Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଚିଲିକା ବିଜେପିର ମିଶ୍ରଣ ପର୍ବ, ପଦ୍ମ ଧରିଲେ ଦୁଇ ପୂର୍ବତନ ସରପଞ୍ଚ ଓ ଶତାଧିକ କର୍ମୀ
    ଆଜିର ଖବର

    ଚିଲିକା ବିଜେପିର ମିଶ୍ରଣ ପର୍ବ, ପଦ୍ମ ଧରିଲେ ଦୁଇ ପୂର୍ବତନ ସରପଞ୍ଚ ଓ ଶତାଧିକ କର୍ମୀ

    June 21, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବାଣପୁର: ଆଜି ଚିଲିକା ବିଜେପି ର ଏକ ବଡ଼ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଆଇନ ମନ୍ତ୍ରୀ ତଥା ଚିଲିକା ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ ଏବଂ ପୁରୀ ଲୋକସଭା ସାଂସଦ ଡ଼ା ସମ୍ବିତ ପାତ୍ରଙ୍କ ଉପସ୍ଥିତିରେ ଉକ୍ତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।

    ବାଣପୁର ଏନଏସି ସ୍ଥିତ କୃତ୍ତିବାସ ଭବନ ଠାରେ ଆୟୋଜିତ ଉକ୍ତ ମିଶ୍ରଣ ପର୍ବରେ ବାଣପୁର ବ୍ଲକ ଅନ୍ତର୍ଗତ ନୀଳାଦ୍ରିପ୍ରସାଦ ଗ୍ରାମ ପଞ୍ଚାୟତର‌ ପୂର୍ବତନ ସରପଞ୍ଚ ଆଶାମଣୀ ସାହୁ, କୁଲେଇ ଗ୍ରାମ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ଏବଂ ନୀଳାଦ୍ରିପ୍ରସାଦ ପଞ୍ଚାୟତର‌ ବହୁ ୱାର୍ଡ ସଭ୍ୟ/ସଭ୍ୟା, ବିଜେଡ଼ିର କାର୍ଯ୍ୟକର୍ତ୍ତା ଓ କୁଲେଇ ପଞ୍ଚାୟତର ବିଜେଡି କାର୍ଯ୍ୟକର୍ତ୍ତା ମାନେ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଳିଷ୍ଠ ନେତୃତ୍ୱ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିକାଶ ମୂଳକ କାର୍ଯ୍ୟକଳାପରେ ଅନୁପ୍ରାଣିତ‌ ହୋଇ‌ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ୍ ହୋଇଛନ୍ତି।

    ଦଳରେ ସାମିଲ ହୋଇଥିବା ସମସ୍ତ ନୂତନ କାର୍ଯ୍ୟକର୍ତ୍ତାମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଭା.ଜ.ପା ପରିବାରକୁ ସ୍ବାଗତ କରିଥିଲେ ମନ୍ତ୍ରୀ ଓ ସାଂସଦ। ଏହି ମିଶ୍ରଣ ପର୍ବ ଚିଲିକା ନିର୍ବାଚନ ମଣ୍ଡଳୀ ସମେତ ଓଡ଼ିଶାରେ ‘ବିଜେପିର ବିଜୟ ସଂକଳ୍ପ’ ଯାତ୍ରାକୁ ସୁଦୃଢ଼ କରିବ ଏବଂ ଆଜିର ମିଶ୍ରଣ ପର୍ବ ଦଳର ସଂଗଠନକୁ ତୃଣମୂଳ ସ୍ତରରେ ଅଧିକ ମଜବୁତ୍ କରିବ ବୋଲି ଉଭୟ ନେତା ପ୍ରକାଶ କରିଥିଲେ।

    ଏହି ମିଶ୍ରଣ ପର୍ବ ସମାରୋହରେ ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ସଂଗଠକ ଜିତେନ୍ଦ୍ର ଭୋଳ ଙ୍କ ସମେତ ଦଳର ବହୁ ବରିଷ୍ଠ ନେତୃବୃନ୍ଦମାନେ ଉପସ୍ଥିତ ଥିଲେ।

    ସୂଚନା ଥାଉକି ଉକ୍ତ ମିଶ୍ରଣ ପର୍ବ ଫଳରେ ନୀଳାଦ୍ରି ପ୍ରସାଦ ପଞ୍ଚାୟତର ବିଜେଡି ଭାଡ଼ି ସମ୍ପୂର୍ଣ୍ଣ ଖାଲି ହୋଇଯାଇଥିବା ଚର୍ଚ୍ଚା ହେଉଛି।

    ଚିଲିକା ବିଜେପି ବଡ଼ ମିଶ୍ରଣ ପର୍ବ ବାଣପୁର ବିଜେଡି
    Share. Facebook Twitter LinkedIn Email WhatsApp Copy Link
    Previous Articleଏୟାର ଇଣ୍ଡିଆ ଦୁର୍ଘଟଣାରେ ପଲିସିଧାରକ ଏବଂ ନୋମିନି ଉଭୟଙ୍କ ମୃତ୍ୟୁ, ଏବେ କାହାକୁ ମିଳିବ ବୀମା ଟଙ୍କା?
    Next Article ପୂର୍ବତଟ ରେଳପଥ ପକ୍ଷରୁ ଭୁବନେଶ୍ୱରସ୍ଥିତ ରେଳ ଇଣ୍ଡୋର ଷ୍ଟାଡିୟମ ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.