Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
    ଆଜିର ଖବର

    ବାରିପଦା ଠାରେ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

    June 18, 2025No Comments4 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ ଜନଜାତି ସଂସ୍କୃତି ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି ତେଣୁ ଏହି ସଂସ୍କୃତିର ବିକାଶ ପାଇଁ ଆଗାମୀ ୨୦୩୬ ସୁଦ୍ଧା ଓଡିଶାକୁ ସମୃଦ୍ଧ ଓଡିଶାରେ ପରିଣତ କରିବାକୁ ହେବ। ଆଗାମୀ ୧୧ ବର୍ଷ ଭିତରେ ଏହି ଲକ୍ଷ୍ୟକୁ ସାକାର କରିବାକୁ ହେଲେ ରାଜ୍ୟର ୪୦ ପ୍ରତିଶତ ଜନସଂଖ୍ୟା ବିଶିଷ୍ଟ ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ବିକାଶ କରିବାକୁ ହେବ।

    ଆଜି ଏହି “ଆଦିବାସୀ ଶକ୍ତି ସମାବେଶ” ରେ ସଂସ୍କୃତି ଓ ପରମ୍ପରାର ଏକ ଅପୂର୍ବ ମିଳନ ହେଉଛି। ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ମେଳା ରାଜ୍ୟର ସମସ୍ତ ଆଦିବାସୀ ସମ୍ପ୍ରଦାୟଙ୍କୁ ଏକାଠି କରିବାର ଓ ସେମାନଙ୍କୁ ପରସ୍ପରର ସଂସ୍କୃତି ସହ ପରିଚିତ କରାଇବାର ଏକ ସୁଯୋଗ ସୃଷ୍ଟି କରି ଆସୁଛି। ଏହି ସମାବେଶର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଆଦିବାସୀ ସମ୍ପ୍ରଦାୟର ସମସ୍ତ ସମସ୍ୟା ଓ ଆବଶ୍ୟକତାକୁ ସୁନିଶ୍ଚିତ କରିବା। ଆମେ ତାଙ୍କର ଶିକ୍ଷା, ସ୍ୱାସ୍ଥ୍ୟ, ଓ ସାମାଜିକ ସୁରକ୍ଷାରେ ଉନ୍ନତି କରିବା ପାଇଁ ପ୍ରତିବଦ୍ଧ ବୋଲି ସେ କହିଥିଲେ।

    ଓଡିଶାର ପ୍ରାଣ ହେଉଛନ୍ତି ଏହାର ଜନଜାତି। ରାଜ୍ୟର ପ୍ରାୟ ଏକ ଚତୁର୍ଥାଂଶ ହେଉଛନ୍ତି ଆଦିବାସୀ ସଂପ୍ରଦାୟ ।ଆଦିବାସୀ ଜନଜାତି ଆଜି ଭାରତର ଶ୍ରେଷ୍ଠ ସ୍ଥାନ ଗ୍ରହଣ କରିଛନ୍ତି ଏବଂ ମୟୂରଭଞ୍ଜରୁ ୭ ଜଣ ଆଦିବାସୀ ସମ୍ପ୍ରଦାୟ ର ବିଧାୟକ ମାନେ ଆଜି ଏହି ଜିଲ୍ଲାର ପ୍ରତିନିଧିତ୍ବ କରୁଛନ୍ତି, ଏହା ଆମ ପାଇଁ ଗୌରବର ବିଷୟ। ଯେତେବେଳେ ସମ୍ମାନର କଥା ଆସେ ଏଇ ମୟୂରଭଞ୍ଜ ମାଟିର ଜଣେ ସାଧାରଣ ପରିବାରର ଝିଅ ବହୁ ବାଧାବିଘ୍ନ ସତ୍ତ୍ୱେ ଆଜି ଦେଶରା ପ୍ରଥମ ନାଗରିକ, ମହାମହିମ ରାଷ୍ଟ୍ରପତି ପଦରେ ଦେଶକୁ ଗୌରବାନ୍ଵିତ କରୁଛନ୍ତି। କେବଳ ମୟୂରଭଞ୍ଜ ନୁହେଁ ସାରା ଦେଶର ଜନଜାତି ଝିଅ, ପ୍ରତ୍ଯେକ ମହିଳାଙ୍କ ପାଇଁ ପ୍ରାରଣାର ଉତ୍ସ। ଭାରତୀୟ ସଂସ୍କୃତି ଓ ପରମ୍ପରା ଜନଜାତିଙ୍କ ବିନା କଳ୍ପନା କରିବା ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି।

