Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିଲା ପ୍ରଥମ ବିମାନ: ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
    ଆଜିର ଖବର

    ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିଲା ପ୍ରଥମ ବିମାନ: ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    June 12, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link
    ଭୁବନେଶ୍ୱରରୁ ଆବୁଧାବିକୁ ଉଡ଼ିଲା ପ୍ରଥମ ବିମାନ: ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରରୁ ଆବୁଧାବିକୁ ଏହି ବିମାନ ସେବା ଇଣ୍ଡିଗୋ ଏୟାର ଲାଇନ୍ସ ଜରିଆରେ ଆରମ୍ଭ କରାଯାଇଛି। ଏହା ସିଧାସଳଖ ଆବୁଧାବିକୁ ଯାତ୍ରା କରିବ।

    ସୂଚନାଯୋଗ୍ୟ ଯେ, ସପ୍ତାହରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନସେବା ଉପଲବ୍ଧ ହେବ। ୧୮୦ ଜଣ ଯାତ୍ରୀ ଏଥିରେ ଯାତ୍ରା କରିପାରିବେ। ଭୁବନେଶ୍ୱରରୁ ମାତ୍ର ୪ ଘଣ୍ଟା ମଧ୍ୟରେ ଯାତ୍ରୀମାନେ ଆବୁଧାବିରେ ପହଞ୍ଚିବେ। ଏହି ବିମାନ ଚଳାଚଳ ଆରମ୍ଭ ଦ୍ୱାରା ଓଡିଶାରୁ ଆବୁଧାବି ଯାଉଥିବା ଯାତ୍ରୀମାନେ, ଉଭୟ ସମୟ ଓ ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ।

    ଏଥି ସହିତ ଆଜି ଭୁବନେଶ୍ୱରରୁ ବିଶାଖାପାଟଣାକୁ ମଧ୍ୟ ବିମାନସେବା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେତେକ ଯାତ୍ରୀଙ୍କୁ ବୋର୍ଡିଙ୍ଗ୍ ପାସ୍ ପ୍ରଦାନ କରିଥିଲେ।
    ଅନ୍ତର୍ଜାତୀୟ ବିମାନସେବା ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ସରକାରଙ୍କ ସମର୍ଥନରେ ରାଜ୍ୟ ସରକାରଙ୍କ New Destination Policy ଅଧିନରେ ଏହି ସେବା ଆରମ୍ଭ କରାଯାଇଛି। ଏହି ସେବା ଦ୍ୱାରା ମିଡିଲ୍ ଇଷ୍ଟ୍ ଦେଶଗୁଡିକ ସହିତ ଓଡିଶାର ଯୋଗାଯୋଗ ଆହୁରି ବ୍ୟାପକ ହେବ। ବାଣିଜ୍ୟ, ପର୍ଯ୍ୟଟନ, ପୁଞ୍ଜିନିବେଶ ଓ ସାଂସ୍କୃତିକ ବିନିମୟ କ୍ଷେତ୍ରରେ ମଧ୍ୟ ଆମର ସମ୍ପର୍କ ଆହୁରି ସୁଦୃଢ ହେବ। ଏହି ବିମାନର କାର୍ଗୋ ସେବାରେ ଆଜି ବିଭିନ୍ନ ପନିପରିବା ସହିତ ୫୦ ଟନ ଆମ୍ରପଲ୍ଲି ଆମ୍ବ ରପ୍ତାନୀ କରାଯାଇଛି।

    ସେ ପୁଣି କହିଥଲେ ଆମ ସରକାର ସଡକ ପଥ ଓ ରେଳ ପଥ ସହିତ ଆକାଶ ପଥରେ ମଧ୍ୟ ଯୋଗାଯୋଗ ପାଇଁ ପଦକ୍ଷେପ ନେଇଛନ୍ତି। ଓଡଶାକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଯୋଡିବା ପାଇଁ ଉଦ୍ୟମ ଜାରି ରହିଛି। ଭୁବନେଶ୍ୱରରୁ ଡେରାଡୁନ, ଗାଜିଆବାଦ, ଗୋଆ, ଇନ୍ଦୋର, କୋଚି, ଲକ୍ଷ୍ନୌ ଓ ପୋର୍ଟବ୍ଲେୟାରକୁ ବିମାନ ସେବା ଆରମ୍ଭ ହୋଇଥିବା ବେଳେ, ଝାରସୁଗୁଡାରୁ ହାଇଦ୍ରାବାଦ, ଲକ୍ଷ୍ନୌ, ମୁମ୍ବାଇ ଓ ରାୟପୁରକୁ ମଧ୍ୟ ବିମାନ ସଂଯୋଗ କରାଯାଇଛି।

    Abu Dhabi Bhubaneswar Airport flagged off Mohan Majhi significant step
    Share. Facebook Twitter LinkedIn Email WhatsApp Copy Link
    Previous Articleଭାରତକୁ ଧୋକା!: ପାକିସ୍ତାନକୁ ପ୍ରଶଂସା କଲା ଆମେରିକା, ଅତିଥି ଭାବେ ଅସୀମ ମୁନିରଙ୍କୁ କଲା ନିମନ୍ତ୍ରଣ
    Next Article ମୋହନ ସରକାରଙ୍କ ବର୍ଷପୂର୍ତ୍ତିକୁ ତୀର ମାରିଲା କଂଗ୍ରେସ, ଜାରୀ କଲା 23 ଟି ପ୍ରତାରଣା ତାଲିକା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.