Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଜିଲ୍ଲା ସ୍ତରୀୟ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ
    ଆଜିର ଖବର

    ଜିଲ୍ଲା ସ୍ତରୀୟ ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

    June 2, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଖୋର୍ଦ୍ଧା: ଆଜି ସକାଳ ୭ ଘଟିକା ସମୟରୁ ପୂର୍ବାହ୍ନ ୧୧ ଘଟିକା ପର୍ଯ୍ୟନ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥଙ୍କ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ ଉପଜିଲ୍ଲାପାଳ,  କିଶୋର କୁମାର ପଣ୍ଡା,ଡେପୁଟି କଲେକ୍ଟର, ଜରୁରୀ, ଶ୍ରିତପା ମିଶ୍ର, ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ।

    ଆଜିର ଅଭିଯୋଗ ଶିବିରକୁ ମୋଟ ୧୧୨ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୯୨ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୧୧ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା। ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୦୪ ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ।

    ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ବରହମ୍ ପୁରର ପ୍ରତିମା ବେହେରାଙ୍କୁ ୧୫ ହଜାର ଟଙ୍କା, ତାପଙ୍ଗର ଚରଣ ଭୋଇଙ୍କୁ ୧୦ ହଜାର, ଡିଓ ଖଉରୁନି ୧୫ହଜାର,ବୋଲଗଡ଼, ଟିକିନା ଦାସଙ୍କୁ ଓ ୧୦ ହଜାର ପଦନପୂର୍, ବାଣପୁରର ଛାୟା କାନ୍ତ ମହାରଣା କୁ ନେଇ ମୋଟ ୪ଜଣ ଅଭିଯୋଗ କାରୀଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହିପରି ଗୋଳବାଇର ରାଜ କିଶୋର କୁଣ୍ଡୁଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧୦ହଜାର ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତ ପ୍ରଦାନ କରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରୁ ଆସିଥିବା ଦରଖାସ୍ତ ଏବଂ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିରର ସୁପାରିଶ ଅଭିଯୋଗ ଗୁଡ଼ିକୁ ଯୁଦ୍ଧ କାଳୀନ ଭିତିରେ ସମାଧାନ କରି ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

    ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ରାଜ୍ୟଶ୍ରୀ ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ ,ଜିଲ୍ଲା ମଙ୍ଗଳ ଅଧିକାରୀ, ଡ. ଗୀତାଂଶୁ ଦାଶ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ସୁଗୁଡା ମୁର୍ମୁ , ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀସୋନାମିକା ରାୟ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ସ୍ମିତା ମହାନ୍ତି,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ।

    ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି
    Share. Facebook Twitter LinkedIn Email WhatsApp Copy Link
    Previous Articleଆରମ୍ଭ ହେବ ଜଗନ୍ନାଥ ଏକ୍ସପ୍ରେସ ବସ ସେବା, ଜାଣନ୍ତୁ କେଉଁ କେଉଁ ସ୍ଥାନରୁ ଚାଲିବ ଏହି ଭଲବୋ ସେବା
    Next Article ବାଣପୁରରେ ନୂତନ ବିଇଓ ଙ୍କ ଯୋଗଦାନ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.