Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବିଶ୍ବପ୍ରସିଦ୍ଧ ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଅଧ୍ୟକ୍ଷତା କଲେ ଆଇନ ମନ୍ତ୍ରୀ
    ଆଜିର ଖବର

    ବିଶ୍ବପ୍ରସିଦ୍ଧ ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଅଧ୍ୟକ୍ଷତା କଲେ ଆଇନ ମନ୍ତ୍ରୀ

    June 9, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ପୁରୀ: ଆଜି ପୁରୀ ପୋୖରସଦନ (ଟାଉନ ହଲ) ଠାରେ ଆୟୋଜିତ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ପବିତ୍ର ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରି ରଥ ନିର୍ମାଣର ଅଗ୍ରଗତି, ରାସ୍ତାଘାଟ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ଟ୍ରାଫିକ କଟକଣା ଏବଂ ଯୋଗାଯୋଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗରେ ବିଭିନ୍ନ ବିଭାଗୀୟ ଅଧିକାରୀ, ସେବାୟତ ବୃନ୍ଦ, ରଥଯାତ୍ରା ସମନ୍ୱୟ କମିଟି ଏବଂ ପୁରୀ ସହରର ବରିଷ୍ଠ ନାଗରିକ ମାନଙ୍କ ସହ ଆଲୋଚନା କରି ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ।

    ତତସହିତ ଶ୍ରଦ୍ଧାଳୁଙ୍କ ସମାଗମ ଆଶଙ୍କା କରାଯାଉଥିବାରୁ ପାନୀୟଜଳ, ଶୌଚାଳୟ, ରହଣି ସୁବିଧା, ଅପରାଧ ଦମନ, ଭିଡ଼ ନିୟନ୍ତ୍ରଣ, ଠାକୁରଙ୍କ ଶୃଙ୍ଖଳିତ ଦର୍ଶନ, ଉଚିତ୍ ମୂଲ୍ୟରେ ମହାପ୍ରସାଦ ଉପଲବ୍ଧ କରିବା, ବସ ଓ ଟ୍ରେନ୍ ଯାତ୍ରାକୁ ସହଜ ଓ ସୁଗମ କରିବା, ସଫେଇ, ଉତ୍ତମମାନର ଖାଦ୍ୟ ବିକ୍ରି, ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ସର୍ବୋପରି ରଥଯାତ୍ରାରେ ନୀତିନିର୍ଘଣ୍ଟ ଓ ନୀତିକାନ୍ତି ଉପରେ ଆଲୋଚନା ହୋଇଥିଲା।

    ଏହି କାର୍ଯ୍ୟକ୍ରମ ଅବସରରେ ସ୍ବାସ୍ଥ୍ୟ, ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ବୈଦ୍ୟୁତିକ ଓ ସୂଚ଼ନା ବୈଷୟିକ ବିଭାଗର ମନ୍ତ୍ରୀ ଡ଼ଃ ମୁକେଶ ମହାଲିଙ୍ଗ, ବାଣିଜ୍ୟ, ପରିବହନ,ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୁଷଣ ଜେନା, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ଼ଃ କୃଷ୍ଣଚ଼ନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର ଓ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ପୁରୀ ସାଂସଦ ଡ଼ାଃ ସମ୍ବିତ ପାତ୍ର, ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ ଓ ପୁରୀ ଜିଲ୍ଲାର ବିଧାୟକ ଗଣ, ବିଭାଗୀୟ ପ୍ରମୁଖ ଶାସନ ସଚିବ, ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ପ୍ରମୁଖ ଉପସ୍ଥିତ ଥିଲେ।

    coordinationmeeting JayJagannath Puri rathayatra2025 ShreeJagannathTemple ପୁରୀ ପୃଥ୍ୱୀରାଜ ହରିଚନ୍ଦନ ବିଶ୍ବପ୍ରସିଦ୍ଧ ରଥଯାତ୍ରା
    Share. Facebook Twitter LinkedIn Email WhatsApp Copy Link
    Previous Articleପ୍ରେମ, ଧୋକା ଏବଂ ସ୍ୱାମୀଙ୍କ ହତ୍ୟା: ଏହି ବଲିଉଡ୍ ଫିଲ୍ମ ସହିତ ମେଳ ଖାଉଛି ସୋନମ ରଘୁବଂଶୀ ମାମଲାର କାହାଣୀ
    Next Article ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ: ଘର ଭାଙ୍ଗିଲେ ମିଳିବ ସହାୟତା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.