Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ସମ୍ବଲପୁର କୃଷି ଭବନର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ
    ଆଜିର ଖବର

    ସମ୍ବଲପୁର କୃଷି ଭବନର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ

    June 1, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ‘ଶୀତଳ ଷଷ୍ଠୀ’ର ପବିତ୍ର ଅବସରରେ ସମ୍ବଲପୁରରେ କୃଷି ଭବନର ଉଦଘାଟନ କରିବା ସହ ମୂର୍ତ୍ତିକା ଭବନ ପରିଦର୍ଶନ କରିଛନ୍ତି।

    କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ଅବସରରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ସମ୍ବଲପୁର ଏକ କୃଷି ପ୍ରଧାନ ଅଞ୍ଚଳ। ଆଜି ଲୋକାର୍ପିତ ଅତ୍ୟାଧୁନିକ କୃଷି ଭବନ ସମ୍ବଲପୁରର କୃଷି ଗବେଷଣା ସହ କୃଷି କ୍ଷେତ୍ରକୁ ନୂଆ ପରିଚୟ ଦେବା ସହ ଅନ୍ନଦାତାଙ୍କ ଉତ୍ତରୋତ୍ତର ଉନ୍ନତି ଦିଗରେ ବିଶେଷ ସହାୟକ ହେବ। ଏଥିପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

    ସେ ଆହୁରି କହିଛନ୍ତି ଯେ ଦେଶର ପ୍ରଧାନମନ୍ତ୍ରୀ ମୋଦୀଙ୍କ କଳ୍ପନାରେ ଓଡ଼ିଶାର ଗରିବ, ଚାଷୀ, ମହିଳା, ଯୁବକଙ୍କ କଲ୍ୟାଣ ଏବଂ ଶିଶୁଙ୍କୁ ଉପଯୁକ୍ତ ପୋଷଣ ପ୍ରଦାନ କରିବା ଦିଗରେ ଡବଲ ଇଞ୍ଜିନ ସରକାର ସମର୍ପିତ । ନୂଆ ସରକାରର ଶାସନକୁ ଏକ ବର୍ଷ ପୂର୍ତ୍ତି ହେବାକୁ ଯାଉଛି । ଲମ୍ବା ସମୟ ଧରି ଓଡ଼ିଶାର ଥିବା ଆବଶ୍ୟକତାକୁ ଡବଲ ଇଞ୍ଜିନ ସରକାର ପୂରଣ କରୁଛନ୍ତି । ପୂର୍ବ ସରକାର ସୋହେଲାରେ ଧାନ ଉପରେ ୧୦୦ ଟଙ୍କା ଅତିରିକ୍ତ ବୋନସ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାକୁ ପୂରଣ କରିନଥିଲେ । ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାର ଇନପୁଟ ସବସିଡିକୁ ମିଶାଇ ଧାନର ଏମଏସପି କ୍ୱିଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ରାଜ୍ୟର ଖରିଫ ଓ ରବି ଧାନ ସଂଗ୍ରହ ପ୍ରାୟ ୯୦ ହଜାରରୁ ୧ ଲକ୍ଷ ମେଟ୍ରିକ୍ ଟନ କିଣାଯାଉଛି । ରାଜ୍ୟ ସରକାର ଧାନ କିଣା ବାବଦକୁ ନିଜସ୍ୱ ବଜେଟରୁ ପ୍ରାୟ ୮୦୦୦ କୋଟି ଟଙ୍କା ଚାଷୀମାନଙ୍କୁ ଦେଉଛନ୍ତି । ସୁଭଦ୍ରା ଯୋଜନାରେ ପ୍ରାୟ ଏକ କୋଟି ମାଆ ଭଉଣୀମାନଙ୍କୁ ୧୦,୦୦୦ କୋଟି ଦିଆଯାଇଛି, ଯାହା ସେମାନଙ୍କୁ ସଶକ୍ତ କରିଛି । ହିତାଧିକାରୀମାନଙ୍କୁ ଡିବିଟି ଜରିଆରେ ସିଧାସଳଖ ସହାୟତା ରାଶି ପ୍ରଦାନ ସହ ବିଭିନ୍ନ କଲ୍ୟାଣକାରୀ ଯୋଜନା ଓଡ଼ିଶାର ବିକାଶ ଗତିକୁ ତ୍ୱରାନ୍ୱିତ କରୁଛି । ସ୍କୁଲ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସହ ସେମାନଙ୍କୁ ପୁଷ୍ଟିକର ଖାଦ୍ୟ ଦେଇ ଶାରିରୀକ ଓ ମାନସିକ ସ୍ୱାସ୍ଥ୍ୟକୁ ବିକଶିତ କରିବାର ଦାୟିତ୍ୱ ନିଆଯାଇଛି ।

    ଶ୍ରୀ ପ୍ରଧାନ ଏହି ଅବସରରେ ସମ୍ବଲପୁର କୃଷି ଭବନ ପରିସରରେ “ମାଆ ପାଇଁ ଗଛଟିଏ” ଅଭିଯାନରେ ବୃକ୍ଷରୋପଣ କରିଥିଲେ ।

    ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଏବଂ ସମ୍ବଲପୁର ବିଧାୟକ ଜୟ ନାରାୟଣ ମିଶ୍ର ଉପସ୍ଥିତ ଥିଲେ ।

    କୃଷି ଭବନ ଧର୍ମେନ୍ଦ୍ର ପ୍ରଧାନ ଶୀତଳ ଷଷ୍ଠୀ ସମ୍ବଲପୁର
    Share. Facebook Twitter LinkedIn Email WhatsApp Copy Link
    Previous Articleଜାମୁକୋଳି ଗଛରୁ ପଡ଼ି ନାବାଳକ ମୃତ
    Next Article 33ତମ ନୃତ୍ୟlଞ୍ଜଳି ମହୋତ୍ସବ ପ୍ରଥମ ସନ୍ଧ୍ୟାରେ ପ୍ରଖ୍ୟାତ ନୃତ୍ୟଶିଳ୍ପୀଙ୍କ ପ୍ରଦର୍ଶନରେ ବିମୋହିତ ଦର୍ଶକ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.