Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»‘ଇଗ୍ନୋ’ ରେ ଜୁଲାଇ ୨୦୨୫ ସେସନ ପାଇଁ ନାମଲେଖା ଆରମ୍ଭ
    ଆଜିର ଖବର

    ‘ଇଗ୍ନୋ’ ରେ ଜୁଲାଇ ୨୦୨୫ ସେସନ ପାଇଁ ନାମଲେଖା ଆରମ୍ଭ

    June 10, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ଵର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ଜୁଲାଇ-୨୦୨୫ ଶିକ୍ଷା ସେସନ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବା ସଂପର୍କରେ ଘୋଷଣା କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା  ଉଚ୍ଚ ଶିକ୍ଷା ପାଇବାରୁ ବଂଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର) ପିଜି ଡିପ୍ଲୋମା, (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମଲେଖା ପ୍ରକ୍ରିୟା ଆସନ୍ତା ଜୁଲାଇ ମାସ ୧୫ ତାରିଖ ପର୍ଯ୍ୟନ୍ତ ଚାଲୁରହିବ।

    ଅଣ୍ଡର ଗ୍ରାଜୁଏଟ (ସ୍ନାତ୍ତକ) ପ୍ରୋଗ୍ରାମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି।

    ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ,  ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ଇଛୁକ ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ www.ignou.ac.in ଏବଂ ଏହି ଲିଙ୍କ http//ignouadmission.samarth.edu.in  ଅନୁସରଣ କରିପାରିବେ କିମ୍ବା ଆଞ୍ଚଳିକ କେନ୍ଦ୍ର ଭୁବନେଶ୍ୱରକୁ ଇ-ମେଲ  ମାଧ୍ୟମରେ ଯୋଗାଯୋଗ କରିପାରିବେ। ଅଧିକ ବିବରଣୀ ପାଇଁ ୦୬୭୪-୨୯୭୧୦୭୧  କିମ୍ବା ୦୬୭୪-୨୩୦୧୩୪୮ ଦୂରଭାଷ ନମ୍ବରରେ ଯୋଗାଯୋଗ କରିବା ପାଇଁ ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ସୁରେଶ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।

    ଇଗ୍ନୋ ନାମଲେଖା ପ୍ରକ୍ରିୟା ଆରମ୍ଭ
    Share. Facebook Twitter LinkedIn Email WhatsApp Copy Link
    Previous Articleଫିଜିଓଥେରାପି ମାଧ୍ୟମରେ ଟ୍ରାନ୍ସରେକ୍ଟାଲ୍ ଟ୍ରାନ୍ସଭଜାଇନାଲ୍ ପେଲ୍‌ଭିକ୍ ଫ୍ଲୋର ପୁନର୍ବାସ ସମ୍ପର୍କିତ କର୍ମଶାଳା
    Next Article ବାଲୁଗାଁ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ମୃତ୍ୟୁଞ୍ଜୟ ଶତପଥୀଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.