନୋଟି ନୂଆ ଉତ୍ପାଦର ବଜାରପ୍ରବେଶ କରାଯାଉଛି। ସେଗୁଡିକ ହେଲା-ବାଲ୍ଟି ଦହି, ଆମ ଓଡିଶାର ବିଞ୍ଝାରପୁରୀ ଗାଈ କ୍ଷୀରରୁ ପ୍ରସ୍ତୁତ ଦେଶୀ ଗାଈ ଘିଅ ଓ ସେହି ଗାଈ ପ୍ରଜାତିର A2 କ୍ଷୀର। ଆଜିଠାରୁ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ। ଖାଉଟିମାନଙ୍କ ପାଇଁ ବୃଦ୍ଧି ହେବାକୁ ଥିବା ଲିଟର ପ୍ରତି ୪ ଟଙ୍କାରୁ ୨ ଟଙ୍କା ସରକାର ବହନ କରିବେ। ଏହାଦ୍ଵାରା ରାଜ୍ୟର ପ୍ରାୟ ୨.୫ ଲକ୍ଷ ଗୋପାଳକ ସିଧାସଳଖ ଲାଭବାନ ହୋଇପାରିବେ।

    ଆମେ ଚାହୁଁଛୁ ଯେ ଓଡ଼ିଶା ଏକ ଦୁଗ୍ଧ ଉତ୍ପାଦନ ରାଜ୍ୟ ଭାବରେ ଦେଶରେ ଏକ ମଡେଲ୍ ସ୍ଥାନ ନେଉ। ଆମେ ସମସ୍ତେ ମିଳିତ ଭାବେ ଦୁଗ୍ଧ ସମୃଦ୍ଧ ଓଡ଼ିଶା, ସୁସ୍ଥ ଓଡ଼ିଶା ନାରାକୁ ସାକାର କରିବା ଉଚିତ ବୋଲିମୁଖ୍ୟମନ୍ତ୍ରୀ ପରିଶେଷରେ କହିଥିଲେ।

    ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କହିଥିଲେ ଯେ, ଦୁଗ୍ଧ ଉତ୍ପାଦନ ଏବଂ ଦୁଗ୍ଧ ଜାତୀୟ ପଦାର୍ଥ ଉତ୍ପାଦନ ଯୋଗୁଁ ଆଜି ଓଡିଶାର ମାଆ, ଭଉଣୀ ମାନେ ଆତ୍ମନିର୍ଭରଶୀଳ। ଏହି ବିଭାଗ ସହିତ ଆମର ମିଶନ ଶକ୍ତି ମାଆ ଓ ଭଉଣୀ ମାନେ ସଂଶ୍ଳିଷ୍ଟ ରହି କେବଳ ଏତିକି ନୁହେଁ Organic Bio Compost ତିଆରି କରି ନିଜକୁ ଲକ୍ଷ ପତି ଦିଦି ଭାବେ ପରିଚିତ କରିଛନ୍ତି।

    ନିଜ ବକ୍ତବ୍ୟରେ ଆଇନ, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ କହିଛନ୍ତି ଯେ, ଗୋପାଳନ ଓ ଦୁଗ୍ଧ ଉତ୍ପାଦନ, ସମାଜରେ ପ୍ରତ୍ୟେକ ସ୍ତରରେ ରୋଜଗାର ବୃଦ୍ଧି କରିବାରେ ସହାୟକ ହେଉଛି। ଦେଶର ଆର୍ଥିକ ଅବିବୃଦ୍ଧି ଦେଶର ପ୍ରତ୍ୟେକ ଟି ଗାଁ ସ୍ୱାବଲମ୍ବୀ ହେଲେ ହିଁ ହୋଇ ପାରିବ ବୋଲି ସେ କହିଥିଲେ।

    ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଦୁଗ୍ଧ ଉତ୍ପାଦନ କ୍ଷେତ୍ରରେ କ୍ରାନ୍ତି ଆଣିଛି । ଗ୍ରାମୀଣ ଅର୍ଥନୀତିକୁ ସମୃଦ୍ଧ କରିବା ସହ ଦୁଗ୍ଧ ଉତ୍ପାଦନରେ ଓଡ଼ିଶାକୁ ସ୍ୱାବଲମ୍ବୀ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ ଅଛି ବୋଲି କହିଛନ୍ତି ମାନ୍ୟବର ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି।

    କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ସ୍ୱାଗତ ଭାଷଣ ଦେଇଥିବା ବେଳେ ପ୍ରାଣିପାଳନ ଓ ପ୍ରାଣିଚିକିତ୍ସା ନିର୍ଦ୍ଦେଶକ ବିଜୟ ଅମୃତା କୁଲାଙ୍ଗେ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରାଣିକଲ୍ୟାଣ ସଂଗଠନର କର୍ମକର୍ତ୍ତା, ରାଜ୍ୟର ବିଭିନ୍ନ ଅଞ୍ଚଳର ଗୋପାଳକ ଓ ପ୍ରାଣିପାଳକ ପ୍ରମୁଖ ଅଂଶଗ୍ରହଣ କରିଥିଲେ।

    ଆତ୍ମନିର୍ଭରଶୀଳ ଓଡିଶା ଓମଫେଡ୍ ବିଶ୍ୱ ଦୁଗ୍ଧ ଦିବସ -୨୦୨୫ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ମୋହନ ଚରଣ ମାଝୀ
    Share. Facebook Twitter LinkedIn Email WhatsApp Copy Link
    Previous Articleକେଉଁ ଦଳ IPL ଟ୍ରଫି ଜିତିବ, ଫାଇନାଲର କିଏ ହେବ ଶ୍ରେଷ୍ଠ ଖେଳାଳି?: ୱାର୍ଣ୍ଣରଙ୍କ ଭବିଷ୍ୟବାଣୀ
    Next Article ଚିଲିକା: ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତକୁ ମିଳିଲା ଅତ୍ୟାଧୁନିକ ଆମ୍ବୁଲାନ୍ସ, ଲୋକାର୍ପଣ କଲେ ଆଇନ ମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.