Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଜାତୀୟ ଖବର»ସମ୍ବିଧାନ ହତ୍ୟା ଦିବସ ୨୦୨୫ ପାଳିତ, ଓଡିଶାର ୧୦୮ ଜଣ ଲୋକତନ୍ତ୍ର ସେନାନୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ
    ଜାତୀୟ ଖବର

    ସମ୍ବିଧାନ ହତ୍ୟା ଦିବସ ୨୦୨୫ ପାଳିତ, ଓଡିଶାର ୧୦୮ ଜଣ ଲୋକତନ୍ତ୍ର ସେନାନୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

    June 25, 2025No Comments3 Mins Read
    Facebook Twitter LinkedIn Email WhatsApp Copy Link
    cmmohan
    ସମ୍ବିଧାନ ହତ୍ୟା ଦିବସ ୨୦୨୫ ପାଳିତ, ଓଡିଶାର ୧୦୮ ଜଣ ଲୋକତନ୍ତ୍ର ସେନାନୀଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଭାରତରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା ହେବାର ୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ୨୦୨୫ ସ୍ଥାନୀୟ ରେଳ ଅଡିଟୋରିଅମ ଠାରେ ପାଳିତ ହୋଇଯାଇଛି।

    ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ, ଏହି ‘ଜରୁରୀ କାଳୀନ ପରିସ୍ଥିତି’ ସମୟକୁ ସ୍ଵାଧୀନ ଭାରତର ଇତିହାସର ଏକ କଳଙ୍କିତ ଅଧ୍ୟାୟ ବୋଲି କହିଥିଲେ।

    ଜରୁରୀକାଳୀନ ପରିସ୍ଥିତିରେ ଯେଉଁ ପ୍ରକାର ଦମନଲୀଳା, ଅକଥନୀୟ ଅତ୍ୟାଚାର ଚାଲିଥିଲା ସେ ସବୁକୁ କେହି ଭୁଲି ପାରିବେ ନାହିଁ। କିନ୍ତୁ ଏକଛତ୍ରବାଦୀ ଶାସନ ବିରୁଦ୍ଧରେ ବ୍ୟାପକ ସଚେତନତା ସୃଷ୍ଟି କରିବା ଏହି ଦିବସ ପାଳନର ଉଦ୍ଦେଶ୍ୟ। ନୂଆ ପିଢିଙ୍କ ପାଖରେ ଏହି କାଳିମାମୟ ଅଧ୍ୟାୟର ସ୍ମୃତିକୁ ପହଞ୍ଚାଇବା ପାଇଁ ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ ଗ୍ରହଣ କରିବା ନିମନ୍ତେ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ବର୍ଷ ବ୍ୟାପୀ କାର୍ଯ୍ୟକ୍ରମ ୨୫ ଜୁନ ୨୦୨୬ରେ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ ନିଜ ବକ୍ତବ୍ୟରେ କହିଛନ୍ତି ।

    ଜରୁରୀକାଳୀନ ସମୟ ବିଷୟରେ କହିବାକୁ ଯାଇ ମୁଖ୍ୟମନ୍ତ୍ରୀ କହିଥିଲେଯେ, ସେହି ସମୟରେ ସମ୍ବିଧାନର ସୁରକ୍ଷା ପାଇଁ, ଲୋକଙ୍କ ମୌଳିକ ଅଧିକାରର ସୁରକ୍ଷା ପାଇଁ ଭାରତୀୟ ଜନତା ପାର୍ଟି ସାରା ଭାରତରେ ଲଢେଇ ଜାରି ରଖିଥିଲା । ଦେଶର ସମସ୍ତ ବଡ ବଡ ନେତାଙ୍କ ସହିତ ଅଟଳ ବିହାରୀ ବାଜପେୟୀଜୀ ଓ ଲାଲକୃଷ୍ଣ ଆଡଭାନୀଜୀଙ୍କ ପରି ନେତା ମାନେ ମଧ୍ୟ ଜେଲ ଯାଇଥିଲେ। ଦମନଲୀଳା ଏତେ ମାତ୍ରାରେ ଥିଲା ତାଙ୍କ ପାଖରେ କେବଳ ଦୁଇଟି ବିକଳ୍ପ ଥିଲା, ଯଦି ସରକାରଙ୍କୁ ବିରୋଧ କରିବ ତେବେ ଜେଲ ଯିବ ଅଥବା ଖବରକାଗଜ ବନ୍ଦ ହେବ। ଅନେକ ନିଜ ନିଜ ଖବରକାଗଜକୁ ବନ୍ଦ କରିବାକୁ ଚାହୁଁ ନ ଥିଲେ, ଯେଉଁମାନେ ଝୁଙ୍କିଲେ ନାହିଁ, ତାଙ୍କୁ ଜେଲ ଯିବାକୁ ପଡିଲା। ପ୍ରାୟ ୧୦ ହଜାର ସାମ୍ବାଦିକ ଜେଲ ଦଣ୍ଡ ଭୋଗିଲେ।

    ଆମ ଓଡିଶାରେ ମଧ୍ୟ ଡକ୍ଟର ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ, ବିଶ୍ୱଭୂଷଣ ହରିଚନ୍ଦନଙ୍କ ପରି ଅନେକ ବଡ ବଡ ନେତା ଗିରଫ ହୋଇଥିଲେ। ଲୋକତନ୍ତ୍ର ସେନାନୀମାନେ, ଯେଉଁମାନେ ଆଜି ଆମ ସହିତ ଉପସ୍ଥିତ ଅଛନ୍ତି, ସେମାନେ ଜାଣିଛନ୍ତି ସେମାନଙ୍କ ଉପରେ ଜେଲରେ କିପରି ଅତ୍ୟାଚାର କରାଯାଉଥିଲା। ସେମାନେ ଜାଣିଛନ୍ତି ଯେ କିପରି ଜରୁରୀକାଳୀନ ପରିସ୍ଥିତି ସମୟରେ MISA କୁ ବ୍ୟବହାର କରି ବିନା ବିଚାରରେ ମାସ ମାସ ଧରି ଲୋକଙ୍କୁ ଜେଲରେ ରଖାଯାଉଥିଲା ବୋଲି ସେ କହିଥିଲେ।

