Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା
    ଆଞ୍ଚଳିକ

    ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା

    June 25, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବାଣପୁର: ଓଡ଼ିଶାର ସ୍ୱନାମଧନ୍ୟ ଶିକ୍ଷାନୁଷ୍ଠାନ ଗୋଦାବରୀଶ ମହାବିଦ୍ୟାଳୟରୁ ଚଳିତ ବର୍ଷ ଅବସର ଗ୍ରହଣ କରିଥିବା ତିନିଜଣ ଅଧ୍ୟାପକ, ସରକାରୀ ଧନ୍ଦା ମୁଳକ ଶିକ୍ଷାର ଅଧ୍ୟାପକ ଗୌରୀ ଶଙ୍କର ସୁବୁଦ୍ଧି, ଦର୍ଶନ ବିଭଗର ମୁଖ୍ୟ ପ୍ରାଧ୍ୟାପକ ରାଧାକାନ୍ତ ରାଉତ ଓ ଗଣିତ ବିଭାଗର ମୁଖ୍ୟ ପ୍ରାଧ୍ୟାପକ ପଞ୍ଚାନନ ମହାରଣାଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଏ ଉଦ୍ଦେଶ୍ୟରେ ମହାବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍ସବରେ ଅଧ୍ୟକ୍ଷ ବିନାୟକ ହୋତା ଅଧ୍ୟକ୍ଷତା କରିଥିବା ବେଳେ ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ଡ଼ ସୁର ପ୍ରତାପ ନରେନ୍ଦ୍ରସିଂ ବର୍ମା, ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧିକାରୀ ପ୍ରାଧ୍ୟାପକ ଲକ୍ଷ୍ମୀ ପ୍ରସାଦ ମିଶ୍ର, ଅଧ୍ୟାପକ ଆଦିତ୍ୟ ସାରଥୀ ବେଦମତ୍ତା, ଅଧ୍ୟାପକ ବିଭୂତି ଭୂଷଣ ହୋତା, ଅଧ୍ୟାପକ ଅଜୟ କୁମାର ଦାସ, ଅଧ୍ୟାପକ କ୍ୟାପଟେନ ଡ ଗୁରୁକିଶୋରେ ନାୟକ ପ୍ରମୁଖ ତିନି ସହକର୍ମୀଙ୍କ ସମ୍ପର୍କରେ ଅନେକ ଗୁଣଗାନ କରି ସେମାନଙ୍କର ଦୀର୍ଘ ଓ ନିରୋଗ ଭବିଷ୍ୟତ ଜୀବନ କାମନା କରିଥିଲେ।

    ଉତ୍ସବରେ ସେମାନଙ୍କୁ ଉତ୍ତରୀୟ ଓ ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା।ଏହି ସଭାରେ ମହାବିଦ୍ୟାଳୟର ମୁଖ୍ୟ କିରାଣୀ ଦୁର୍ଯ୍ୟୋଧନ ସାହୁ ଓ ପ୍ରଭାତ କୁମାର ମାର୍ଥା ସଭାରାୟୋଜନ କରିଥିବାବେଳେ ଆକାଉଣ୍ଟାଣ୍ଟ ସୁଧାଂଶୁ ଶେଖର ତ୍ରିପାଠୀ ପ୍ରମୁଖ ସୁସ୍ୱାଦୁ ଭୋଜନର ବ୍ୟବସ୍ଥା କରିଥିଲେ। ପରିଶେଷରେ ଲକ୍ଷ୍ମୀ ପ୍ରସାଦ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ୍ ପ୍ରଦାନ କରିଥିଲେ।

    ଗୋଦାବରୀଶ ମହାବିଦ୍ୟାଳୟ ବିଦାୟକାଳୀନ ସମ୍ବର୍ଦ୍ଧନା
    Share. Facebook Twitter LinkedIn Email WhatsApp Copy Link
    Previous Articleଏଣିକି ମୋବାଇଲରେ ଜମି ରେଜିଷ୍ଟ୍ରେସନ ପାଇଁ କରିପାରିବେ ସ୍ଲଟ ବୁକିଂ, ମିଳିବ ବହୁ ସୁବିଧା, ଆପ୍ ଲୋକାର୍ପଣ
    Next Article ବଡହନ୍ତୁଆଡ ସେବା ସମବାୟ ସମିତି ପାଳନକଲା ଆନ୍ତର୍ଜାତୀୟ ସମବାୟ ବର୍ଷ

    Related Posts

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    ବଣାଇଗଡ଼ରେ ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁ ସମ୍ମାନିତ

    ବାଣପୁର: କୃଷକ ସାଥି ନୀଳାଦ୍ରୀ ଭୂଷଣ ମିଶ୍ରଙ୍କ ଅକାଳ ବିୟୋଗ, କୃଷି ବିଭାଗରେ ଶୋକର ଛାୟା

    ବାଲୁଗାଁ: ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.