    ସେ କହିଛନ୍ତିଯେ, କେନ୍ଦ୍ର ସରକାରଙ୍କ ସହିତ ଓଡିଶା ରାଜ୍ୟ ସରକାର ଜନଜାତି କଲ୍ୟାଣ ପାଇଁ ପ୍ରତିବଦ୍ଧ। ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଅଧିନରେ ରାଜ୍ୟର ଜନଜାତି ସମୁଦାୟର ଜୀବିକା ବିକାଶକୁ ପ୍ରୋତ୍ସାହନ କରାଯାଉଛି। କୃଷି, ଜଳସେଚନ ଓ ପଶୁପାଳନ ମାଧ୍ୟମରେ ୧.୪୫ ଲକ୍ଷ ଜନଜାତି ପରିବାରର ଜୀବିକା ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆସିଛି। ୫ ହଜାର ଆଦିବାସୀ ଯୁବକ ଓ ଯୁବତୀମାନେ ପ୍ରତ୍ୟେକେ ୧ ଲକ୍ଷ ଟଙ୍କା ସହଯୋଗ ରାଶି ପାଇ ଲଘୁ ଉଦ୍ୟୋଗ ଆରମ୍ଭ କରି ଉପକୃତ ହୋଇଛନ୍ତି। ଛାତ୍ରଛାତ୍ରୀଙ୍କ ଆବାସିକ ଶିକ୍ଷାକୁ ସହଜ କରିବା ପାଇଁ ୨୦୨୪ ଆର୍ଥିକ ବର୍ଷରେ ୮୩ ଗୋଟି ନୂତନ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଛାତ୍ରାବାସ, ୨୩ଟି ଅନ୍ୟାନ୍ୟ ପଛୁଆବର୍ଗ ଛାତ୍ରାବାସ ଏବଂ ୨୨୯ ଗୋଟି ପ୍ରାଥମିକ ବିଦ୍ୟାଳୟ ଛାତ୍ରାବାସ ପାଇଁ ମୋଟ ୭୩୨.୪୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି।

    ଶିକ୍ଷାକୁ ସୁଦୂରପ୍ରସାରି କରିବା ନିମନ୍ତେ ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ସ୍ତରରେ ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାଟିକୁ ଆରମ୍ଭ ହୋଇଛି । ଆବାସିକ ବିଦ୍ୟାଳୟଗୁଡ଼ିକୁ ଅତ୍ୟାଧୁନିକ ଶିକ୍ଷାନୁଷ୍ଠାନରେ ପରଣିତ କରିବା ଲକ୍ଷ୍ୟରେ ସହିଦ ଲକ୍ଷ୍ମଣ ନାୟକ ଆଦର୍ଶ ଆଶ୍ରମ ବିଦ୍ୟାଳୟ ଯୋଜନା ନିମନ୍ତେ ୧୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ‘ବିକଶିତ ଓଡିଶା, ବିକଶିତ ଭାରତ’ର ସାରଥି କରିବା ଉଦ୍ଦେଶ୍ୟରେ ରାଜ୍ୟରେ ପିଏମ୍-ଜନମନ ଯୋଜନାର ପ୍ରଚାରପ୍ରସାର କରାଯାଉଛି। ଏହି ଅଭିଯାନ ରାଜ୍ୟର ୧୪ ଟି ଜିଲ୍ଲାର ୧୬୭୯ ଟି ଗ୍ରାମରେ ବାସ କରୁଥିବା ୨,୯୪,୭୧୨ ଜଣ ବିଶେଷ ଭାବେ ଅନୁନ୍ନତ ଜନଜାତି ସମୁଦାୟ (ପିଭିଟିଜି) ଙ୍କ ନିକଟରେ ପହଞ୍ଚିବ। ରାଜ୍ୟ ସରକାର ଆଦିବାସୀ ସଂସ୍କୃତି ଓ ଐତିହ୍ୟ ଭବନ ଏବଂ ଆଦିବାସୀ ଭାଷା ପ୍ରତିଷ୍ଠାନ ନିମନ୍ତେ ଯଥାକ୍ରମେ ୧୦୦ କୋଟି ଓ ୫୦ କୋଟି ଟଙ୍କା ବ୍ୟୟ ବରାଦରେ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

    ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଓଡିଶାର ସାମଗ୍ରିକ ବିକାଶ ପାଇଁ ଆମ ସରକାର ଏକ ରଣ କୌଶଳ ପ୍ରସ୍ତୁତ କରିଛନ୍ତି। ଆଦିବାସୀ ସଶକ୍ତିକରଣ ଆମ ପାଇଁ କେବଳ ଏକ ସ୍ଲୋଗାନ କିମ୍ବା ଭୋଟ ପାଇଁ ଇଭେଣ୍ଟ ମେନେଜ୍ମେଣ୍ଟ ନୁହେଁ। ଏହା ଆମ ସରକାରଙ୍କ ଆପଣଙ୍କ ପାଇଁ ପ୍ରତିବଦ୍ଧତା।

