Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଗଜପତି: ବିକଶିତ ଜିଲ୍ଲା କର୍ମଶାଳାରେ ଯୋଗଦେଲେ ଓଡ଼ିଶା ସରକାରଙ୍କ ଆଇନ ମନ୍ତ୍ରୀ
    ଆଜିର ଖବର

    ଗଜପତି: ବିକଶିତ ଜିଲ୍ଲା କର୍ମଶାଳାରେ ଯୋଗଦେଲେ ଓଡ଼ିଶା ସରକାରଙ୍କ ଆଇନ ମନ୍ତ୍ରୀ

    June 14, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଗଜପତି: ଲୋକଙ୍କ ସରକାରର ସେବା, ସୁଶାସନ ଓ ସଫଳତାର ୧ ବର୍ଷ ପୂର୍ତ୍ତି ଉପଲକ୍ଷେ ଆଜି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ଥିତ ଆର ସେଟି ସମ୍ମିଳନୀ କକ୍ଷ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭, ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା କର୍ମଶାଳାରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ କର୍ମଶାଳାର ମୁଖ୍ୟ ଲକ୍ଷ୍ୟ ଓ ବିକଶିତ ଓଡ଼ିଶା ଗଠନ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ।

    ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ସମର୍ଥନ ଓ ସହଯୋଗ ଦ୍ୱାରା ଓଡ଼ିଶା ଏବେ ବିକାଶର ଏକ ନୂଆ ଅଧ୍ୟାୟ ଲେଖୁଛି।ରାଜ୍ୟରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଗୁଡିକର ସଫଳ ରୂପାୟନ ହେବା ସହ ଜନସାଧାରଣଙ୍କ ସ୍ଵପ୍ନ,ଆଶା ଓ ଆକାଂକ୍ଷା ପୂରଣ କରି ଭାଜପା ସରକାର ଲୋକଙ୍କ ସରକାର ପାଲଟିଛି।୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଆମର ସଂକଳ୍ପ। ଏହାସହିତ ୨୦୪୭ ସୁଦ୍ଧା ରାଜ୍ୟର ଅର୍ଥନୀତିକୁ ୧.୫ ଟ୍ରିଲିଅନ୍ ଡଲାରରେ ପହଞ୍ଚାଇବା ଆମର ଲକ୍ଷ୍ୟ।

    ଏହି କର୍ମଶାଳାରେ ଗଜପତି ଜିଲ୍ଲାର ବୁଦ୍ଧିଜୀବୀ, ସମାଜସେବୀ, ଶିକ୍ଷାବିତ୍, ପରିବେଶବିତ୍, ଅର୍ଥନୈତିକ ବିଶାରଦ, ଜନପ୍ରତିନିଧି, ସାମ୍ବାଦିକ, ଶିଳ୍ପ , ବାଣିଜ୍ୟ ଓ ବ୍ୟବସାୟ ପ୍ରତିଷ୍ଠାନର ପ୍ରତିନିଧି ଏବଂ ବିଭିନ୍ନ ନାଗରିକ ମଞ୍ଚ ତଥା ସ୍ୱେଚ୍ଛାସେବୀ ସଂଗଠନ ଗୁଡିକ ସାମିଲ ହୋଇଥିଲେ ଏବଂ ସମସ୍ତଙ୍କର ସୁଚିନ୍ତିତ ମତାମତ ଲୋଡ଼ିଥିଲେ। ସମସ୍ତଙ୍କ ମୂଲ୍ୟବାନ ପରାମର୍ଶ “ବିକଶିତ #ଗଜପତି ଗଠନ” ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବାରେ ସହାୟକ ହେବ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଆଶାବ୍ୟକ୍ତ କରିଥିଲେ।

    ଏହି କାର୍ଯ୍ୟକ୍ରମ ଅବସରରେ ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ,ଅତିରିକ୍ତ ଜିଲ୍ଲାପାଳ ଫାଲ୍ଗୁନୀ ମାଝୀ, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ଅଧିକାରୀ ବୃନ୍ଦ ଓ ବିଶିଷ୍ଟ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

    1yearofdoubleengine BarshaEkUpalabdhiAnek Gajpati ପୃଥ୍ୱୀରାଜ ହରିଚନ୍ଦନ ବିକଶିତ ଜିଲ୍ଲା କର୍ମଶାଳା
    Share. Facebook Twitter LinkedIn Email WhatsApp Copy Link
    Previous Articleଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ମାମଲା: ତୁର୍କୀ ଉପରେ ସନ୍ଦେହ କରି ବାବା ରାମଦେବ କହିଲେ ଏଭଳି କଥା
    Next Article WTC ଫାଇନାଲରେ ଅଷ୍ଟ୍ରେଲିଆର ସ୍ଵପ୍ନ ଧୂଳିସାତ: ୨୭ ବର୍ଷ ପରେ ICC ଟ୍ରଫି ଜିତିଲା ଦକ୍ଷିଣ ଆଫ୍ରିକା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.