Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ମେଳ ହେଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଡିଏନଏ, ଆଜି ସନ୍ଧ୍ୟାରେ ପରିବାରକୁ ହସ୍ତାନ୍ତର ହେବ ମୃତଦେହ
    ଆଜିର ଖବର

    ମେଳ ହେଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଡିଏନଏ, ଆଜି ସନ୍ଧ୍ୟାରେ ପରିବାରକୁ ହସ୍ତାନ୍ତର ହେବ ମୃତଦେହ

    June 15, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ଅହମ୍ମଦାବାଦ ବିମାନ ଦୁର୍ଘଟଣାର ଶିକାର ହୋଇଥିବା ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଡିଏନଏ ପରୀକ୍ଷା ମେଳ ଖାଉଛି। ଗୃହମନ୍ତ୍ରୀ ହର୍ଷ ସାଂଘଭି ଡିଏନଏ ମେଳ ଖାଉଛି ବୋଲି ନିଶ୍ଚିତ କରିଛନ୍ତି। ଆଜି ସନ୍ଧ୍ୟାରେ ତାଙ୍କ ମୃତଦେହ ପରିବାରକୁ ହସ୍ତାନ୍ତର କରାଯିବ।

    ଲଣ୍ଡନ ପାଇଁ ଉଡ଼ାଣ ଭରିବାର କିଛି ମିନିଟ୍ ପରେ ଅହମ୍ମଦାବାଦରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଏୟାର ଇଣ୍ଡିଆ ବିମାନରେ ବିଜୟ ରୂପାଣୀ ଥିଲେ। ବିମାନରେ ୨୪୨ ଜଣ ଥିଲେ, ଯେଉଁଥିରୁ ୨୪୧ ଜଣଙ୍କର ମୃତ୍ୟୁ ହୋଇଥିଲା। ବିମାନ ଦୁର୍ଘଟଣାରୁ କେବଳ ଜଣେ ବଞ୍ଚି ଯାଇଥିଲେ। ଏହି ଦୁଃଖଦ ଦୁର୍ଘଟଣା ସମଗ୍ର ଦେଶକୁ ଥରାଇ ଦେଇଥିଲା।

    ଏହି ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ ସମ୍ପର୍କରେ ଗୃହମନ୍ତ୍ରୀ ହର୍ଷ ସାଂଘଭି କହିଛନ୍ତି ଯେ, “ଆମର ନେତା, ଯିଏ ତାଙ୍କ ଜୀବନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଂଶ ଗୁଜୁରାଟରେ ଜନସେବା ପାଇଁ ଉତ୍ସର୍ଗ କରିଥିଲେ, ତାଙ୍କର ଅଏୟାର ଇଣ୍ଡିଆ ବିମାନର ଦୁଃଖଦ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଆଜି ସକାଳ ୧୧:୧୦ ରେ ତାଙ୍କ ଡିଏନଏ ନିଶ୍ଚିତ ହୋଇଛି।”

    ପୂର୍ବରୁ ହସ୍ପିଟାଲ ଅଧୀକ୍ଷକ ଡାକ୍ତର ରାକେଶ ଯୋଶୀ କହିଥିଲେ ଯେ, ମୃତକଙ୍କ ମୃତଦେହକୁ ସମ୍ପର୍କୀୟଙ୍କୁ ହସ୍ତାନ୍ତର ପ୍ରକ୍ରିୟା ଦ୍ରୁତ ଗତିରେ ଚାଲିଛି ଏବଂ ରାଜ୍ୟ ସରକାର ପ୍ରଭାବିତ ପରିବାରକୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେଉଛନ୍ତି।

    ରାକେଶ ଯୋଶୀ କହିଛନ୍ତି ଯେ, ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ହସ୍ପିଟାଲରେ ଥିବା ୨୫୦ ରୁ ଅଧିକ ଡାକ୍ତର, ନର୍ସ, ପାରାମେଡିକାଲ୍ ଷ୍ଟାଫ୍ ଏବଂ ସ୍ୱେଚ୍ଛାସେବକଙ୍କ ଏକ ଦଳ ତୁରନ୍ତ ରିଲିଫ୍ ଏବଂ ଚିକିତ୍ସା ଦାୟିତ୍ୱ ନେଇଥିଲେ, ଯାହା ଅନେକଙ୍କ ଜୀବନ ବଞ୍ଚାଇ ଦେଇଥିଲା। ଆହତଙ୍କ ସମୟୋଚିତ ଚିକିତ୍ସା ସୁନିଶ୍ଚିତ କରାଯାଇଥିଲା ଏବଂ ମୃତକଙ୍କୁ ଚିହ୍ନଟ କରିବା ପାଇଁ ଡିଏନଏ ନମୁନା ମେଳ କରିବାର କାର୍ଯ୍ୟ ଫୋରେନସିକ୍ ବିଶେଷଜ୍ଞଙ୍କ ସହାୟତାରେ କରାଯାଉଛି।

    Ahmadabad Plane Crash Gujarat News vijay rupani
    Share. Facebook Twitter LinkedIn Email WhatsApp Copy Link
    Previous ArticleIND vs India-A: ସର୍ଫରାଜ ଖାନଙ୍କ ଶତକୀୟ ପାଳି, ଇଂଲଣ୍ଡ ବିରୋଧରେ ମିଳିବ କି ସୁଯୋଗ?
    Next Article ବିରାଟ-ରୋହିତଙ୍କ ଠାରୁ କ’ଣ ଶିଖିଛନ୍ତି?: ଶୁଭମନ ଗିଲ୍ ଙ୍କ ଏହି କଥା ଶୁଣିଲେ ହେବେ ଆଶ୍ଚର୍ଯ୍ୟ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.