Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଜାଲ ଶିକ୍ଷାଗତ ପ୍ରମାଣ ପତ୍ର ପ୍ରଦାନ କରି ଚାକିରି ପାଇଁ ଉଦ୍ୟମ: ପାଞ୍ଚ ଅଭିଯୁକ୍ତ ଗିରଫ
    ଅପରାଧ

    ଜାଲ ଶିକ୍ଷାଗତ ପ୍ରମାଣ ପତ୍ର ପ୍ରଦାନ କରି ଚାକିରି ପାଇଁ ଉଦ୍ୟମ: ପାଞ୍ଚ ଅଭିଯୁକ୍ତ ଗିରଫ

    June 11, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ଵର: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା ୨୫ କୁ ବୃଦ୍ଧି ପାଇଛି।

    ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର  କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର ରଜତ କୁମାର ନାଏକ (୩୨), ବଲାଙ୍ଗୀର ଥାନା ଅଞ୍ଚଳର ସୁଧିର ଭୁଏ (୨୭) ଏବଂ  ସୁବର୍ଣ୍ଣପୁର ଅଞ୍ଚଳର ତୋଫାନ ବାଗ  (୪୫) ।

    ପୂର୍ବରୁ ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାଡ଼ଖଣ୍ଡର ଅଭିଜିତ କୁମାର ଭକତ, ବଲାଙ୍ଗୀର ଟାଉନ ରିଲାଏନ୍ସ ଏଜୁକେସନ କମ୍ପ୍ଲେକ୍ସର ମାଲିକ ମନୋଜ ମିଶ୍ର ଏବଂ ଆଲୋକ ରଞ୍ଜନ ଉଦଗାତାଙ୍କ ସମେତ  ଏହି ରାକେଟ ସହିତ ଜଡିତ ଅନ୍ୟ ୧୭ ଜଣଙ୍କୁ ଗିରଫ କରାଯାଇଥିଲା।

    ଉଲ୍ଲେଖଯୋଗ୍ୟ ଯେ,  ୨୦୨୩ ଜାନୁଆରୀ ମାସରେ ଗ୍ରାମୀଣ ଡାକ ସେବକ (ଜିଡିଏସ୍)ରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ଏହି ଚାକିରି ନିମନ୍ତେ ହଜାର ହଜାର ସଂଖ୍ଯାରେ ଆଶାୟୀ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ତେବେ କିଛି ପରୀକ୍ଷାର୍ଥୀ ଜାଲ ଶିକ୍ଷାଗତ ପ୍ରମାଣ ପତ୍ର ପ୍ରଦାନ କରି ଚାକିରୀ ପାଇବାକୁ ଉଦ୍ୟମ କରୁଥିବା ସଂକ୍ରାନ୍ତରେ ବଲାଙ୍ଗୀର ଡିଭିଜନର ଡାକଘର ସୁପରିଣ୍ଟେଣ୍ଡେଣ୍ଟ ରାଜେନ୍ଦ୍ର କୁମାର ପଟ୍ଟନାୟକ ବଲାଙ୍ଗୀର ଟାଉନ ଥାନାରେ ଅଭିଯୋଗ କରିଥିଲେ।

    ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଏହି ଘଟଣାରେ ଏକ ସଂଗଠିତ ନେଟୱାର୍କ କାର୍ଯ୍ୟ କରୁଥିବା ସମ୍ପର୍କରେ ଜାଣିବାକୁ ପାଇଥିଲା। ତେବେ ମାମଲାଟି ଅତ୍ୟନ୍ତ ସମ୍ବେଦନଶୀଳ ଥିବାରୁ  ପରବର୍ତ୍ତୀ ସମୟରେ ଏହାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିଲା।

    କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସପି ବିକାଶ ରଞ୍ଜନ ବେହୁରାଙ୍କ ନେତୃତ୍ଵରେ ଏକ ଟିମ ଗଠନ କରାଯାଇ ମାମଲାର ତଦନ୍ତ ଆରମ୍ଭ କରାଯାଇଥିଲା।  ଅଭିଯୁକ୍ତମାନେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପ୍ରତିଷ୍ଠାନରୁ ନକଲି ପ୍ରମାଣପତ୍ର ପ୍ରସ୍ତୁତ କରି ଚାକିରୀ ଆଶାୟୀଙ୍କୁ ଯୋଗାଉ ଥିବା ସମ୍ପର୍କରେ ତଦନ୍ତକାରୀ ଟିମ ଜାଣିବାକୁ ପାଇଥିଲେ। ଏହି ଠକେଇ ମାମଲାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରିବାକୁ  ପୋଲିସର ତଦନ୍ତ ଜାରି ରହିଛି।

    ଗ୍ରାମୀଣ ଡାକ ସେବକ ପାଞ୍ଚ ଅଭିଯୁକ୍ତ ଗିରଫ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ଶିକ୍ଷାଗତ ପ୍ରମାଣ ପତ୍ର
    Share. Facebook Twitter LinkedIn Email WhatsApp Copy Link
    Previous Articleକେବଳ ଏହିମାନେ ଜୁଲାଇ ୧ରୁ କରିପାରିବେ ଆଇଆରସିଟିସି ୱେବସାଇଟ୍ ଏବଂ ଆପରେ ତତ୍କାଳ ଟିକେଟ୍ ବୁକିଂ
    Next Article ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା, ଗଜା ମୁଆଁରେ ମହକିଲା ମଣ୍ଡପ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.