Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
    ଆଜିର ଖବର

    ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ, ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

    June 22, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ସମୀକ୍ଷା କରିଛନ୍ତି।

    ରାଜ୍ୟରେ ପରିସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣାଧୀନ ଓ ନୂତନ ସଂକ୍ରମିତଙ୍କ ସଂଖ୍ୟା ସମ୍ପୂର୍ଣ୍ଣ ହ୍ରାସ ପାଇଥିବା ନେଇ ବୈଠକରୁ ଜଣାପଡିଛି ଏବଂ ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରେ ଡାଇରିଆ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବା ସହିତ ଜନଜୀବନ ସ୍ୱାଭାବିକ ସ୍ଥିତିକୁ ଫେରି ଆସୁଛି।

    ବୈଠକରେ ସରକାରଙ୍କ ବିଭିନ୍ନ ବିଭାଗର ସମନ୍ଵିତ ପ୍ରୟାସ ଯୋଗୁଁ ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇଛି ଓ ସଂକ୍ରମଣ ଦ୍ରୁତ ହ୍ରାସ ପାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେବେ ପରିସ୍ଥିତି ଯେପରି ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣାଧୀନ ରହିବ, ସେଥିପାଇଁ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଠୁ ମେଡ଼ିକାଲ କଲେଜ ଯାଏଁ ଚିକିତ୍ସା ସେବାକୁ ବର୍ତ୍ତମାନ ପରି ସମନ୍ଵିତ ଭାବରେ କାର୍ଯ୍ୟକ୍ଷମ ରଖିବାପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ସଚିବ ଏବଂ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

    ଯେଉଁଠାରେ ରୋଗର ଆଶଙ୍କା ଅଛି କିନ୍ତୁ କେସ ନାହିଁ, ସେଠାରେ ଆଗୁଆ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ଦଶହରା ପର୍ଯ୍ୟନ୍ତ ସମସ୍ତ ପ୍ରଭାବିତ ଏବଂ ସମ୍ଭାବ୍ୟ ପ୍ରଭାବିତ ଅଂଚଳ ମାନଙ୍କରେ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

    ବୈଠକରେ ସୂଚନା ଦିଆଯାଇଥିଲା ଯେ, ସମସ୍ତ ଶିକ୍ଷାନୁଷ୍ଠାନରେ ପାନୀୟ ଜଳର ବିଶୋଧନ ପ୍ରକ୍ରିୟା ଚାଲୁରହିଛି। କୌଣସି ସ୍କୁଲରେ ପିଲା ଯେପରି ରୋଗରେ ନପଡନ୍ତି ସେଥିପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ସମସ୍ତ ନିୟମାବଳୀ ପାଳନ କରି ପ୍ରତିରୋଧକ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ ନିର୍ଦ୍ଦେଶ ଦେଇଥିଲେ।

    ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଛନ୍ତିଯେ, ଯେଉଁ ବିଭିନ୍ନ ସ୍ଥାନ ମାନଙ୍କରେ ଯେଉଁଠାରେ ଷ୍ଟ୍ରିଟ ଫୁଡ ବିକ୍ରି ହେଉଛି, ସେହି ସ୍ଥାନ ମାନଙ୍କରେ ଖାଦ୍ୟ ପଦାର୍ଥର କଡାକଡି ଯାଞ୍ଚ କରିବା ଆବଶ୍ୟକ ଏବଂ ସେହି ଅଂଚଳ ଗୁଡିକୁ ବିଶୋଧନ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯିବା ଦରକାର। ସମସ୍ତ ଗାଁ ଗହଳି ଅଂଚଳରେ ନଳକୂପ ଗୁଡିକୁ ବିଶୋଧିତ କରିବା ଏବଂ ସେହି ଅଂଚଳର ପାନୀୟଜଳର ପରୀକ୍ଷା କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

    ସୂଚନାଯୋଗ୍ୟଯେ, ବର୍ତ୍ତମାନ ସୁଦ୍ଧା ରାଜ୍ୟର ସମସ୍ତ ପ୍ରଭାବିତ ଜିଲ୍ଲା ମାନଙ୍କରେ ସମୁଦାୟ ୩୮୯୨ ଜଣ ରୋଗଗ୍ରସ୍ତ ହୋଇଥିବା ବେଳେ ୩୫୪୩ ଜଣ ସୁସ୍ଥ ହୋଇସାରିଛନ୍ତି ଏବଂ ୨୫୪ ଜଣ ଚିକିତ୍ସାଧୀନ ଅଛନ୍ତି।

    ରାଜ୍ୟ ସାରା ସୂଚନା- ଶିକ୍ଷା- ସଂଚାର (IEC) ମାଧ୍ୟମରେ ଜନସଚେତନତା କାର୍ଯ୍ୟକ୍ରମକୁ ଜୋରଦାର ଭାବରେ ଜାରି ରହିଛି। ମିଶନଶକ୍ତି ବିଭାଗ ପକ୍ଷରୁ ଡାଇରିଆ ନିବାରଣ ପାଇଁ ମହିଳା ଏସଏଚଜି ସଦସ୍ୟଙ୍କ ମାଧ୍ୟମରେ ସଚେତନତା ଅଭିଯାନ ଜାରି ରହିଛି l ଆଶା ଦିଦି, ଅଙ୍ଗନବାଡି କର୍ମୀ, ମହିଳା ଏସଏଚଜି ସଦସ୍ୟାମାନେ ସମସ୍ତ ପରିବାରଙ୍କ ନିକଟରେ ସଚେତନତା ବାର୍ତ୍ତା ପହଞ୍ଚାଇବା ପାଇଁ ଅଭିଯାନରେ ସକ୍ରିୟ ଭାବରେ ସଂଶ୍ଳିଷ୍ଟ ଅଛନ୍ତି।

    ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ସ୍ୱାସ୍ଥ୍ୟ ବିଭାଗ ପ୍ରମୁଖ ଶାସନ ସଚିବ ଅଶ୍ୱଥି ଏସ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, ମହିଳା ଓ ଶିଶୁ ସୁରକ୍ଷା ବିଭାଗ, ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ମାନେ ଉପସ୍ଥିତ ଥିଲେ।

    ଡାଇରିଆ ମୋହନ ଚରଣ ମାଝୀ ଲୋକସେବା ଭବନ ସମୀକ୍ଷା ବୈଠକ
    Share. Facebook Twitter LinkedIn Email WhatsApp Copy Link
    Previous Articleବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ରବିବାରରେ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି
    Next Article ଟ୍ରକ୍ ଧକ୍କାରେ ମହିଳାଙ୍କ ମୃତ୍ୟୁ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.