Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉଦୀୟମାନ ମେଡିକାଲ କଲେଜ ହେଲା ଏମ୍‌ସ ଭୁବନେଶ୍ୱର
    ଆଜିର ଖବର

    ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉଦୀୟମାନ ମେଡିକାଲ କଲେଜ ହେଲା ଏମ୍‌ସ ଭୁବନେଶ୍ୱର

    June 26, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଉତ୍କର୍ଷତାର ଉଲ୍ଲେଖନୀୟ ଯାତ୍ରା ଜାରି ରଖିବା ସହିତ, ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏମ୍‌ସ ଭୁବନେଶ୍ବର, ପ୍ରତିଷ୍ଠିତ ଇଣ୍ଡିଆ ଟୁଡେ-ଏମଡିଆରଏ ମେଡିକାଲ କଲେଜ ସର୍ଭେ ୨୦୨୫ରେ ସମଗ୍ର ଦେଶରେ ଦ୍ୱାଦଶ ଶ୍ରେଷ୍ଠ ମେଡିକାଲ କଲେଜ ଭାବେ ସ୍ଥାନ ପାଇଛି। ଏଥିସହିତ ଏହି ପ୍ରତିଷ୍ଠାନ ଦେଶର ଶ୍ରେଷ୍ଠ ୧୦ ଉଦୀୟମାନ ମେଡିକାଲ କଲେଜ ବର୍ଗରେ ମଧ୍ୟ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଯାହାକି ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଏବଂ ମେଡିକାଲ୍‌ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠତାର ଦ୍ରୁତ ବର୍ଦ୍ଧିତ ପ୍ରତିଷ୍ଠାର ପ୍ରମାଣ ଦେଇଛି।

    ଏହି ମାଇଲଖୁଣ୍ଟ ଶିକ୍ଷାଗତ ଉତ୍କର୍ଷତା, ଅତ୍ୟାଧୁନିକ ଗବେଷଣା ଏବଂ ସମର୍ପିତ ରୋଗୀ ସେବା ପ୍ରତି ଏମ୍‌ସ ଭୁବନେଶ୍ୱରର ଅଟଳ ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ।  ‘ଇଣ୍ଟେକ୍ କ୍ୱାଲିଟି ଆଣ୍ଡ ଗଭର୍ନାନ୍ସ’, ‘ଏକାଡେମୀକ ଉତ୍କର୍ଷତା’, ‘ଭିତ୍ତିଭୂମି ଏବଂ ଅଭିଜ୍ଞତା’, ‘ବ୍ୟକ୍ତିତ୍ୱ ଏବଂ ନେତୃତ୍ୱ ବିକାଶ’, ‘ବୃତ୍ତିଗତ ଉନ୍ନତି ଏବଂ ପ୍ଲେସମେଣ୍ଟ ଆଦି ଭଳି ପାଞ୍ଚଟି ବ୍ୟାପକ ପାରାମିଟରକୁ ନେଇ ଗଠିତ ମାପଦଣ୍ଡ ଆଧାରରେ ସାରା ଦେଶରେ ଥିବା ମେଡିକାଲ କଲେଜଗୁଡିକୁ ନେଇ ଏହି ସର୍ଭେ କରାଯାଇଥିଲା। ଇଣ୍ଡିଆ ଟୁଡେ ପକ୍ଷରୁ ଏହି ସମ୍ମାନଜନକ ସର୍ଭେ ଖ୍ୟାତନାମା ଅନୁସନ୍ଧାନ ଏଜେନ୍ସି ମାର୍କେଟିଂ ଆଣ୍ଡ ଡେଭଲପମେଣ୍ଟ ରିସର୍ଚ୍ଚ ଆସୋସିଏଟ୍ସ (ଏମଡିଆରଏ) ସହିତ ମିଳିତ ଭାବରେ କରାଯାଇଛି।

