Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ବିଶେଷ ଖବର»କେନ୍ଦ୍ରାପଡାରେ ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ ପ୍ରତାପ ଦେବ, ଗଣେଶ୍ବର ବେହେରା, ଅରବିନ୍ଦ ମହାପାତ୍ର
    ବିଶେଷ ଖବର

    କେନ୍ଦ୍ରାପଡାରେ ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ ପ୍ରତାପ ଦେବ, ଗଣେଶ୍ବର ବେହେରା, ଅରବିନ୍ଦ ମହାପାତ୍ର

    June 9, 2025No Comments3 Mins Read
    Facebook Twitter LinkedIn Email WhatsApp Copy Link
    Kendrapada
    କେନ୍ଦ୍ରାପଡାରେ ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ ପ୍ରତାପ ଦେବ, ଗଣେଶ୍ବର ବେହେରା, ଅରବିନ୍ଦ ମହାପାତ୍ର

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରିଛନ୍ତି ଓ ଘୋଷଣା କରିଛନ୍ତିଯେ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷର ଆରମ୍ଭ କେନ୍ଦ୍ରାପଡ଼ା ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟ ଆରମ୍ଭରୁ ହିଁ ହେବ।

    ସମୀକ୍ଷାରୁ ଜଣା ଯାଇଛି ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳ ସମ୍ପଦର ବିକାଶ ହେବା ପାଇଁ ଏବଂ ଏହି ଜିଲାରେ ଶିଳ୍ପର ବିକାଶ ପାଇଁ ଖୁବ ଶୀଘ୍ର ପଦକ୍ଷେପ ନିଆଯିବ। କେନ୍ଦ୍ରାପଡ଼ା ଅଂଚଳରେ ଥିବା ହେନ୍ତାଳ ଜଙ୍ଗଲକୁ ଆହୁରି ବ୍ୟାପକ କରିବା ପାଇଁ ଏବଂ ଭିତରକନିକା ଓ ଗହୀରମଥା ଅଂଚଳରେ ଇକୋ ଟୁରିଜିମକୁ ଆହୁରି ତ୍ୱରାନ୍ୱିତ କରାଯିବ। ଖୁବ୍ ଶୀଘ୍ର ବିଭିନ୍ନ ନୂତନ ପ୍ରକଳ୍ପ ଗୁଡ଼ିକ ଏହି ଜିଲ୍ଲାରେ ଉଦ୍‍ଘାଟନ ହେବା ପାଇଁ ଯାଉଛି ଏବଂ କେନ୍ଦ୍ରାପଡ଼ା ଠାରେ ମେଡିକାଲ କଲେଜ ସ୍ଥାପନ ଓ ମହାପ୍ରଭୁ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ ବିଷୟରେ ବିଧାୟକଗଣ ଓ ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା ହୋଇଛି ବୋଲି ବୈଠକରୁ ଜଣାଯାଇଛି ।

    ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠାରୁ ତଥ୍ୟ ନେବା ସହିତ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପ୍ରଶ୍ନ କରିଥିଲେ ଏବଂ ଯେଉଁ କାର୍ଯ୍ୟ ଗୁଡିକ ମନ୍ଥର ଗତିରେ କାର୍ଯ୍ୟକାରୀ ହେଉଛନ୍ତି ତାହାର କାରଣ ବୁଝି ଏଥିପାଇଁ ଯାଥୋଚିତ ପଦକ୍ଷେପ ନେବାପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

    ବୈଠକରେ ମୁଖ୍ୟମନ୍ତ୍ରୀ, ଜଙ୍ଗଲ ସୁରକ୍ଷା, ପର୍ଯ୍ୟଟନ, ଗ୍ରାମ୍ୟ ଉନ୍ନୟନ, ସଡ଼କ, ପରିବହନ, ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ, ମହିଳା ସଶକ୍ତିକରଣ, କୃଷି ସମେତ ଶିଳ୍ପ ସମ୍ବନ୍ଧ ରେ ବିଶଦ ଭାବେ ଜିଲ୍ଲାପାଳ ଓ ଅଧିକାରୀଙ୍କ ସହ କଥା ହୋଇଥିଲେ। କେନ୍ଦ୍ରାପଡ଼ା ଜିଲ୍ଲାରେ ଏହି ସବୁ କାର୍ଯ୍ୟର ଉପଯୁକ୍ତ କାର୍ଯ୍ୟନ୍ୱୟନ ଏବଂ ଏହାର କାର୍ଯ୍ୟକାରୀ ହାର ଦେଖି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଏହାର ଆହୁରି ପ୍ରଗତି ପାଇଁ ନିର୍ଦ୍ଦେଶ ଦେଇଥିଲେ।

    ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଯଥା କେନାଲ, ରାସ୍ତା ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହା ସହିତ ଜନ ଶୁଣାଣୀ, ଭତ୍ତା ବଣ୍ଟନ  , ବରିଷ୍ଠ ଅଧିକାରୀ ଓ ମାନ୍ୟବର ମନ୍ତ୍ରୀ ଙ୍କ ପରିଦର୍ଶନ, ମଧ୍ୟାହ୍ନ ଭୋଜନ ଯୋଜନା, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦୟ ଯୋଜନା, ମିଶନ ଶକ୍ତି ଇତ୍ୟାଦି ରେ ଉଲ୍ଲେଖନିୟ ସଫଳତା ପାଇଁ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ମୁଁ ଅଭିନନ୍ଦନ ଜଣାଉଛି। ଏହି କାର୍ଯ୍ୟଗୁଡ଼ିକ ଜନସାଧାରଣଙ୍କ ଜୀବନଧାରାକୁ ଉନ୍ନତ କରୁଛି।

    ସୁଭଦ୍ରା ଯୋଜନାରେ ଓ ଲକ୍ଷପତି ଦିଦି ଯୋଜନାରେ କେନ୍ଦ୍ରାପଡ଼ା ଜିଲ୍ଲା ଓଡ଼ିଶାରେ ଦ୍ଵିତୀୟ ସ୍ଥାନରେ ରହି ବିଶେଷ ଅଗ୍ରଗତି କରୁଥିବାରୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ସାଧୁବାଦ ଦେଇଛନ୍ତି।

    ଜିଲ୍ଲାରେ ବାଂଲାଦେଶୀ ଅନୁପ୍ରବେଶକାରୀ ମାନଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏଥିସହିତ ଚୋରା ବାଲି ଚାଲାଣ, ଆଇନ ଶୃଙ୍ଖଳା ଓ ସରକାରୀ କର୍ମଚାରୀ ଅଭାବ ଭଳି ଚ୍ୟାଲେଞ୍ଜଗୁଡ଼ିକ ସମ୍ପର୍କରେ ତଥ୍ୟ ଗ୍ରହଣ କରି ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ।

    ସେ ପୁଣି କହିଥିଲେଯେ, ଆଗାମୀ ଦିନରେ କେନ୍ଦ୍ରାପଡ଼ା ଜିଲ୍ଲାକୁ ଏକ ଆଦର୍ଶ ଜିଲ୍ଲା ଭାବେ ଗଢ଼ି ତୋଳିବା ଆମର ଲକ୍ଷ୍ୟ। ଏଥିପାଇଁ ନୂଆ ପ୍ରକଳ୍ପ ଯଥା ଶିଳ୍ପ ସ୍ଥାପନ, ପର୍ଯ୍ୟଟନ ବିକାଶ ଓ ନବୀକରଣୀୟ ଶକ୍ତି ଉପରେ ଧ୍ୟାନ ଦିଆଯାଉ। ଏହା ସମ୍ପର୍କରେ ଏକ ବିସ୍ତୃତ ଯୋଜନା ଆଗାମୀ ଏକ ମାସ ମଧ୍ୟରେ ପ୍ରସ୍ତୁତ କରନ୍ତୁ। ଯେଉଁ ସ୍ଥାନରେ ପାନୀୟଜଳର ଅସୁବିଧା ହେଉଛି ସେଠାରେ ଅଧିକାରୀ ମାନେ ଯଥାଶୀଘ୍ର ପଦକ୍ଷେପ ନେଇ କାର୍ଯ୍ୟ ସମାପ୍ତ କରନ୍ତୁ। ସ୍ୱାସ୍ଥ୍ୟ ସେବାରେ ଯେପରି କୌଣସି ଅସୁବିଧା ନହୁଏ ସେଥିପାଇଁ ମଧ୍ଯ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

