Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ସମ୍ବଲପୁରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ
    ଆଜିର ଖବର

    ସମ୍ବଲପୁରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ କେନ୍ଦ୍ରମନ୍ତ୍ରୀ

    June 21, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ସମ୍ବଲପୁର: ଅନାଦି ଅନନ୍ତ କାଳରୁ ଭାରତରେ ଜନ୍ମ ନେଇଥିବା ଯୋଗ ଅଭ୍ୟାସ ବିଶ୍ୱରେ ଏକ ଜନଆନ୍ଦୋଳନରେ ପରିଣତ ହେଉଛି। ଯୋଗ, ଶାରିରୀକ, ମାନସିକ ଓ ଆଧ୍ୟାତ୍ମିକ ଚେତନାର ବୈଜ୍ଞାନିକ ପ୍ରୟୋଗ ବୋଲି ଶନିବାର ସମ୍ବଲପୁରରେ ୧୧ତମ ‘ଅନ୍ତର୍ଜାତୀୟ ଯୋଗ ଦିବସ’ ପାଳନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

    କେନ୍ଦ୍ର ଶିକ୍ଷା ମନ୍ତ୍ରୀ ସମ୍ବଲପୁରର ମାଆ ସମଲେଶ୍ୱରୀଙ୍କ ପୀଠ ଓ ମହାନଦୀର ଉପକୂଳ ଅଞ୍ଚଳରେ ସମ୍ବଲପୁରର ଜନସାଧାରଣଙ୍କ ସହ ଯୋଗ କରିବା ସହ ଏହି ଦିବସର ଶୁଭେଚ୍ଛା ଜଣାଇଥିଲେ। ବିଶେଷ ଭାବରେ ସ୍କୁଲରୁ ବିଶ୍ୱବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀ, ସ୍ୱେଚ୍ଛାସେବୀ, ସାମାଜିକ ସଂଗଠନ, ସରକାରୀ ସଂସ୍ଥା ଏବଂ ଅନ୍ୟାନ୍ୟ ସଂଗଠନର ସଦସ୍ୟମାନେ କେନ୍ଦ୍ରମନ୍ତ୍ରୀଙ୍କ ସହ ସମବେତ ହୋଇ ଯୋଗ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଘୋଷିତ ଯୋଗ ଦିବସ -୨୦୨୫ ବିଷୟବସ୍ତୁ ‘ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’ ଉପରେ ଶ୍ରୀ ପ୍ରଧାନ ଆଲୋକପାତ କରିବା ସହ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।

    ସେ କହିଥିଲେ ଯୋଗ ଭାରତର ପ୍ରାଚୀନ ସଂସ୍କୃତିର ଏକ ଅମୂଲ୍ୟ ଉପହାର। ୨୦୧୪ରେ ମାନ୍ୟବର ପ୍ରଧାନମନ୍ତ୍ରୀ ଜୁନ ୨୧କୁ ଆନ୍ତର୍ଜାତିକ ସ୍ତରରେ ଯୋଗ ଅଭ୍ୟାସ ପୂର୍ବକ ଯୋଗ ଦିବସ ପାଳନ ପାଇଁ ପ୍ରଥମେ ପ୍ରସ୍ତାବ ଦେଇଥିଲେ। ଭାରତର ପ୍ରସ୍ତାବକୁ ୧୫୦ରୁ ଅଧିକ ଦେଶ ସମର୍ଥନ ଦେଇଥିଲେ । ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଯୋଗ ଏକ ସିଦ୍ଧ ଉପଚାର ଅଟେ। ବ୍ଲଡ ପ୍ରେସର, ମଧୁମେହ ଭଳି ରୋଗକୁ ପ୍ରତିହତ କରିବା ପାଇଁ ଆମକୁ ଏକ ସୁସ୍ଥ ଜୀବନଶୈଳୀକୁ ବିକଶିତ କରିବା ପାଇଁ ପଡ଼ିବ। ଏଥିପାଇଁ ଜାତୀୟ ଶିକ୍ଷା ନୀତିରେ ମଧ୍ୟ ଛାତ୍ରଛାତ୍ରୀ ଏବଂ ଶିକ୍ଷକଙ୍କ ଶାରୀରିକ ଏବଂ ମାନସିକ ସୁସ୍ଥତା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି ।