    ପ୍ରତ୍ୟେକ ଆଦିବାସୀ ପରିବାରରେ ଶିକ୍ଷାର ପ୍ରସାର ହିଁ ଆଦିବାସୀ ସମାଜର ବିକାଶ ବୋଲି ଗଣଶିକ୍ଷା ତଥା ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ, ନିତ୍ୟାନନ୍ଦ ଗଣ୍ଡ କହିଥିଲେ।

    ଗରିବ, ଅବହେଳିତ ଆଦିବାସୀ ଭାଇ ଭଉଣୀ ମାନଙ୍କ ସମସ୍ତ ମୌଳିକ ଆବଶ୍ୟକତା ପୂର୍ଣ୍ଣ କରିବା ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ପଂଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ କହିଥିଲେ।

    ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଥିଲେଯେ, ଜନଜାତିମାନଙ୍କ ସାମାଜିକ ବ୍ୟବସ୍ଥା, ସାଂସ୍କୃତିକ ବୈଭବ ଓ ମୌଳିକତାକୁ ବଜାୟ ରଖିବାକୁ ପଡିବ କାରଣ ଆମ ସଂସ୍କୃତିର ମୂଳପିଣ୍ଡ ହେଉଛନ୍ତି ଆମ ଆଦିମ ଅଧିବାସୀ।

    ଏହି ଅବସରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଥିଲେ ଯେ, ଆଦିବାସୀଙ୍କ ଉନ୍ନତିର କେବଳ ଆମ ସଂସ୍କୃତିର ବିକାଶ ନୁହେଁ ବରଂ ଆମ ପର୍ଯ୍ୟାବରଣର ବିକାଶ।

    ଉକ୍ତ କାର୍ଯ୍ୟକ୍ରମରେ ଆଦିବାସୀ ଲୋକକଳା, ସଂସ୍କୃତି ଓ ପରମ୍ପରା ସମ୍ବନ୍ଧରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ବ୍ୟକ୍ତି ବିଶେଷଙ୍କୁ ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ।

    କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ରାଜ୍ୟସଭା ସାଂସଦ, ମମତା ମହାନ୍ତ, ବାଲେଶ୍ୱର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ମୟୁରଭଞ୍ଜ ସାଂସଦ, ନବଚରଣ ମାଝୀ, ଉଦଳା ବିଧାୟକ, ଭାସ୍କର ମଢେଇ, କରଞ୍ଜିଆ ବିଧାୟକ, ପଦ୍ମଚରଣ ହାଇବୁରୁ, ସାରସକଣା ବିଧାୟକ ଭାଦବ ହାଂସଦା, ବାରିପଦା ବିଧାୟକ, ପ୍ରକାଶ ସୋରେନ, ରାଇରଙ୍ଗପୁର ବିଧାୟକ, ଜଲେନ୍‍ ମୁର୍ମୁ, ବାଙ୍ଗିରିପୋଷି ବିଧାୟିକା, ସଞ୍ଜଳି ମୁର୍ମୁ ପ୍ରମୁଖ ମଂଚାସୀନ ଥିଲେ।

    ବଡ଼ସାହି ବିଧାୟକ ସନାତନ ବିଜୁଳି ସ୍ୱାଗତଭାଷଣ ଦେଇଥିବା ବେଳେ, ଅନୁସୂଚିତ ଜାତି ଏବଂ ଜନଜାତି ବିଭାଗ ନିର୍ଦ୍ଦେଶିକା ପୋମା ଟୁଡୁ ଧନ୍ୟବାଦ ଦେଇଥିଲେ।

    ଆଦିବାସୀ ଶକ୍ତି ସମାବେଶ ବାରିପଦା ମୋହନ ଚରଣ ମାଝୀ ସାଂସ୍କୃତିକ ବୈଭବ
    Share. Facebook Twitter LinkedIn Email WhatsApp Copy Link
    Previous Articleବନ୍ୟା, ଭୂସ୍ଖଳନ, ବାଦଲଫଟା ବର୍ଷା ଘଟଣାରେ ପୁନରୁଦ୍ଧାର ପାଇଁ ହିମାଚଳ ପ୍ରଦେଶକୁ ୨୦୦୬ କୋଟି ମଞ୍ଜୁର
    Next Article ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧନା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.