Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଜାତୀୟ ଖବର»ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
    ଜାତୀୟ ଖବର

    ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

    June 3, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link
    Deogarh
    ଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ଆଜି ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ
    ଉଦ୍‍ଘାଟିତ ହୋଇଛି ।

    ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ 4 ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି।

    ଏହି କାର୍ଯ୍ୟକ୍ରମ ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିରେ କେନ୍ଦୁପତ୍ର ତୋଳାଳୀଙ୍କୁ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡା ପାଇଁ ୨୦୦ ଟଙ୍କା, ତୋଳାଳୀ ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳି ମାନଙ୍କ ପାଇଁ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

    ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଦେବଗଡ ଜିଲ୍ଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ସଠିକ ଉପଯୋଗ କରି ଜିଲ୍ଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ। ଆମ ସରକାର ଆସିବା ପରେ ଆମେ ଓଡିଶାର 30ଟି ଜିଲ୍ଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦେଉଛୁ। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ସବୁ ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ଆମେ ଗୁରୁତ୍ୱ ଦେଉଛୁ।

    ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସ୍ଵପ୍ନ ସମ୍ଭବ ହୋଇପାରିବ। ସମସ୍ତଙ୍କୁ ନେଇ ସବୁ କ୍ଷେତ୍ରର ବିକାଶ ଜରିଆରେ ୨୦୩୬ ମସିହା ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଆମର ଉଦ୍ୟମ ଜାରି ରହିଛି ବୋଲି ସେ କହିଥିଲେ।

    ସେ କହିଥିଲେ ଯେ, ଦେବଗଡ ଜିଲ୍ଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲ୍ଲା ଭାବରେ ଗଢି ତୋଳିବା ଆମର ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲ୍ଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟଜଳ, ବିଜୁଳି ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆମ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଛନ୍ତି ।

    ସେ ପୁଣି କହିଥିଲେଯେ, ଓଡିଶାର ଜନସାଧାରଣକୁ ଯେଉଁ ପ୍ରତିଶ୍ରୁତି ଦେଇ ଆମେ ଲୋକଙ୍କ ସେବା କରିବାର ଦାୟିତ୍ୱ ନେଇଛୁ, ତାକୁ କାର୍ଯ୍ୟରେ ପରିଣତ କରିବା ପାଇଁ ଆମେ ଗୋଟିଏ ମିନିଟ ବି ନଷ୍ଟ କରିନାହୁଁ। ଆମ ସରକାର ଆସିବାର ଏକ ବର୍ଷ ହେବାକୁ ମାତ୍ର ୯ ଦିନ ବାକି ଅଛି। ଆଉ ଏଇ ଏକ ବର୍ଷ ଭିତରେ ଆମେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟର ସାମଗ୍ରୀକ ବିକାଶ ପାଇଁ ଅନେକ ଉନ୍ନୟନମୂଳକ ଓ କଲ୍ୟାଣକାରୀ ପଦକ୍ଷେପ ଗ୍ରହଣ କରିଛୁ।

    କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ମନ୍ତ୍ରୀ, ଡ. ମୁକେଶ ମହାଲିଙ୍ଗ, ଦେବଗଡ ବିଧାୟକ, ଶ୍ରୀ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାପାଳ, ଦେବଗଡ, ଶ୍ରୀ କବିନ୍ଦ୍ର ଚନ୍ଦ୍ର ସାହୁ ସ୍ୱାଗତ ଭାଷଣ ଦେଇଥିବା ବେଳେ, ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡଃ ବିଶ୍ଵମୋହନ ମିଶ୍ର ଧନ୍ୟବାଦ ଦେଇଥିଲେ।

    CM In Deogarh Deogarh ଦେଓଗଡ ଦେଓଗଡରେ ମୁଖ୍ୟମନ୍ତ୍ରୀ
    Share. Facebook Twitter LinkedIn Email WhatsApp Copy Link
    Previous Articleଅପରେସନ ସିନ୍ଦୁର ଉପରେ ହୋଇ ନ ପାରେ କୌଣସି ସ୍ବତନ୍ତ୍ର ଅଧିବେସନ
    Next Article ମୁଖ୍ୟମନ୍ତ୍ରୀଙ୍କ ଭଦ୍ରକ କାର୍ଯ୍ୟକ୍ରମରେ କାହିଁକି ମନମୋହନ ସାମଲ ମଞ୍ଚରେ ବସିଲେ? ଉଠିଲା ପ୍ରଶ୍ନ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.