    ସେ ପୁଣି କହିଥିଲେ ଯେ, ଆଜି ଆମ ସହିତ ୧୦୮ ଜଣ ଲୋକତନ୍ତ୍ର ସେନାନୀ ଅଛନ୍ତି। ଏହି କାର୍ଯ୍ୟକ୍ରମରେ ଆପଣମାନଙ୍କୁ ସମ୍ମାନିତ କରି ଆମେ ଗୌରବାନ୍ୱିତ ଅନୁଭବ କରୁଛୁ। ଆମ ସରକାର ଆସିବା ପରେ ଆମେ ଆମର ଲୋକତନ୍ତ୍ର ସେନାନୀ ମାନଙ୍କ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନେଇଥିଲୁ। ସେମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ ଓ ଚିକିତ୍ସା ସୁବିଧା ମଧ୍ୟ ମିଳୁଛି। ବର୍ତ୍ତମାନ ସୁଦ୍ଧା ୫୬ ଜଣଙ୍କର ପେନସନ ପାଇଁ ଅନୁମୋଦନ ମିଳି ସାରିଛି। ଅନ୍ୟ ଲୋକତନ୍ତ୍ର ସେନାନୀ ମାନଙ୍କ ପାଇଁ ପ୍ରକ୍ରିୟା ଜାରି ରହିଛି। ଖୁବ୍ ଶୀଘ୍ର ସେମାନେ ମଧ୍ୟ ପେନସନ ପାଇବେ। ସ୍ୱାଧୀନତା ସଂଗ୍ରାମୀଙ୍କ ପରି ଲୋକତନ୍ତ୍ର ସେନାନୀ ମାନଙ୍କୁ ମଧ୍ୟ ଉପଯୁକ୍ତ ସମ୍ମାନ ଦିଆଯିବ।

    କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଥିଲେ ଯେ, ୫୦ ବର୍ଷ ତଳେ ଯେଉଁ ଭୁଲ ହୋଇଥିଲା ତାହା ଆଜିର ପୀଢ଼ି ଜାଣିବା ଦରକାର ଆଉ ଅନ୍ୟର ଭୁଲ ରୁ ମଣିଷ ଶିଖିବା ଭଳି, ଆଜିର ପୀଢ଼ି ଏହି ଦିବସରେ ଶିଖିବା ଦରକାର।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓ ସମ୍ମାନିତ ଅତିଥିଗଣ ଏହି ଜରୁରୀକାଳୀନ ସମୟର ଲୋକତନ୍ତ୍ର ସେନାନୀ ମାନଙ୍କୁ ସମ୍ମାନିତ କରିଥିଲେ। ଏହାସହିତ ଲୋକତନ୍ତ୍ର ସେନାନୀ ଶୋଭାଯାତ୍ରା ରଥ ଓ ସମ୍ବିଧାନ ହତ୍ୟା ଦିବସ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଘାଟନ କରିଥିଲେ।

    ସେ ସମୟରେ ଦେଶକୁ ଶାସନ କରିବାକୁ ଯେଉଁ ବ୍ୟବସ୍ଥା ଚାଲିଥିଲା ସେ ସମୟ ସମସ୍ତଙ୍କ ପାଇଁ ଏକ କଳା ଦୁନିଆ ଥିଲା। କିନ୍ତୁ ସେଇ ଲଢେଇ ଆଜିର ଦିନରେ ଏକ ଶିକ୍ଷା ହେଉ ବୋଲି ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ନିଜ ବକ୍ତବ୍ୟରେ କହିଥିଲେ।

    ଉକ୍ତ କାର୍ଯ୍ୟକ୍ରମରେ ଏକାମ୍ର ବିଧାୟକ ଶ୍ରୀ ବାବୁ ସିଂ, ଲୋକତନ୍ତ୍ର ସେନାନୀ ଶ୍ରୀ ବିମ୍ବାଧର କୁଅଁର, ଶ୍ରୀ କୃଷ୍ଣଚନ୍ଦ୍ର ଜଗଦେବ, ଓ ଶ୍ରୀ କାହ୍ନୁଚରଣ ବେହେରା ପ୍ରମୁଖ ମଂଚାସୀନ ଥିଲେ। ଏହି ଅବସରରେ ବରିଷ୍ଠ ନେତା ଅମର ପ୍ରସାଦ ଶତପଥି ଧନ୍ୟବାଦ ଅର୍ପଣ କରିଥିଲେ।

    CMMohan ମୋହନ ଚରଣ ମାଝୀ ସମ୍ବିଧାନ ହତ୍ୟା ଦିବସ
    Share. Facebook Twitter LinkedIn Email WhatsApp Copy Link
    Previous Articleବନ୍ଦେ ଭାରତ ଟ୍ରେନ ଧକ୍କାରେ ଯୁବକ ଗୁରୁତର
    Next Article ଘୁଞ୍ଚିଲା ଆରଆଇଇ ସାଧାରଣ ପ୍ରବେଶିକା ପରୀକ୍ଷା: ୧୩ ଜୁଲାଇ ୨୦୨୫ ନୂଆ ତାରିଖ ଘୋଷଣା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.