Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ରାଜ୍ୟ ଡିଜିପିଙ୍କ ଅଧ୍ୟକ୍ଷତାରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଗୁରୁତ୍ଵପୂର୍ଣ୍ଣ ବୈଠକ
    ଆଜିର ଖବର

    ରାଜ୍ୟ ଡିଜିପିଙ୍କ ଅଧ୍ୟକ୍ଷତାରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଗୁରୁତ୍ଵପୂର୍ଣ୍ଣ ବୈଠକ

    June 16, 2025No Comments3 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ଵର: ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ରଥଯାତ୍ରାକୁ ତ୍ରୁଟି ଶୂନ୍ୟ, ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟ।ଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା।

    ଏହି ଅବସରରେ ଡିଜିପି ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା  ପାଇଁ ସଦା ସର୍ବଦା ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ  ନିର୍ଦ୍ଦେଶ ଦେଇଥିଲେ। ମହାପ୍ରଭୁଙ୍କ ନବ ଯୌବନ ଦର୍ଶନ, ରଥଯାତ୍ରା, ବାହୁଡା଼ ଯାତ୍ରା, ସୁନା ବେଶ ଆଦି ନୀତି କାନ୍ତି ସମୟରେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା।

    ଆଜି ସନ୍ଧ୍ୟା ଠାରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଅପରାଧ ନିୟନ୍ତ୍ରଣ ପାଇଁ ସମସ୍ତ ଥାନା ଅଞ୍ଚଳରେ ସ୍ଵତନ୍ତ୍ର ଡ୍ରାଇଭ ଆରମ୍ଭ କରିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ହୋଟେଲ, ଲଜ, ମଠ, ମନ୍ଦିର, ବସ ଷ୍ଟାଣ୍ଡ, ରେଳ ଷ୍ଟେସନ, ଶ୍ରମିକଙ୍କ ରହଣି ସ୍ଥଳ, ଧର୍ମଶାଳା ଆଦି ସ୍ଥାନ ଗୁଡିକରେ ତନ୍ନ ତନ୍ନ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

    ପ୍ରଥମ ଥର ପାଇଁ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଟାଉନ ଥାନାରେ ସ୍ଥାପନ କରାଯିବ। ଏହା ସହ Artificial Intelligence କ୍ୟାମେରା ସହରର ବିଭିନ୍ନ ସ୍ଥାନରେ ଲଗାଇବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ବିଶେଷ କରି ଉତ୍ତରା ଛକରୁ ଆରମ୍ଭ କରି ପୁରୀ ,ପୁରୀ -କୋଣାର୍କ ରୋଡ ସହିତ ସହରର ବିଭିନ୍ନ ଛକରେ ମଧ୍ୟ କ୍ୟାମେରା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଯାହା ଫଳରେ ଭକ୍ତଙ୍କୁ ଟ୍ରାଫିକ ପରିଚାଳନାରେ ସହଯୋଗ ଓ  ସୁବିଧା ମିଳିପାରିବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।

    ଜନସାଧାରଣଙ୍କ ଯାତାୟାତର ସୁବିଧା ନିମନ୍ତେ ଏକ ବିଶେଷ ମୋବାଇଲ ଆପ ପ୍ରସ୍ତୁତ କରାଯାଇଛି ଯାହା କି ଟ୍ରାଫିକ ଉପଦେଶ, ପାର୍କିଂ ସ୍ଥାନ, ଟ୍ରାଫିକ ଜାମ ଓ ବିକଳ୍ପ ରାସ୍ତା ସମ୍ବନ୍ଧରେ ତ୍ୱରିତ ସୂଚନା ପ୍ରଦାନ କରିବ।

    ଏହା ସହ ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣର ମୁକାବିଲା ନିମନ୍ତେ ସମୁଦ୍ର ମଧ୍ୟରେ ଭାରତୀୟ ନୌସେନା, ଭାରତୀୟ ତଟରକ୍ଷୀ ଓ ଓଡ଼ିଶା ପୋଲିସ ସାମୁଦ୍ରିକ ଥାନାର ମିଳିତ ପାଟ୍ରୋଲିଂ ବ୍ୟବସ୍ଥା ସହ ଜାହାଜରେ QRT ମୁତୟନ, ଆକାଶ ମାର୍ଗରୁ ଆକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଡ୍ରୋନ ଏଵଂ Anti Drone System ର ବ୍ୟବସ୍ଥା କରା ଯାଇଛି । ଯେକୌଣସି ପ୍ରତିକୂଳ ପରିସ୍ଥିତିର ମୁକାବିଲା ନିମନ୍ତେ Anti Terrorist Squad ସହ ଏକ ରକ୍ଷକ ବାହନ ମଧ୍ୟ ପୁରୀ ସହରରେ ମୃତୟନ କରାଯିବା ଉପରେ ଡିଜିପି ଗୁରୁତ୍ୱାରୋପ କରିଛନ୍ତି।

    ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ବିଗତ ବର୍ଷ ଅପେକ୍ଷା ଅଧିକ ଫୋର୍ସ ନିୟୋଜିତ କରାଯିବା ଉପରେ ଡିଜିପି ସୂଚନା ଦେଇଛନ୍ତି।

    ଏହା ସହ ରଥଯାତ୍ରା ସମୟରେ ସମ୍ଭାବ୍ୟ ଦଳା ଚକଟା ପରିସ୍ଥିତି ଏବଂ ଏହାର ନିରାକରଣ ଉପରେ ସଦା ସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି।

    ଏତଦ ବ୍ୟତୀତ ସହରରେ ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ ବ୍ୟବସ୍ଥା, ସହରର ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା, ଶୃଙ୍ଖଳିତ ଟ୍ରାଫିକ ବ୍ୟବସ୍ଥାର ପରିଚାଳନା ଆଦି ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା। ସେହିପରି ସମୁଦ୍ର କୂଳରେ ପୋଲିସ ପକ୍ଷରୁ ପାଟ୍ରୋଲିଂ କଡାକଡି ଓ ଅସ୍ଥାୟୀ ପୋଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ମଧ୍ୟ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା । ଏହାବ୍ଯତୀତ ରେଳବାଇ ପୋଲିସ ପକ୍ଷରୁ ବିଭିନ୍ନ  ରେଳ  ଷ୍ଟେସନରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସମ୍ପର୍କରେ ମଧ୍ୟ  ଆଲୋଚନା ହୋଇଥିଲା। ଆରପିଏଫ ସହ ଉପଯୁକ୍ତ ସମନ୍ଵୟ ରଖି କାର୍ଯ୍ୟ କରିବାକୁ ଡିଜିପି ପରାମର୍ଶ ଦେଇଥିଲେ।

    ଏହା ବ୍ୟତୀତ ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ  ଭାବେ ଆଲୋଚନା କରିଥିଲେ । ଏହାସହ ବୈଠକରେ ଆପାତକାଳୀନ ପରିସ୍ଥିତିର ମୁକାବିଲା  ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

    ରଥ ଯାତ୍ରାକୁ ଶୃଙ୍ଖଳିତ ତଥା ତୃଟିଶୁନ୍ୟ ଭାବେ ସମାପନ କରିବା ପାଇଁ ଡିଜିପି ଶ୍ରୀ ଖୁରାନିଆ ଜନସାଧାରଣଙ୍କ ସହଯୋଗ କାମନା କରିଛନ୍ତି।

    ଏହି ବୈଠକରେ   ନିର୍ଦ୍ଦେଶକ (ଗୁଇନ୍ଦା) ଆର. ପି. କୋଚେ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନିକୀକରଣ) ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ  ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ପରିବହନ କମିଶନର ଅମିତାଭ ଠାକୁର , ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କମ୍ଯୁନିକେସନ) ଦୟାଲ ଗଙ୍ଗୱାର , ଅତିରିକ୍ତ ଆରକ୍ଷୀ  ମହାନିର୍ଦ୍ଦେଶକ (ଏସଏପି) ରାଜେଶ କୁମାର, ଆଇଜି (କେନ୍ଦ୍ରାଞ୍ଚଳ) ଏସ. ପ୍ରବୀଣ କୁମାର, ଆଇଜି (ଅପରେସନ) ଡ. ଦୀପକ କୁମାର, ଆଇଜି (ବିପିଏସପିଏ) ଅନୁପ ସାହୁ,  ଡିଆଇଜି (ପ୍ରୋଭିଜନିଂ) ଚରଣ ସିଂ ମିନା, ଡିଆଇଜି (ଏସଆଇଡବ୍ଲୁ) ଡ. କନୱାର ବିଶାଳ ସିଂ ,ଡିଆଇଜି (ଏସଟିଏଫ) ପିନାକ ମିଶ୍ର, ଡିଆଇଜି( କ୍ରାଇମବ୍ରାଞ୍ଚ) ବି. ଗଙ୍ଗାଧର, ଡିଆଇଜି( କାର୍ମିକ) ଯୁଗଳ କିଶୋର ବନୋଥ, ଏସପି (ରେଲୱେ) ବିବେକାନନ୍ଦ ଶର୍ମା, ଏସପି (ପୁରୀ) ଭିନୀତ ଅଗ୍ରୱାଲଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

    Share. Facebook Twitter LinkedIn Email WhatsApp Copy Link
    Previous Articleଆଗାମୀ ଜନଗଣନା ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ
    Next Article ତିନି ବିଭାଗର ରିପୋର୍ଟ କାର୍ଡ ପ୍ରଦାନ କଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ, ଜାଣନ୍ତୁ ଏଥିରେ ସେ କଣ ଲେଖିଛନ୍ତି

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.