    ଏହି ଅବସରରେ ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ କହିଛନ୍ତି ଯେ ଏହି ମାନ୍ୟତା ଉତ୍କର୍ଷତା ପାଇଁ ଆମର ନିରନ୍ତର ପ୍ରୟାସର ପ୍ରତିଫଳନ। ଏମ୍‌ସ ଭୁବନେଶ୍ୱର ସ୍ୱାସ୍ଥ୍ୟସେବା ଏବଂ ଚିକିତ୍ସା ବିଜ୍ଞାନରେ ବିଶ୍ୱାସ, ନବସୃଜନ ଏବଂ ଅଖଣ୍ଡତାର ପ୍ରତୀକ ଭାବରେ ଉଭା ହୋଇଛି। ଏହିପରି ଜାତୀୟ ରାଙ୍କିଂରେ ଆମର ନିରନ୍ତର ବୃଦ୍ଧି ଭବିଷ୍ୟତର ଚିକିତ୍ସକଙ୍କୁ ପ୍ରସ୍ତୁତ କରିବା ସହିତ ସର୍ବୋତ୍ତମ ରୋଗୀ ଫଳାଫଳ ସୁନିଶ୍ଚିତ କରିବା ପ୍ରତି ଆମର ସାମଗ୍ରିକ ଆଭିମୁଖ୍ୟକୁ ପ୍ରଦର୍ଶନ କରେ।”

    ୨୦୨୧ରେ ଏହି ସର୍ଭେରେ ଏମ୍‌ସ ଭୁବନେଶ୍ବର ୨୫ତମ ସ୍ଥାନ ପାଇଥିଲା। ୨୦୨୫ ରେ ଏହି ସୂଚୀରେ ୧୨ତମ ସ୍ଥାନକୁ ଉନ୍ନୀତ ହେବା ଏମ୍‌ସର ଦଳଗତ କାର୍ଯ୍ୟ ଏବଂ ଦୂରଦୃଷ୍ଟିପୂର୍ଣ୍ଣ ନେତୃତ୍ୱର ପରାକାଷ୍ଠାର ନିଦର୍ଶନ ବୋଲି ଡ. ବିଶ୍ବାସ ମତବ୍ୟକ୍ତ କରିଛନ୍ତି। ଏମ୍‌ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ବିଶ୍ବାସ ଏଭଳି ସଫଳତାରେ ଖୁସି ବ୍ୟକ୍ତ କରିବା ସହିତ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏନେଇ ଆୟୋଜିତ ଏକ ସ୍ୱତନ୍ତ୍ର ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଡିନ୍ (ପରୀକ୍ଷା) ଡ. ସୌଭାଗ୍ୟ କୁମାର ଜେନା, ମେଡିକାଲ୍ ଅଧିକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡିଡିଏ ଲେଫ୍ଟନାଣ୍ଟ କର୍ଣ୍ଣେଲ ଅଭିଜିତ ସରକାର, କୁଳସଚିବ ଡ. ସୁଦୀପ୍ତ ରଂଜନ ସିଂହ, ଡ. ଗୌରବ ଛାବ୍ରା, ଡ. ପଙ୍କଜ କୁମାର, ଡ. ଦେବପ୍ରିୟ ବନ୍ଦୋପାଧ୍ୟାୟ, ଡ. ସିପ୍ରା ରାଉତ ଏବଂ ଡ. ମାଙ୍ଗାନି ମଙ୍ଗଳାବଲ୍ଲୀ ପ୍ରମୁଖ ଯୋଗ ଦେଇଥିଲେ।

    ଇଣ୍ଡିଆ ଟୁଡେ ସର୍ଭେ ଏମ୍‌ସ ଭୁବନେଶ୍ୱର ଶ୍ରେଷ୍ଠ ଉଦୀୟମାନ ମେଡିକାଲ କଲେଜ
    Share. Facebook Twitter LinkedIn Email WhatsApp Copy Link
    Previous Articleଆସନ୍ତାକାଲି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଜାଣନ୍ତୁ କେଉଁ ସମୟରେ କଣ ରହିଛି ନୀତି, କେତେବେଳ ଗଡିବ ରଥ
    Next Article ୩୪୫ ଦଳକୁ ବାହାରର ରାସ୍ତା ଦେଖାଇଲେ ନିର୍ବାଚନ କମିଶନ, ଜାଣନ୍ତୁ କାହିଁକି ନେଲେ ଏତେ କଠୋର ପଦକ୍ଷେପ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.