Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ସୁନା ହେବ ସୁବର୍ଣ୍ଣପୁର ଜିଲ୍ଲା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
    ଆଜିର ଖବର

    ସୁନା ହେବ ସୁବର୍ଣ୍ଣପୁର ଜିଲ୍ଲା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

    June 8, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁନିର୍ମାଣ, ସ୍ୱାସ୍ଥ୍ୟ ସେବା ପ୍ରକଳ୍ପ, ମେଗା ଲିଫ୍‍ଟ ପ୍ରୋଜେକ୍ଟ ଏବଂ ହଷ୍ଟେଲ ଇତ୍ୟାଦି ରହିଛି।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୁବର୍ଣ୍ଣପୁର ଜିଲ୍ଲାରେ ମହାନଦୀ ଉପରେ ଗୋଧନେଶ୍ୱର ଓ ଖଇରମାଳ (ବୀରମହାରାଜପୁର ବ୍ଲକ) ସହିତ ଉଲୁଣ୍ଡାର ହରିହର ଜୋର ଏବଂ ବୀରମହାରାଜପୁରର ସୁରୁବାଲି ଠାରେ ୪ଟି ନଦୀଗର୍ଭ ଜଳାଶୟ (ISS) ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ।

    ଉପସ୍ଥିତ ସୁବର୍ଣ୍ଣପୁରବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଓଡ଼ିଶାର ରାଜନୈତିକ ଓ ସାଂସ୍କୃତିକ ମାନଚିତ୍ରରେ ସୁବର୍ଣ୍ଣପୁର ଅଞ୍ଚଳ ପୁରାତନ କାଳରୁ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି। ଏହି ଜିଲ୍ଲା ହେଉଛି ପ୍ରାଚୀନ ଐତିହ୍ୟ, ଧାର୍ମିକ ଭାବନା, ଆଧ୍ୟାତ୍ମିକ ଚିନ୍ତାଧାରା ଓ ଲୋକସଂସ୍କୃତିର ଗୌରବମୟ ପ୍ରତୀକ । ସନ୍ଥକବି ଭୀମଭୋଇଙ୍କର ଶିକ୍ଷା, ଦୀକ୍ଷା ତଥା ସାଧନାର କ୍ଷେତ୍ର। ସାହିତ୍ୟ, ଇତିହାସ ଓ କଳା କ୍ଷେତ୍ରରେ ରାଜ୍ୟରେ ଏ ମାଟିର ପ୍ରସିଦ୍ଧି ରହିଛି। ଜିଲ୍ଲାର ଆକର୍ଷଣୀୟ ବୟନ ଶିଳ୍ପ ଏବଂ ହସ୍ତଶିଳ୍ପ ଓଡ଼ିଶାକୁ ଗୌରବାନ୍ୱିତ କରିଛି।

    ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ଆମ ସରକାର ଯାହା କଥା ଦିଅନ୍ତି, ତାହା କରିକି ଦେଖାନ୍ତି। ଆମେ ପ୍ରତିଶ୍ରୃତି ଦେଇଥିବା ୨୧ ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ ଟି କାର୍ଯ୍ୟକାରୀ କରିଛୁ। ସରକାର ଆସିବାର ୨୪ ଘଣ୍ଟା ମଧ୍ୟରେ କ୍ୟାବିନେଟ ନିଷ୍ପତ୍ତି ନେଇ ଆମେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛୁ। ଚାଷୀମାନଙ୍କୁ ଅସମୟରେ ସାହାଯ୍ୟ କରିବା ପାଇଁ ଅଦିନିଆ ବର୍ଷା କ୍ଷୟ କ୍ଷତିକୁ ଇତିହାସ ସୃଷ୍ଟି କରି ରିଲିଫ୍‍ କୋଡରେ ଅନ୍ତର୍ଭୁକ୍ତ କରିଛୁ । ଆଜି ବିକାଶ ପଥରେ ଓଡ଼ିଶା ଅଗ୍ରସର ହେଉଛି।

    ସେ ଆହୁରି କହିଥିଲେ ଯେ, ଆଗାମୀ ଦିନରେ ସୁବର୍ଣ୍ଣପୁର ଜିଲ୍ଲାକୁ ସୁନାରେ ପରିଣତ କରାଯିବ। ଆପଣମାନେ ପ୍ରସ୍ତାବ ଦିଅନ୍ତୁ ମୁଁ ସମସ୍ତ ସହଯୋଗ ଦେବି। ଜିଲ୍ଲାର ବିକାଶ ପାଇଁ କୌଣସି ପ୍ରତିବନ୍ଧକ ରହିବନାହିଁ। ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବାହିତ ହେଉଥିବା ନଦୀଗୁଡ଼ିକୁ ଆପଣମାନଙ୍କ କାମରେ ଲଗାଯିବ। ସୁବର୍ଣ୍ଣପୁରକୁ ଓଡ଼ିଶାର ଏକ ନମ୍ୱର ଜିଲ୍ଲାରେ ପରିଣତ କରିବା ପାଇଁ ସମସ୍ତେ ମିଳିମିଶି କାମ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।

    କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କୁ କାର୍ଯ୍ୟାଦେଶ ଓ ସହାୟତା ବଣ୍ଟନ କରିଥିଲେ।

    ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓ କହିଥିଲେ ଯେ, ମାନନୀୟ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡ଼ିଶାରେ ବିକାଶର ନୂଆ ପର୍ବ ଆରମ୍ଭ ହୋଇଛି। ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱାଧୀନ ସରକାର ରାଜ୍ୟର ପଛୁଆ ଅଞ୍ଚଳଗୁଡ଼ିକୁ ଆଗକୁ ଆଣିବା ପାଇଁ କାର୍ଯ୍ୟ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଓଡ଼ିଶାରେ ରାଜପଥ ଓ ରେଳପଥର ବିକାଶ ପାଇଁ ସମସ୍ତ ସହଯୋଗ ପ୍ରଦାନ କରାଯାଇଛି। ରାଜ୍ୟର ପ୍ରଗତି ଓ ବିକାଶ ପାଇଁ ସମସ୍ତେ ଏକଜୁଟ୍‍ ହୋଇ କାମ କରିବା ପାଇଁ ସେ ଆହ୍ୱାନ ଦେଇଥିଲେ।

    ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ, କଣ୍ଟାମାଳ ବିଧାୟକ କହ୍ନେଇ ଡାଙ୍ଗ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ ରଘୁନାଥ ଜଗଦଲା ସ୍ୱାଗତ ଭାଷଣ ଦେଇଥିଲେ। ଜିଲ୍ଲାପାଳ ଅନ୍ୟା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

    ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଜନକଲ୍ୟାଣକାରୀ ପ୍ରକଳ୍ପ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା
    Share. Facebook Twitter LinkedIn Email WhatsApp Copy Link
    Previous Articleବିସ୍ତୃତ ରାଶିଫଳ: ଜୁନ ୮ ତାରିଖ ରବିବାରରେ ଆଠଟି ରାଶିର ବ୍ୟକ୍ତି ପାଇବେ ଖୁସି ଖବର
    Next Article ଉତ୍ତାପ ଜନିତ ବିପଦର ମୁକାବିଲା କରିବା ନିମନ୍ତେ ସୀମାପାର ସହଯୋଗ ପାଇଁ ଆହ୍ୱାନ ଦେଲେ ପି କେ ମିଶ୍ର

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.