Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଚ଼ିଲିକାରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଓ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ
    ଆଜିର ଖବର

    ଚ଼ିଲିକାରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଓ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ

    June 21, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଚିଲିକା: ଗରିବ ଓ ଅସହାୟ ଲୋକଙ୍କ ପାଇଁ ଘର ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଆରମ୍ଭ ହୋଇଛି ଅନ୍ତ୍ୟୋଦୟ ଗୃହ ଯୋଜନା। ଏହି ଯୋଜନାରେ ୩ ବର୍ଷରେ ୫ ଲକ୍ଷରୁ ଉର୍ଦ୍ଧ୍ୱ ଘର ନିର୍ମାଣ କରାଯିବାର ଲକ୍ଷ୍ୟ ରଖାଯାଇଛି ଏବଂ ଏଥିପାଇଁ ୭,୫୫୦ କୋଟି ଟଙ୍କା ବିନିଯୋଗ କରାଯିବ। ଏହି ଯୋଜନାରେ ପ୍ରତ୍ୟେକ ହିତାଧିକାରୀଙ୍କୁ ୧ ଲକ୍ଷ ୨୦ ହଜାର ଟଙ୍କା ସହିତ ଏଥିରେ ଅନ୍ୟାନ୍ୟ ଯୋଜନାର ସମନ୍ୱୟ କରାଯାଇ ବିଭିନ୍ନ ଆବଶ୍ୟକୀୟ ସୁବିଧା ଦିଆଯାଉଛି।

    ଏହି ପରିପ୍ରେକ୍ଷୀରେ ଆଜି ଚିଲିକା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଣପୁର ଓ ଚ଼ିଲିକା ବ୍ଲକରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଓ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛ। ଏହି ଅବସରରେ ଅତିଥି ଭାବେ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ପୁରୀ ସାଂସଦ ଡ଼ା ସମ୍ବିତ ପାତ୍ର ଯୋଗଦେଇ ଯୋଗ୍ୟ ହିତାଧିକାରୀ ମାନଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପକ୍କାଘର ପାଇଁ କାର୍ଯ୍ୟାଦେଶ ବଣ୍ଟନ କରିବା ସହିତ ଭୂମିହୀନ ମାନଙ୍କୁ ପଟ୍ଟା ବଣ୍ଟନ କରିଥିଲେ। ଗ୍ରାମାଞ୍ଚଳର ବିକାଶ ବିନା ବିକଶିତ ଓଡ଼ିଶାର ପରିକଳ୍ପନା ଅସମ୍ଭବ। ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ଵରେ ‘ବିକଶିତ ଗାଁ, ବିକଶିତ ଓଡିଶା’ ଯୋଜନା ମାଧ୍ୟମରେ ଗ୍ରାମାଞ୍ଚଳର ସର୍ବାଙ୍ଗୀନ ଉନ୍ନତି ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

    ଗ୍ରାମୀଣ ଭିତ୍ତିଭୂମିର ବିକାଶ କାର୍ଯ୍ୟ ତ୍ଵରାନ୍ୱିତ ହେଲେ, ଏହା ସମୃଦ୍ଧ ତଥା ବିକଶିତ ଓଡିଶା ଗଠନର ଲକ୍ଷ୍ୟ ସାଧନ ଦିଗରେ ବିଶେଷ ଭାବେ ସହାୟକ ହୋଇପାରିବ ବୋଲି ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଆଜି ବାଣପୁର ବ୍ଲକ ରେ ୪୨୯ ଏବଂ ଚିଲିକା ବ୍ଲକରେ ୩୯୪ ଜଣ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ହୋଇଥିବା ଜଣାପଡିଛି। ଉଭୟ କାର୍ଯ୍ୟକ୍ରମକୁ ଉଭୟ ବ୍ଲକ ବିଡ଼ିଓ ପରିଚାଳନା କରିଥିଲେ।

    ଅନ୍ତ୍ୟୋଦୟ ଗୃହ ଯୋଜନା ଚିଲିକା ଭୂମିହୀନଙ୍କୁ ପଟ୍ଟା
    Share. Facebook Twitter LinkedIn Email WhatsApp Copy Link
    Previous Articleବାଲୁଗାଁ କଲେଜରେ ଯୋଗ ସଙ୍ଗମ କାର୍ଯ୍ୟକ୍ରମ
    Next Article ଇଣ୍ଡିଗୋ ବିମାନରୁ ଆସିଲା ‘ମେଡେ’ କଲ୍: ବେଙ୍ଗାଲୁରୁରେ କଲା ଜରୁରୀକାଳୀନ ଅବତରଣ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.