Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଜାତୀୟ ଖବର»ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ନେଇ ସ୍ବତନ୍ତ୍ର ସମୀକ୍ଷା ବୈଠକ, ଦେଲେ ଏହି ନିର୍ଦ୍ଦେଶ
    ଜାତୀୟ ଖବର

    ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ନେଇ ସ୍ବତନ୍ତ୍ର ସମୀକ୍ଷା ବୈଠକ, ଦେଲେ ଏହି ନିର୍ଦ୍ଦେଶ

    June 22, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି।

    ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ (Incident Free) କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ। ପୋଲିସ ନିୟୋଜନ, ଟ୍ରାଫିକ ନିୟନ୍ତ୍ରଣ ବ୍ୟବସ୍ଥା, ଅଗ୍ନିଶମ ସୁରକ୍ଷା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟଗୁଡିକୁ ସଠିକ ଭାବେ ପରିଚାଳନା କରି ଶ୍ରଦ୍ଧାଳୁ ମାନେ ଯେପରି ଶୃଙ୍ଖଳିତ ଭାବେ ରଥଯାତ୍ରାରେ ଭାଗନେଇ ପାରିବେ ସେଥିପ୍ରତି ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

    ବିଭିନ୍ନ ଜିଲ୍ଲାରେ ଡାଇରିଆ ପରିସ୍ଥିତି ଥିବା ଯୋଗୁ ସ୍ୱାସ୍ଥ୍ୟ ବିଭାଗ ସହିତ ଅନ୍ୟ ସମସ୍ତ ସମ୍ପୃକ୍ତ ବିଭାଗ ରଥଯାତ୍ରା ପୂର୍ବରୁ ସୁନାବେଶ ପର୍ଯ୍ୟନ୍ତ ଏହା ଉପରେ ସମ୍ପୂର୍ଣ୍ଣ ନଜର ରଖିବା ଆବଶ୍ୟକ। କୌଣସି ସ୍ଥାନରେ ଯେପରି ଅସ୍ୱାସ୍ଥ୍ୟକର ଖାଦ୍ୟ କିମ୍ବା ପାଣି ବିକ୍ରି ନହୁଏ ତାହା ସୁନିଶ୍ଚିତ କରିବା ଅତ୍ୟନ୍ତ ଜରୁରୀ। ଏହା ସହିତ ସବୁ ସ୍ଥାନରେ ବିଶୁଦ୍ଧ ପାନୀୟ ଜଳ ଓ ସ୍ୱାସ୍ଥ୍ୟକର ଖାଦ୍ୟ ମଧ୍ୟ ଉପଲବ୍ଧ ହେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

    ରଥଯାତ୍ରା ସମୟରେ ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ସୁରୁଖୁରୁରେ ଏବଂ ଠିକ୍ ସମୟରେ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ସେବାୟତ ମାନଙ୍କ ସହଯୋଗ କାମନା କରିଥିଲେ।

    ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଆମ ସାଂସ୍କୃତିର ସବୁଠାରୁ ଗୌରବମୟ ପରିଚୟ। କୋଟି କୋଟି ଲୋକଙ୍କ ଭାବାବେଗ ଏଥିରେ ଜଡିତ ଅଛି। ତେଣୁ, ଏହାର ସୁପରିଚାଳନା କେବଳ ଏକ ସରକାରୀ ଦାୟିତ୍ୱ ନୁହେଁ, ବରଂ ଏକ ପବିତ୍ର କର୍ତ୍ତବ୍ୟ। ତେଣୁ ସମସ୍ତ ବିଭାଗର ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ବେସରକାରୀ ସଂସ୍ଥା ସମସ୍ତେ ସମନ୍ୱୟ ରଖି ଏହାର ସଫଳ ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ।

    ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରଥଯାତ୍ରା ସୁରୁଖୁରୁ ରେ ସମ୍ପାଦିତ ହେବାପାଇଁ ନିଆ ଯାଇଥିବା ପଦକ୍ଷେପ,ସ୍ବାସ୍ଥ୍ୟ ମନ୍ତ୍ରୀ ଡ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତି ଏବଂ ପୋଲିସ୍ ମହାନିର୍ଦ୍ଦେଶକ ଆଇନ ଶୃଙ୍ଖଳା ବ୍ୟବସ୍ଥା ବିଷୟ ରେ ସୂଚନା ପ୍ରଦାନ କରିଥିଲେ ।

    ଏହି ଅବସର ରେ ମୁଖ୍ୟମନ୍ତ୍ରୀ ଓ ଅତିଥି ମାନେ ପୁରୀ ଜିଲ୍ଲା ପ୍ରଶାସନ ର ସୂଚନା ପୁସ୍ତିକା ରୂପରେଖ ଉନ୍ମୋଚନ କରିଥିଲେ ।

    ଏହି ସମୀକ୍ଷା ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ
    ଶ୍ରୀମତୀ ପ୍ରଭାତୀ ପରିଡା, , ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ଉଚ୍ଚଶିକ୍ଷା କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ପୁରୀ ସାଂସଦ ଶ୍ରୀ ସମ୍ବିତ ପାତ୍ର, ରାଜ୍ୟସଭା ସାଂସଦ ଶ୍ରୀ ସୁଭାଶିଷ ଖୁଣ୍ଟିଆ, ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଗଣ, ଜିଲ୍ଲା ପ୍ରଶାସନର ଅଧିକାରୀଗଣ , ସେବାୟତ ଓ ମଠାଧୀଶ ଗଣ ଯୋଗଦେଇଥିଲେ।
    ସମୀକ୍ଷା ବୈଠକ ପରେ ମୁଖ୍ୟମନ୍ତ୍ରୀ ଗୁଣ୍ଡିଚା ମନ୍ଦିର ଯାଇ ସେଠାରେ ହୋଇଥିବା ଉନ୍ନତି ଓ ସୌନ୍ଦର୍ଯ୍ୟ କରଣକାର୍ଯ୍ୟ ବୁଲି ଦେଖିଥିଲେ ।

    rathyatra RathYatra2025 ରଥଯାତ୍ରା ରଥଯାତ୍ରା ବୈଠକ
    Share. Facebook Twitter LinkedIn Email WhatsApp Copy Link
    Previous Articleନବୀନଙ୍କ ଅପରେସନ ସଫଳ, ଦୁଇଦିନ ପାଇଁ ଡାକ୍ତରଙ୍କ ତତ୍ବାବଧାନରେ ରହିବେ
    Next Article ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ବୈଠକରେ ଶୋଇପଡିଲେ ଡିଜି, ବିଭିନ୍ନ ମହଲରେ ଚର୍ଚ୍ଚା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.