Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»“ଆମ ସଂକଳ୍ପ ନିଶା ନୁହେଁ ଜୀବନ” ସଚେତନତା ରଥକୁ ଶୁଭାରମ୍ଭ କଲେ ଖୋର୍ଦ୍ଧା ଜିଲ୍ଲାପାଳ
    ଆଜିର ଖବର

    “ଆମ ସଂକଳ୍ପ ନିଶା ନୁହେଁ ଜୀବନ” ସଚେତନତା ରଥକୁ ଶୁଭାରମ୍ଭ କଲେ ଖୋର୍ଦ୍ଧା ଜିଲ୍ଲାପାଳ

    June 4, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଖୋର୍ଦ୍ଧା: ଗତ କାଲି ପୂର୍ବାହ୍ନରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରାଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ନିଶା ଦ୍ରବ୍ୟ ବ୍ୟବହାରରକୁ ପ୍ରଭାବ ଓ ଚୋରା ମାଦକ ଦ୍ରବ୍ୟ କାରବାରକୁ ରୋକିବା ଉଦ୍ଦେଶ୍ୟରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ପ୍ରସ୍ତୁତ ସଚେତନତା ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ ସାଫଲ୍ୟ ମଣ୍ଡିତ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ, ଅବକାରୀ ଅଧିକ୍ଷକ, ଖୋର୍ଦ୍ଧା ସୂମତି ତ୍ରିପାଠୀଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ଏବଂ ଜିଲ୍ଲା ଅବକାରୀ ବିଭାଗ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଯୋଗଦେଇ ଥିଲେ।

    ଉକ୍ତ ସଚେତନତା ରଥ ସମଗ୍ର ଜିଲ୍ଲାର ବ୍ଲକ ସଦର ମହକୁମା, ପଂଚାୟତ ସଦର ମହକୁମା, ଏପରିକି ଗ୍ରାମ ର ବଜାର ଓ ଲୋକ ଗହଳି ସ୍ଥାନ ମାନଙ୍କରେ ନିଶା ସେବନର କରାଳ କୁ ପ୍ରଭାବ ନିଶା ସେବନ ପ୍ରତ୍ୟାହାର ଓ ମାଦକ ଦ୍ରବ୍ୟ ଚୋରା ଚାଲାଣକୁ ରୋକିବା ପାଇଁ ଘରେ ଘରେ ସଚେତନତା ବାର୍ତ୍ତା ପ୍ରଚାର କରିବ। ଜିଲ୍ଲାରେ ଏହି ମହତ କାର୍ଯ୍ୟକ୍ରମ ଜୁନ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜିଲ୍ଲାପାଳ ଚଞ୍ଚଳ ରାଣା ପ୍ରକାଶ କରିଛନ୍ତି। ସେହିପରି ଅବକାରୀ ବିଭାଗ ପକ୍ଷରୁ ଏନଫୋର୍ସମେଣ୍ଟ ଟିମ୍ ମଧ୍ୟ ମାଦକ ଦ୍ରବ୍ୟ ଚୋରା କାରବାର ଦିଗରେ ଚଢାଉ ଜାରି ରଖିବା ସହ ସଚେତନତା କାର୍ଯ୍ୟକ୍ରମର ଶତ ପ୍ରତିଶତ ସଫଳତା ପାଇଁ ଜିଲ୍ଲାପାଳ ଅବକାରୀ ବିଭାଗ କୁ ନିର୍ଦ୍ଦେଶ ଦେଇଛନ୍ତି।

    ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବାକୁ ସମସ୍ତ କାର୍ଯ୍ୟନ୍ଵୟନ ବିଭାଗ ମାନେ ସେମାନଙ୍କ ଅଧୀନ ଛାତ୍ରଛାତ୍ରୀ, ଅଙ୍ଗନୱାଡ଼ି କର୍ମୀ, ଆଶା ଦିଦି, ସ୍ବେଛାସେବୀ ସଂଗଠନ, ଯୁବଗୋଷ୍ଠୀ,ମିସନ ଶକ୍ତି ମା’ ମାନେ, ଜନପ୍ରତିନିଧି, ଗଣ ମାଧ୍ୟମ ପ୍ରତିନିଧି ସମସ୍ତେ ପ୍ରଚେଷ୍ଟା ଜାରି ରଖି ଏକ ସୁସ୍ଥ, ନିରାମୟ, ପ୍ରଗତିଶୀଳ ସମାଜ ଗଠନ ସହ ଖୋର୍ଦ୍ଧା ଜିଲ୍ଲାକୁ ସଂପୂର୍ଣ୍ଣ ନିଶାମୁକ୍ତ କରିବାକୁ ଆହ୍ଵାନ ଦେଇଛନ୍ତି।

    ଆମ ସଂକଳ୍ପ ନିଶା ନୁହେଁ ଜୀବନ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରାଣା ସଚେତନତା ରଥ
    Share. Facebook Twitter LinkedIn Email WhatsApp Copy Link
    Previous Articleଜୁନ୍‌ ୬ ରେ ପ୍ରଧାନମନ୍ତ୍ରୀଙ୍କ ଜମ୍ମୁ ଏବଂ କାଶ୍ମୀର ଗସ୍ତ: ବିଭିନ୍ନ ବିକାଶମୂଳକ ପ୍ରକଳ୍ପର କରିବେ ଶିଳାନ୍ୟାସ
    Next Article ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀରେ ଯୋଗ ଦେଇ ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.