Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ
    ଆଜିର ଖବର

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ

    June 18, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଆଗାମୀ ଜୁନ୍‌୨୦ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପ୍ରଶାସନିକ ସ୍ତରରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଆଜି ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

    ବୈଠକରେ ଆଲୋଚିତ କାର୍ଯ୍ୟସୂଚୀ ଅନୁସାରେ ୨୦ ତାରିଖ ଅପରାହ୍ଣ ୨.୦୫ ମି. ସମୟରେ ମାନ୍ୟବର ପ୍ରଧାନମନ୍ତ୍ରୀ ଉତ୍ତରପ୍ରଦେଶସ୍ଥିତ କୁଶୀନଗର ବିମାନବନ୍ଦରରୁ ବାୟୁସେନା ସ୍ୱତନ୍ତ୍ର ବିମାନ ଯୋଗେ ବାହାରି ଭୁବନେଶ୍ୱର ବିମାନବନ୍ଦରଠାରେ  ଅପରାହ୍ଣ  ୩.୪୦ ମି. ସମୟରେ ପହଞ୍ଚିବେ। ୩.୪୫ ରୁ ବିମାନବନ୍ଦରରୁ ପ୍ରଧାନମନ୍ତ୍ରୀ ଏକ ରୋଡ ଶୋ ମଧ୍ୟ ଦେଇ  ଘ ୪.୧୫ ମି. ସମୟରେ ଜନତା ମୈଦାନଠାରେ ପହଞ୍ଚିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ନେତୃତ୍ୱରେ ଗଠିତ ଓଡ଼ିଶା ସରକାରଙ୍କ ୧ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ  ଉପଲବ୍ଧି ସଂପର୍କରେ ମାନ୍ୟବର ପ୍ରଧାନମନ୍ତ୍ରୀ ଉଦ୍‌ବୋଧନ ଦେବା ସହିତ ନିର୍ଦ୍ଧାରିତ ବିଭିନ୍ନ କାର୍ଯ୍ୟକ୍ରମ ତାଙ୍କ କରକମଳରେ ସମାହିତ ହେବ। ଏହା ପରେ ମାନ୍ୟବର ପ୍ରଧାନମନ୍ତ୍ରୀ ଅପରାହ୍ଣ ୫.୩୫ ରେ କାର୍ଯ୍ୟକ୍ରମ ସ୍ଥଳରୁ ପ୍ରତ୍ୟାବର୍ତ୍ତନ କରିବା ସହ ୫.୫୦ରେ  ଭୁବନେଶ୍ୱର ବିମାନ  ବନ୍ଦରରୁ   ଫେରିବେ।

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସୁରକ୍ଷା ଠାରୁ ଆରମ୍ଭ କରି ପ୍ରତ୍ୟେକ କାର୍ଯ୍ୟକ୍ରମକୁ ଶୃଙ୍ଖଳିତ ଓ ସୁଚାରୁରୂପେ  ସଂପାଦନ  କରିବାକୁ ମୁଖ୍ୟ ଶାସନ ସଚିବ  ସଂପୃକ୍ତ ସମସ୍ତ ବିଭାଗକୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ  ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା, ରାଜ୍ୟ ପୁଲିସ ମହା ନିର୍ଦ୍ଦେଶକ ଓ୍ୱାଇ.ବି.ଖୁରାନିଆଙ୍କ ସମେତ ସଂପୃକ୍ତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବ, ରାଜ୍ୟ ପୁଲିସ ପ୍ରଶାସନର ବରି​‌ଷ୍ଠ ପଦାଧିକାରୀ, ଜିଲ୍ଲାପାଳ, ଖୋର୍ଦ୍ଧାଙ୍କ ସମେତ ଅନ୍ୟ ସଂପୃକ୍ତ ବିଭିନ୍ନ ଅନୁଷ୍ଠାନର ବରିଷ୍ଠ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ।