    ସମ୍ବଲପୁରର ଗୋଟିଏ ଚରିତ୍ର, ସଂସ୍କୃତି ଓ ଉତ୍ସାହ ଅଛି। ଶାରିରୀକ ସୁସ୍ଥତାରେ ସମ୍ବଲପୁର ରାଜ୍ୟ ଓ ଦେଶର ପ୍ରମୁଖ ଅଞ୍ଚଳ ଭାବରେ ଉଭା ହେଉଛି। କ୍ରୀଡ଼ା, ବ୍ୟୟାମ, କୁସ୍ତି ତଥା ପ୍ରାତଃ ଭ୍ରମଣ ଓ ସଂଧ୍ୟା ଭ୍ରମଣ ଲୋକମାନଙ୍କ ଦୈନନ୍ଦିନ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ ହୋଇଛି। ସମସାମୟିକ ସମୟରେ ଆମକୁ ସମ୍ବଲପୁରକୁ ସୁସ୍ଥ ଓ ସୁନ୍ଦର ରଖିବା ପାଇଁ ପଡ଼ିବ। ଆଗାମୀ ଦିନରେ ଯେପରି ସମ୍ବଲପୁର ଜିଲ୍ଲାର ପ୍ରତିଟି ଗାଁର ନାଗରିକମାନେ ଯୋଗ ଦିବସ ପାଳନ କରିବେ, ସେ ଦିଗରେ ଆମେ ପ୍ରସ୍ତୁତି କରିବା ଦରକାର। ମା’ସମଲେଶ୍ୱରୀଙ୍କ ଆଶୀର୍ବାଦରେ ଜିଲ୍ଲାର ନାଗରିକଙ୍କ ମଧ୍ୟରେ ସମ୍ପନ୍ନତା ଆଣିବା ପାଇଁ ପ୍ରୟାସ କରିବା ସହ ସୁସ୍ଥ ଓ ସୁଖୀ ଜୀବନଯାପନ ପାଇଁ ଯୋଗକୁ ଗ୍ରହଣ କରିବା ପାଇଁ ଶ୍ରୀ ପ୍ରଧାନ ନାଗରିକମାନଙ୍କୁ ଆହ୍ୱାନ କରିଥିଲେ।

    ଏହି ଯୋଗ କାର୍ଯ୍ୟକ୍ରମର ଆୟୋଜନ ପାଇଁ ଶ୍ରୀ ପ୍ରଧାନ ସମ୍ବଲପୁର ଜିଲ୍ଲା ପ୍ରଶାସନକୁ ଧନ୍ୟବାଦ ଜଣାଇଥିଲେ। କେନ୍ଦ୍ରମନ୍ତ୍ରୀଙ୍କ ସହ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ମନ୍ତ୍ରୀ ରବି ନାରାୟଣ ନାଏକ ମଧ୍ୟ ଯୋଗ ପାଳିଥିଲେ। ଉଲ୍ଲେଖନୀୟ ଯେ ବିଶାଖାପାଟଣାରୁ ପ୍ରଧାନମନ୍ତ୍ରୀଙ୍କ ଯୋଗ କାର୍ଯ୍ୟକ୍ରମର ସିଧା ପ୍ରସାରଣ ମଧ୍ୟ ଏଠାରେ ପ୍ରସାରିତ ହୋଇଥିଲା।

    ଅନ୍ତର୍ଜାତୀୟ ଯୋଗ ଦିବସ ଆଧ୍ୟାତ୍ମିକ ଚେତନା ଧର୍ମେନ୍ଦ୍ର ପ୍ରଧାନ ବିଶାଖାପାଟଣା ମାନସିକ ଶାରିରୀକ ସମ୍ବଲପୁର
    Share. Facebook Twitter LinkedIn Email WhatsApp Copy Link
    Previous Articleଆଜି ଅନ୍ତର୍ଜାତୀୟ ଯୋଗ ଦିବସ. ବିଶାଖପାଟନାମରେ ପ୍ରଧାନମନ୍ତ୍ରୀ କଲେ ଯୋଗ, ସମବେତ ଜନତାଙ୍କୁ କହିଲେ…
    Next Article ଅଧିନାୟକ ଶୁଭମନ ଗିଲଙ୍କ ଉପରେ ଲାଗିବ ପ୍ରତିବନ୍ଧକ!: ଆଇସିସି ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.