    ସମୀକ୍ଷା ବୈଠକ ପୂର୍ବରୁ ମୁଖ୍ୟମନ୍ତ୍ରୀ ମାଉସୀ ମାଆ ମନ୍ଦିର ଠାରୁ ଶ୍ରୀ ବଳଦେବଜୀଉ ମନ୍ଦିର ପର୍ଯ୍ୟନ୍ତ ଏକ ତ୍ରିରଙ୍ଗା ଶୋଭାଯାତ୍ରାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତ୍ୟେକ ମାଆ ଓ ଭଉଣୀ ମାନଙ୍କର ସିନ୍ଦୁରର ସୁରକ୍ଷା ପାଇଁ ମାନନୀୟ ପ୍ରଧାନମନ୍ତ୍ରୀ ନେଇଥିବା ପ୍ରତିଜ୍ଞା ଆଜି ସାରା ବିଶ୍ୱରେ ଗୁଞ୍ଜରିତ ହେଉଛି। ଏହାପରେ ମୁଖ୍ୟମନ୍ତ୍ରୀ ଶ୍ରୀ ବଳଦେବଜୀଉ ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରିବା ପରେ ଜିଲ୍ଲା କୃଷି ରଥ ଓ ରାଜସ୍ବ ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।

    ଉକ୍ତ ସମୀକ୍ଷା ବୈଠକରେ, ଆଳି ବିଧାୟକ ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବ, କେନ୍ଦ୍ରାପଡ଼ା ବିଧାୟକ ଶ୍ରୀଯୁକ୍ତ ଗଣେଶ୍ୱର ବେହେରା, ମହାକାଳପଡ଼ା ବିଧାୟକ , ଡକ୍ଟର ଦୁର୍ଗା ପ୍ରସନ୍ନ ନାୟକ, ରାଜନଗର ବିଧାୟକ , ଶ୍ରୀଯୁକ୍ତ ଧ୍ରୁବ ଚରଣ ସାହୁ , ପାଟକୁରା ବିଧାୟକ ଶ୍ରୀଯୁକ୍ତ ଅରବିନ୍ଦ ମହାପାତ୍ର, ଜିଲ୍ଲାପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସଙ୍କ ସମେତ ଜିଲ୍ଲାପାଳ ଶ୍ରୀ ସ୍ମୃତିରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ଶ୍ରୀ ସିଦ୍ଧାର୍ଥ କଟାରିଆ ଓ ଜିଲ୍ଲାର ସମସ୍ତ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

    kendrapada କେନ୍ଦ୍ରାପଡା କେନ୍ଦ୍ରାପଡା ଗସ୍ତରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡାରେ ମୁଖ୍ୟମନ୍ତ୍ରୀ
    Share. Facebook Twitter LinkedIn Email WhatsApp Copy Link
    Previous Articleମୋଟରସାଇକେଲ ଦୁର୍ଘଟଣାରେ ୩ ଗୁରୁତର
    Next Article ବକ୍ରୀଦରେ ଆତ୍ମବଳି ଦେବା ଇସଲାମ ବିରୋଧୀ: ମୌଲାନା କାରୀ ଇସାକ ଗୋରା

    Related Posts

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    କୋରାପୁଟ-କିରାଣ୍ଡୁଲ ରେଳ ଲାଇନରେ ଭୂସ୍ଖଳନ ଯୋଗୁଁ ଟ୍ରେନ ସେବା ପ୍ରଭାବିତ

    ଗଛ ପ୍ରତି ଆଦର, ପୃଥିବୀ ପ୍ରତି ଦାୟିତ୍ୱ: ବଜ୍ରକୋଟ ବିଦ୍ୟାଳୟରେ ୭୬ତମ ବନମହୋତ୍ସବ ପାଳିତ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.