    ବୈଠକରେ  ପ୍ରଧାନମନ୍ତ୍ରୀଙ୍କ  ଭୁବନେଶ୍ୱରରେ ପହଞ୍ଚିବା କ୍ଷଣି ସ୍ୱାଗତ, ପ୍ରତ୍ୟାବର୍ତ୍ତନ ସମୟରେ ସମ୍ବର୍ଦ୍ଧନା, ଗସ୍ତ ପରିପ୍ରେକ୍ଷୀରେ ଆବଶ୍ୟକସ୍ଥଳେ ସାମୟିକ ରହଣି ପାଇଁ ରାଜଭବନରେ ବ୍ୟବସ୍ଥା ସଂପର୍କରେ  ଆଲୋଚନା କରାଯାଇଥିଲା। ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଏବଂ ଆଇ.ଜି.ପୁଲିସ୍‌ ସାମଗ୍ରିକ ଭାବେ ସୁରକ୍ଷା ବ୍ୟବସ୍ଥା ତଦାରଖରେ  ରହିବେ। ଭୁବନେଶ୍ୱର ଅଂଚଳରେ କମିଶନରେଟ୍  ପୁଲିସ ସୁରକ୍ଷା ଦାୟିତ୍ୱରେ ରହିବେ। ବିମାନ ଅବତରଣ  ସ୍ଥଳଠାରୁ  କାର୍ଯ୍ୟକ୍ରମ  ସ୍ଥଳ ଓ ପଥରେ ବିଭିନ୍ନ  କାର୍ଯ୍ୟକ୍ରମ ସ୍ଥଳରେ ସବୁ ସ୍ଥାନରେ ନିୟମ ଅନୁସାରେ ସୁରକ୍ଷା ବ୍ୟବସ୍ଥା ରହିବ।

    ବୈଠକରେ ଅଗ୍ନିଶମ ସେବା ବିଭାଗ ତରଫରୁ ଆନୁଷଙ୍ଗିକ ପ୍ରସ୍ତୁତି, ପ୍ରେସ ସମନ୍ୱୟ , ଡିସିପିଙ୍କ ପକ୍ଷରୁ କାରକେଡ୍ ପ୍ଲାନ୍‌, ସ୍ୱାସ୍ଥ୍ୟ ଓ ମେଡିକାଲ କେୟାର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା, ଆବଶ୍ୟକ ରାସ୍ତା ମରାମତି, ପରିମଳ ବ୍ୟବସ୍ଥା, ସଭାମଞ୍ଚ ପ୍ରସ୍ତୁତି,  ଆବଶ୍ୟକ ପାସ୍‌ ବ୍ୟବସ୍ଥା, ଗଣମାଧ୍ୟମରେ  ପ୍ରଚାର ପ୍ରସାର ,କାର୍ଯ୍ୟକ୍ରମ ସ୍ଥଳରେ  ଇଣ୍ଟରନେଟ୍ ସୁବିଧା କରାଯିବ। ଅତିରିକ୍ତ ଶାସନ ସଚିବ, ଗୃହ (ପ୍ରୋଟକଲ) ଙ୍କ ତତ୍ୱାବଧାନରେ ସବୁଥର ଭଳି ଏଥର ମଧ୍ୟ  ଗୃହ ବିଭାଗ ପକ୍ଷରୁ ଏକ ନିୟନ୍ତ୍ରଣ  କକ୍ଷ ମଧ୍ୟ କାର୍ଯ୍ୟ କରିବ ବୋଲି ବୈଠକରୁ ଜଣାଯାଇଛି।

    ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରିପ୍ରେକ୍ଷୀରେ ସ୍ୱାଗତ ଉଦ୍ଦେଶ୍ୟରେ  ବିମାନ ବନ୍ଦରରୁ ଏଜି ଛକ ଦେଇ ରାଜଭବନ ଗୃହ, କଳିଙ୍ଗ ଷ୍ଟାଡିୟମ ଛକ, ଜୟଦେବବିହାର ଛକ, ଜନତା ମୈଦାନ ମଧ୍ୟରେ ବିଭିନ୍ନ ସ୍ଥାନରେ ସାଂସ୍କୃତିକ ମଞ୍ଚ କରାଯାଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ ବୋଲି ବୈଠକରୁ ଜଣାଯାଇଛି।

    କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଜନସାଧାରଣ ଯୋଗ ଦେବାକୁ ଥିବାରୁ ଶୃଙ୍ଖଳିତ ଭାବେ ସମସ୍ତ କାର୍ଯ୍ୟ ପରିଚାଳନା ନେଇ  ବିସ୍ତୃତ ଆଲୋଚନା କରାଯାଇଥିଲା।

    ଓଡିଶା ଗସ୍ତ ନରେନ୍ଦ୍ର ମୋଦୀ ରାଜ୍ୟସ୍ତରୀୟ ପ୍ରସ୍ତୁତି
    Share. Facebook Twitter LinkedIn Email WhatsApp Copy Link
    Previous Articleଜାଣନ୍ତୁ ମୁକେଶ ଆମ୍ବାନୀଙ୍କ ସମୁଦି କିଏ? ଯାହାର ରହିଛି ୨,୪୫,୨୬,୯୨,୦୦,୦୦୦ ଟଙ୍କାର ବ୍ୟବସାୟ
    Next Article ଏୟାର ଇଣ୍ଡିଆ ଏବଂ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ର ବିମାନ ପରିଚାଳନା କାର୍ଯ୍ୟ ସମୀକ୍ଷା କଲା ଡିଜିସିଏ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.